Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଚିଲିକାରେ ଆସନ୍ତା ୧୮ତାରିଖରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା, ୨୧ ଟି ଟିମ ଗଠନ
ଜାତୀୟ ଖବର

ଚିଲିକାରେ ଆସନ୍ତା ୧୮ତାରିଖରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା, ୨୧ ଟି ଟିମ ଗଠନ

January 16, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଚିଲିକାରେ ଆସନ୍ତା ୧୮ତାରିଖରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା, ୨୧ ଟି ଟିମ ଗଠନ

ବାଲୁଗାଁ: ଶୀତ ଅନୁଭୂତ ତଥା ପାଗ ଅନୁକୂଳ ରହିଥିବାରୁ ଏସିଆର ବୃହତ୍ତମ ଲବଣ ହ୍ରଦ ଚିଲିକାରେ ପ୍ରତିବର୍ଷ ପରି ଚଳିତ ବର୍ଷ ଲକ୍ଷାଧିକ ବିଦେଶାଗତ ପକ୍ଷୀ ସମେତ ସ୍ଥାନୀୟ ପକ୍ଷୀଙ୍କ ସମାଗମ ଦେଖିବାକୁ ମିଳିଛି।ଆସନ୍ତା ୧୮ରେ ପକ୍ଷୀ ଓ ୨୦ରେ ଡ଼ଲଫିନ ଗଣନା ନେଇ ଗୁରୁବାର ଦିନ ଚନ୍ଦ୍ରାପୁଟ ସ୍ଥିତ ଆର୍ଦ୍ରଭୂମି ଅନୁସନ୍ଧାନ ଏବଂ ତାଲିମ କେନ୍ଦ୍ର (ସିଡିଏ) ସଭାଗୃହ ଠାରେ ପ୍ରେସ ବିବୃତିରେ ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ବିଭାଗ ପକ୍ଷରୁ ସୂଚନା ଦେଇଛନ୍ତି।

ଭୂସ୍ବର୍ଗ ଚିଲିକାକୁ ଗତ ଅକ୍ଟୋବର ଶେଷ ସପ୍ତାହରୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହୋଇଥିବା ବେଳେ ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପକ୍ଷୀ ଗଣନା କାର୍ଯ୍ୟ ସୁରୁଖୁରୁରେ ହେବ ବୋଲି ଚିଲିକା ବନ୍ୟପ୍ରାଣୀ ବନଖଣ୍ଡ ଡ଼ିଏଫଓ ଅମ୍ଲାନ ନାୟକ କହିଛନ୍ତି।ସକାଳ ୬ ରୁ ମଧ୍ୟାହ୍ନ ୧୨ ଘଟିକା ଯାଏଁ ଚିଲିକା ବନ୍ୟପ୍ରାଣୀ ଡିଭିଜନ ଅନ୍ତର୍ଗତ ସାତପଡ଼ା, ରମ୍ଭା, ବାଲୁଗାଁ, ଟାଙ୍ଗୀ ଏବଂ ଚିଲିକା ରେଞ୍ଜରେ ୨୧ ଗୋଟି ଟିମ ପକ୍ଷୀ ଗଣନାରେ ନିୟୋଜିତ ରହିବେ ଏବଂ ପ୍ରତି ଟିମରେ ୬ ରୁ ୭ ଜଣ ଗଣନାକାରୀ ଯୋଗ ଦେବେ।

ଏଥିସହିତ ପ୍ରତିବର୍ଷ ଭଳି ଗଣନା କାର୍ଯ୍ୟରେ ଜିପିଏସ,ବାଇନାକୁଲାର,ସ୍ପୋଟିଂ ସ୍କୋପ, ୱାକିଟକି, ନୋଟ ବୁକ ବ୍ୟବହାର କରାଯିବ। ଗଣନା କାର୍ଯ୍ୟରେ ବମ୍ବେ ନାଚୁରାଲ ହିଷ୍ଟ୍ରି ଅଫ ସୋସାଇଟି,ଓଡିଶା ବନ୍ୟପ୍ରାଣୀ ବିଭାଗ କର୍ମଚାରୀ,ଜଙ୍ଗଲ ବିଭାଗ କର୍ମଚାରୀ,ଓୟୁଏଟି ଛାତ୍ରଛାତ୍ରୀ, ପକ୍ଷୀ ବିଶେଷଜ୍ଞ, ପକ୍ଷୀ ସୁରକ୍ଷା ସମିତିର ସଦସ୍ୟମାନେ ସାମିଲ ହେବେ ବୋଲି ସୂଚନା ମିଳିଛି। ଗଣନା ସମୟରେ ଚିଲିକାରେ ମସ୍ୟଜୀବି ଓ ଯାତ୍ରୀବାହୀ ଡଙ୍ଗା ଚଳାଚଳ ସମ୍ପୂର୍ଣ୍ଣ ନିଷେଦ୍ଧ କରାଯାଇଥିବା ବେଳେ ଶୁକ୍ରବାର ଦିନ ପକ୍ଷୀ ଗଣନାକାରୀଙ୍କୁ ଚନ୍ଦ୍ରାପୁଟ ସ୍ଥିତ ସିଡିଏ ଗବେଷଣା କେନ୍ଦ୍ରରେ ତାଲିମ ପ୍ରଦାନ କରାଯିବ।

