Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-2025 ସ୍ୱତନ୍ତ୍ର ଟ୍ରେନ୍
ଜାତୀୟ ଖବର

ତୀର୍ଥଯାତ୍ରୀମାନଙ୍କ ସୁବିଧା ପାଇଁ ଓଡିଶାରୁ ଓ ଓଡିଶା ମଧ୍ୟଦେଇ ମହାକୁମ୍ଭ ମେଳା-2025 ସ୍ୱତନ୍ତ୍ର ଟ୍ରେନ୍

January 13, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପ୍ରୟାଗରାଜ ଠାରେ ଆୟୋଜିତ ହେବାକୁଥିବା ଆଗାମୀ ମହାକୁମ୍ଭ ମେଳା 2025 ରେ ଯୋଗଦେବାକୁ ଥିବା ତୀର୍ଥଯାତ୍ରୀଙ୍କ ସୁବିଧା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ବିଶେଷ ଟ୍ରେନ ସୁବିଧା ଆୟୋଜନ କରାଯାଇଅଛି ଯାହାକି ଓଡିଶାରୁ ଉତ୍ପତ୍ତି ଏବଂ ଏହା ମଧ୍ୟଦେଇ ଯାତ୍ରା କରିବ। ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ଏହି ଓଡ଼ିଶାର ବିଭିନ୍ନ ପ୍ରମୁଖ ସହରରୁ ପବିତ୍ର ସହର ପ୍ରୟାଗରାଜକୁ ସହଜ ଗମନାଗମନ ସଂଯୋଗ ଯୋଗାଇବ।

ନିମ୍ନଲିଖିତ ଭାବେ ସ୍ୱତନ୍ତ୍ର ଟ୍ରେନ ଚଳାଚଳ କରିବ:

1. ଭୁବନେଶ୍ୱର-ତୁଣ୍ଡଲା-ଭୁବନେଶ୍ୱର ସ୍ୱତନ୍ତ୍ର ଟ୍ରେନ ଭାୟା କଟକ, ଯଖପୁରା (ଯାଜପୁର), କେନ୍ଦୁଝରଗଡ, ନୟାଗଡ଼ (ଯୋଡ଼ା ଅଞ୍ଚକ)-ବୋକାରୋ-ଗୟା-ପ୍ରୟାଗରାଜ।

ଏହି ଟ୍ରେନ୍ 2025 ଜାନୁୟାରୀ ମାସ 1, 8, 22 ତାରିଖ ଓ ଫେବୃୟାରୀ ମାସ 5, 19, 26 ତାରିଖ ଦିନ ବୁଧବାର ଦିନମାନଙ୍କରେ ଭୁବନେଶ୍ୱର ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି କେନ୍ଦୁଝରଗଡ-ବୋକାରୋ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ। ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

2. ପୁରୀ-ତୁଣ୍ଡଲା-ପୁରୀ ସ୍ୱତନ୍ତ୍ର ଟ୍ରେନ୍ ଭାୟା ଖୋର୍ଦ୍ଧା ରୋଡ଼ -ଭୁବନେଶ୍ୱର-କଟକ -ଯାଜପୁର କେନ୍ଦୁଝର ରୋଡ଼ -ଭଦ୍ରକ-ବାଲେଶ୍ୱର -ଗୟା-ପ୍ରୟାଗରାଜ।

ଏହି ଟ୍ରେନ୍ 2025 ଜାନୁୟାରୀ ମାସ 6 ଓ 20 ତାରିଖ ଓ ଫେବୃୟାରୀ ମାସ 17 ତାରିଖ ଦିନ ସୋମବାର ଦିନମାନଙ୍କରେ ପୁରୀ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ଭୁବନେଶ୍ୱର-ଭଦ୍ରକ-ଗୟା-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ। ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

3. ଟିଟିଲାଗଡ-ତୁଣ୍ଡଲା-ଟିଟିଲାଗଡ଼ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବଲାଙ୍ଗୀର – ବରଗଡ଼ – ସମ୍ବଲପୁର-ଝାରସୁଗୁଡା-ରାଉରକେଲା (ସୁନ୍ଦରଗଡ଼ ଜିଲ୍ଲା )-ଡ଼ିଡ଼ିୟୁ-ପ୍ରୟାଗରାଜ।

ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ଟିଟିଲାଗଡ଼ ଠାରୁ ଅପରାହ୍ନ 12ଘ.30ମି.ରେ ଛାଡି ବଲାଙ୍ଗୀର, ବରଗଡ଼ ରୋଡ, ସମ୍ବଲପୁର-ଝାରସୁଗୁଡା-ରାଉରକେଲା, ଡ଼ିଡ଼ିୟୁ-ପ୍ରୟାଗରାଜ ମାର୍ଗ ଦେଇ ତୁଣ୍ଡଲା ଯାତ୍ରା କରିବ। ତୁଣ୍ଡଲା ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସିଧାସଳଖ ସୁବିଧା ଯୋଗାଇବ।

4. ବିଶାଖାପାଟନମ୍-ପଣ୍ଡିତ ଦିନ ଦୟାଲ ଉପାଧ୍ୟାୟ (ଡ଼ିଡ଼ିୟୁ)-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ।

ଏହି ଟ୍ରେନ୍ 2025 ଜାନୁୟାରୀ ମାସ 9, 16, 23 ତାରିଖ ଓ ଫେବୃୟାରୀ ମାସ 6, 20, 27 ତାରିଖ ଦିନ ଗୁରୁବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ଅପରାହ୍ନ 05ଘ.35ମି.ରେ ଛାଡି ରାୟଗଡା-ଟିଟିଲାଗଡ-ରାୟପୁର-କାଟନୀ ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ। ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ ଯାହାକି ଦକ୍ଷିଣ ଓଡିଶା ଅଞ୍ଚଳକୁ ସୁବିଧା ପ୍ରଦାନ କରିବ।

