Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଜାଣନ୍ତୁ କାହାକୁ ମିଳିବ ସୁବିଧା
ଜାତୀୟ ଖବର

ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଜାଣନ୍ତୁ କାହାକୁ ମିଳିବ ସୁବିଧା

January 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ayushman
ଓଡିଶାରେ ଲାଗୁହେଲା ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା, ଜାଣନ୍ତୁ କାହାକୁ ମିଳିବ ସୁବିଧା

ଭୁବନେଶ୍ବର/ନୂଆଦିଲ୍ଲୀ:  ଓଡିଶାରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା । ଏଥିପାଇଁ ଆଜି ନୂଆ ଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ସରକାରଙ୍କ ନ୍ୟାସନାଲ୍ ହେଲଥ ଅଥରିଟି ସହିତ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ବିଭାଗର ଏକ ଚୁକ୍ତିନାମା (MoU) ସ୍ୱାକ୍ଷରିତ ହୋଇଛି।

ଏହା ଦ୍ୱାରା ବର୍ତ୍ତମାନ ରାଜ୍ୟର ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଯୋଡିହେଲା (Convergence) । ରାଜ୍ୟର 1.03 କୋଟି ପରିବାର ଉପକୃତ ହେବେ। ଏହା ଦ୍ୱାରା ରାଜ୍ୟର 70 ବର୍ଷରୁ ଉର୍ଦ୍ଧ୍ୱ ବରିଷ୍ଠ ନାଗରିକ ମାନେ ମଧ୍ୟ ଚିକିତ୍ସା ସୁବିଧା ପାଇପାରିବେ। ବର୍ତ୍ତମାନ ରାଜ୍ୟରେ 23, 12, 979 ଜଣ 70 ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଅଛନ୍ତି ବୋଲି ଜଣାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ଓଡିଶାର ଲୋକ, ବିଶେଷ କରି ଗ୍ରାମାଞ୍ଚଳର ଲୋକଙ୍କ ଚିକିତ୍ସା କ୍ଷେତ୍ରରେ ଏହି ଯୋଜନା ଯୁଗାନ୍ତକାରୀ ପରିବର୍ତ୍ତନ ଆଣିବ । ରାଜ୍ୟର ସ୍ୱାସ୍ଥ୍ୟ କ୍ଷେତ୍ରରେ କାୟାକଳ୍ପ ପରିବର୍ତ୍ତନ ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍ୱାସ୍ଥ୍ୟ କ୍ଷେତ୍ରରେ ଏହି ସବୁ ଯେଉଁ ଯୁଗାନ୍ତକାରୀ ପଦକ୍ଷେପ ନିଆଯାଉଛି ତାହା 2036 ସୁଦ୍ଧା ସମୃଦ୍ଧ ଓଡିଶା ଓ 2047 ସୁଦ୍ଧା ବିକଶିତ ଭାରତ ଗଠନର ଲକ୍ଷ୍ୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ପଞ୍ଚାୟତ ସ୍ତରରେ ଯେଉଁ ହେଲଥ ସବ୍ ସେଣ୍ଟର ଅଛି ତାହା ଠିକଭାବେ କାର୍ଯ୍ୟକାରୀ ହେଉନାହିଁ। ତେଣୁ, ରାଜ୍ୟ ସରକାର ବର୍ତ୍ତମାନ ପ୍ରତି ପଞ୍ଚାୟତରେ ଗୋଟିଏ ଗୋଟିଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପ୍ରତିଷ୍ଠା କରିବେ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏଥିରେ ହେଲଥ ୱାର୍କର ଓ ଯୋଗ ଶିକ୍ଷକ ନିୟୋଜିତ ହେବେ। ଏହି ସବୁ କେନ୍ଦ୍ର ଗୁଡିକର ପୂର୍ଣ୍ଣାଙ୍ଗ ଭିତ୍ତିଭୂମି ବିକଶିତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଯୋଜନା 2018 ମସିହାରୁ ଲାଗୁ ହୋଇଥିଲେ ମଧ୍ୟ ଓଡିଶାର ଲୋକଙ୍କୁ ଏଥିରୁ ବଞ୍ଚିତ କରାଯାଇଥିଲା । ବର୍ତ୍ତମାନ ଏହି ଯୋଜନା ଓଡିଶାର ନିଜସ୍ୱ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ଯୋଡିହେବ ଏବଂ ଏହା ଦ୍ୱାରା ଓଡିଶାରେ 1 କୋଟିରୁ ଅଧିକ ପରିବାର ଦେଶର 29 ହଜାର ଚିକିତ୍ସାଳୟରେ ସ୍ୱାସ୍ଥ୍ୟ ସୁବିଧା ପାଇପାରିବେ। ବର୍ତ୍ତମାନ ମାତ୍ର 900 ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଚଳିତ ବଜେଟ୍ ରେ ସ୍ୱାସ୍ଥ୍ୟକ୍ଷେତ୍ରରେ ପ୍ରାୟ 21 ହଜାର କୋଟି ଟଙ୍କାର ବ୍ୟବସ୍ଥା କରାଯାଇଛି ଯାହାକି ପୂର୍ବ ବର୍ଷ ଅପେକ୍ଷା 32.2 ପ୍ରତିଶତ ଅଧିକ ଏବଂ ଏହା ରାଜ୍ୟ ବଜେଟର 8 ପ୍ରତିଶତ। ଏହି ପରିମାଣ ଜାତୀୟ ସ୍ୱାସ୍ଥ୍ୟନୀତିର ସୁପାରିଶ ଅନୁରୂପ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ଯୋଜନାରେ ପୁରୁଷ ମାନେ 5 ଲକ୍ଷ ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରିବେ। ମହିଳା ହିତାଧିକାରୀ ମାନେ 10 ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇବେ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଦିବାସୀ ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ, ରେଲ୍, ଆଇ.ଟି, ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ପ୍ରମୁଖ ନିଜର ଅଭିଭାଷଣ ରଖିଥିଲେ ।

ayushman ଆୟୁଷ୍ମାନ ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026
Latest News

ଆସିଲା ରାଜ୍ୟସଭା ନିର୍ବାଚନ ଫଳାଫଳ: ଚତୁର୍ଥ ଆସନରେ ଦିଲ୍ଲୀପ ରାୟଙ୍କ ବାଜିମାତ୍

March 16, 2026

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.