ଉକ୍ତ ତାଲିମରେ ୧୩୦ ରୁ ଉର୍ଦ୍ଧ୍ବ ପକ୍ଷୀ ଗଣନା କାରୀ ସାମିଲ ହେଉଥିବା ବେଳେ ଜଙ୍ଗଲ,ପରିବେଶ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଟିଆ ଏବଂ ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେବା ନେଇ ଡ଼ିଏଫଓ ଶ୍ରୀ ନାୟକ ସୂଚନା ଦେଇଛନ୍ତି।ସୂଚନା ଥାଉକି ଗତବର୍ଷ ଚିଲିକାକୁ ୧୮୭ ପ୍ରଜାତିର ୧୧ ଲକ୍ଷ ୩୭ ହଜାର ୭୫୯ ପକ୍ଷୀଙ୍କ (୧୦୮ ପ୍ରଜାତିର ୧୦ଲକ୍ଷ ୯୮ ହଜାର ୮୧୩ ବିଦେଶୀ ପକ୍ଷୀ ଓ ୭୯ ପ୍ରଜାତିର ୩୮ ହଜାର ୯୪୬ ସ୍ଥାନୀୟ ପକ୍ଷୀ) ସମାଗମ ହୋଇଥିବା ବେଳେ ଚଳିତ ବର୍ଷ ପାଗ ଅନୁକୂଳ ରହିଥିବାରୁ ଅଧିକ ସଂଖ୍ୟକ ପକ୍ଷୀ ଆସିଥିବା ବନ୍ୟପ୍ରାଣୀ ବନଖଣ୍ଡ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ସେହିପରି ଚିଲିକାରେ ବିରଳ ଇରାୱାଡି ପ୍ରଜାତିର ଓ ସାତପଡ଼ା ମୁହାଣରେ ବଟଲ ରୋଜ ପ୍ରଜାତିର ଡ଼ଲଫିନ ଦେଖିବାକୁ ମିଳିଥିବା ବେଳେ ଆସନ୍ତା ୨୦ ତାରିଖରେ ଡ଼ଲଫିନ ଗଣନା ଅନୁଷ୍ଠିତ ହେବ।କୁହୁଳା ପାଗ ପାଇଁ ଏହି ଗଣନା ୨୧ ତାରିଖରେ ମଧ୍ୟ ଜାରି ରହିବ।ଏଥିପାଇଁ ୧୯ରେ ଡ଼ଲଫିନ ଅଭୟାରଣ୍ୟ ସାତପଡ଼ା ଓ ବାଲୁଗାଁ ଠାରେ ପୃଥକ ଭାବେ ଗଣନାକାରୀଙ୍କୁ ତାଲିମ ପ୍ରଦାନ କରାଯିବ।ଡ଼ଲଫିନ ଗଣନା ନିମିତ୍ତ ସମୁଦାୟ ୨ଟି ରେଞ୍ଜକୁ ୩ଟି ସେକ୍ଟରରେ ୧୮ଟି ଟିମ ନିୟୋଜିତ ହୋଇଛି।

ତନ୍ମଧ୍ୟରୁ ସାତପଡ଼ାରେ ୮ଟି ଓ ବାଲୁଗାଁରେ ୧୦ଟି ଟିମ ଗଣନା କାର୍ଯ୍ୟରେ ନିୟୋଜିତ ହୋଇଥିବା ବେଳେ ପ୍ରତି ଟିମରେ ୫ରୁ ୬ଜଣଙ୍କ ସମେତ ଦୁଇ ଜଣ ଡଙ୍ଗା ଚାଳକ ରହିବା ନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କୁହାଯାଇଛି।ସୂଚନା ଥାଉକି ଗତବର୍ଷ ୧୬୦ ରୁ ଉର୍ଦ୍ଧ୍ବ ଇରାୱାଡି ପ୍ରଜାତିର ଡ଼ଲଫିନ ଦୃଷ୍ଟି ଗୋଚର ହୋଇଥିବା ବେଳେ ଚଳିତ ବର୍ଷ ପାଗ ଅନୁକୂଳ ଥିବାରୁ ଡ଼ଲଫିନ ସଂଖ୍ୟା ବୃଦ୍ଧି ପାଇଥିବା ନେଇ ବନ୍ୟପ୍ରାଣୀ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ଅନୁଷ୍ଠିତ ବୈଠକରେ ଡ଼ିଏଫଓ ଅମ୍ଳାନ ନାୟକ,ବନ୍ୟପ୍ରାଣୀ ବନଖଣ୍ଡ ରେଞ୍ଜର ରଶ୍ମିତା ଜେନା,ଏସିଏଫ ପ୍ରମୋଦ ସେଠୀ, ବୈଜ୍ଞାନିକ ଡ଼ ଆରଏମ ସାମଲ, ସିଡିଏ କର୍ତ୍ୟୁପକ୍ଷ ମନୋରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

Chilika Lake ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025

‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବ

September 10, 2025
Latest News

ଟ୍ରମ୍ପଙ୍କ ଶୁଳ୍କ ପରେ ଭାରତ ଉପରେ କ’ଣ ପଡିଛି ପ୍ରଭାବ?, ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ରିପୋର୍ଟ

September 10, 2025

ଶିକ୍ଷୟତ୍ରୀ ସୁର୍ଯ୍ୟମଣି ନାୟକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ

September 10, 2025

ଆଜିଠାରୁ ଭାରତର ଏସିଆ କପ ଅଭିଯାନ: ଜାଣନ୍ତୁ କେଉଁଠାରେ ଦେଖିବେ ମ୍ୟାଚ

September 10, 2025

‘ଭାରତ ଉପରେ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କର’, ଟ୍ରମ୍ପଙ୍କ ଚେତାବନୀ ପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଜବାବ

September 10, 2025

ବିଧାନସଭା ବେଳେ ସଚିବମାନେ କଣ ମନ୍ତ୍ରୀଙ୍କୁ ସଠିକ ତଥ୍ୟ ଯୋଗାଉ ନାହିଁନ୍ତି କି ?

September 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.