5. ବିଶାଖାପାଟନମ୍-ଗୋରଖପୁର-ବିଶାଖାପାଟନମ୍ ସ୍ୱତନ୍ତ୍ର ଟ୍ରେନ୍ ଭାୟା ବ୍ରହ୍ମପୁର/ଗଞ୍ଜାମ ଜିଲ୍ଲା, ଖୋର୍ଦ୍ଧା ରୋଡ଼,-ଭୁବନେଶ୍ୱର-ନରାଜ ମାର୍ଥାପୁର (କଟକ ଅଞ୍ଚଳ)-ଢେଙ୍କାନାଳ -ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା।

ଏହି ଟ୍ରେନ୍ 2025 ଜାନୁୟାରୀ ମାସ 5 ଓ 19 ତାରିଖ ଏବଂ ଫେବୃୟାରୀ ମାସ 16 ତାରିଖ ଦିନ ରବିବାର ଦିନମାନଙ୍କରେ ବିଶାଖାପାଟନମ୍ ଠାରୁ ରାତ୍ରି 10ଘ.20ମି.ରେ ଛାଡି ଭୁବନେଶ୍ୱର-ଅନୁଗୁଳ-ସମ୍ବଲପୁର ସିଟି-ଝାରସୁଗୁଡା ମାର୍ଗ ଦେଇ ଡ଼ିଡ଼ିୟୁ ଯାତ୍ରା କରିବ।  ଡ଼ିଡ଼ିୟୁ ଅଭିମୁଖେ ଏହି ଟ୍ରେନ୍ ପ୍ରୟାଗରାଜ ଷ୍ଟେସନ ଠାରେ ରହଣି କରି ତୀର୍ଥଯାତ୍ରୀମାନଙ୍କ ପାଇଁ ସୁବିଧାଜନକ ମାର୍ଗ ପ୍ରଦାନ କରିବ।

6. ତିରୁପତି – ବନାରସ -ତିରୁପତି ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା।

7. ନରସପୁର – ବନାରସ -ନରସପୁର ସ୍ୱତନ୍ତ୍ର ଟ୍ରେନ୍ ଭାୟା ରାୟଗଡା, ଟିଟିଲାଗଡ଼, ସମ୍ବଲପୁର, ଝାରସୁଗୁଡା, ରାଉରକେଲା।

ଏହି ସ୍ୱତନ୍ତ୍ର ଟ୍ରେନ୍ ଗୁଡିକ ବିଶ୍ୱର ସର୍ବବୃହତ ଧାର୍ମିକ ସମାବେଶ ମହାକୁମ୍ଭ ମେଳାକୁ ଯାତ୍ରା କରୁଥିବା ହଜାର ହଜାର ଭକ୍ତଙ୍କୁ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ବିଶେଷ ଭାବେ ଚଳାଚଳ କରୁଅଛି। ରେଳ ଦ୍ୱାରା ଯଥେଷ୍ଟ ଗମନାଗମନ ସଂଯୋଗ ଏବଂ ସୁବିଧାଜନକ କାର୍ଯ୍ୟସୂଚୀ ସହିତ ସମସ୍ତ ଯାତ୍ରୀଙ୍କ ପାଇଁ ଏକ ନିରାପଦ, ସୁଗମ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ପ୍ରତିବଦ୍ଧ ଅଟେ।

ଟ୍ରେନ୍ କାର୍ଯ୍ୟସୂଚୀ, ବୁକିଂ ଏବଂ ଅନ୍ୟାନ୍ୟ ଭ୍ରମଣ ସମ୍ବନ୍ଧୀୟ ସୂଚନା ଗୁଡିକ ସମ୍ବନ୍ଧରେ ଅଧିକ ବିବରଣୀ ପାଇଁ ଯାତ୍ରୀମାନଙ୍କୁ ରେଳବାଇ ୱେବସାଇଟ୍ ପରିଦର୍ଶନ କରିବାକୁ କିମ୍ବା ଷ୍ଟେସନ ମାନଙ୍କ ଠାରେ ଉପଲବ୍ଧ ଇନକ୍ୱାରୀ କାଉଣ୍ଟର ସହିତ ଯୋଗାଯୋଗ କରିବାକୁ କୁହାଯାଇଅଛି।

ଓଡିଶାରୁ ଓ ଓଡିଶା ମଧ୍ୟଦେଇ ଚଳାଚଳ କରୁଥିବା କୁମ୍ଭମେଳା ସ୍ୱତନ୍ତ୍ର ଟ୍ରେନ ଗୁଡିକ ଓଡ଼ିଶାର ସମସ୍ତ ରେଳମାର୍ଗ ସହିତ ଯୋଡ଼ାଯାଇଅଛି ଯେପରିକି ସମସ୍ତ ଜିଲ୍ଲା ମାନଙ୍କରୁ ପ୍ରୟାଗ କୁମ୍ଭମେଳା ଯିବାପାଇଁ ଯାତ୍ରା ସୁବିଧା ଯୋଗାଇ ପାରିବ।

ପୂର୍ବତଟ ରେଳପଥ ପ୍ରୟାଗରାଜ ମହାକୁମ୍ଭ ମେଳା ସ୍ୱତନ୍ତ୍ର ଟ୍ରେନ୍
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.