Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦେବଭୂମି ପ୍ରୟାଗରାଜରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ୭୬ତମ ସାଧାରଣତନ୍ତ୍ର ଦିବସ
ଜାତୀୟ ଖବର

ଦେବଭୂମି ପ୍ରୟାଗରାଜରେ ଆନନ୍ଦ ଉଲ୍ଲାସର ସହ ପାଳିତ ହେଲା ୭୬ତମ ସାଧାରଣତନ୍ତ୍ର ଦିବସ

January 27, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

୭୬ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି। ବିଶ୍ୱାସ ଓ ଭକ୍ତିର ଏହି ଅନନ୍ୟ ମେଳାରେ ସଙ୍ଗମରେ ବୁଡ ପକାଇବା ପାଇଁ ଶହ ଶହ ଶ୍ରଦ୍ଧାଳୁ ଏକତ୍ରିତ ହୋଇଥିଲେ। ତେବେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମହାକୁମ୍ଭ ଯାତ୍ରା ପଡିଆ ଓ ଆଖଡାରେ ଜାତୀୟତାବୋଧ  ଛାଇଯାଇଥିଲା। ସାଧୁ ସନ୍ଥଙ୍କ ଆଖଡା, ଶ୍ରଦ୍ଧାଳୁଙ୍କ କ୍ୟାମ୍ପ, ବିଭିନ୍ନ ସରକାରୀ ଅସ୍ଥାୟୀ ଶିବିରରେ ଜାତୀୟ ପତାକା ଉତୋଳନ ଉତ୍ସବ ପାଳିତ ହୋଇଥିଲା।

ସାଧାରଣତନ୍ତ୍ର ଦିବସରେ ମହାକୁମ୍ଭରେ ବରିଷ୍ଠମାନଙ୍କ ଯୋଗଦାନ ଏହାକୁ ଅଧିକ ଉଚ୍ଚକିତ କରିଥିଲା। ସ୍ୱତନ୍ତ୍ର କ୍ୟାମ୍ପ ଓ ବୃଦ୍ଧାଶ୍ରମରେ ବି ଅନୁରୂପ ଆୟୋଜନ କରାଯାଇଥିଲା। ସଙ୍ଗମରେ ବୁଡ ପକାଇ ଏହି ଅସ୍ଥାୟୀ ଶିବିରରେ ବରିଷ୍ଠ ନାଗରିକମାନେ ଆରାମ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା।

ମହାକୁମ୍ଭର ପଡିଥିବା ସାମାଜିକ ସଶକ୍ତିକରଣ କ୍ୟାମ୍ପରେ ଏକ ଅନନ୍ୟ କଥା ଦୃଷ୍ଟି ଗୋଚର ହୋଇଥିଲା। ମୀର୍ଜାପୁର ବୃଦ୍ଧାଶ୍ରମରୁ ଆସିଥିବା ୭୦ ବର୍ଷୀୟ ଜନୈକ ମୁନ୍ନି ଦେବୀ ପତାକା ଉତୋଳନ କରିଥିଲେ। ମହାକୁମ୍ଭ କେବଳ ବିଶ୍ୱାସ ଓ ଆସ୍ଥାର ପ୍ରତୀକ ନୁହେଁ ବରଂ ଏହା ସମାଜର ବିଭିନ୍ନବର୍ଗର ଲୋକଙ୍କ ଏକ ଅନନ୍ୟ ଉତ୍ସବ ବୋଲି ପ୍ରତୀତ ହୋଇଥିଲା। ମୁନ୍ନି ଦେବୀଙ୍କ ପରି ଜଣେ ବୟୋବୃଦ୍ଧ ମହିଳାଙ୍କ ଉପସ୍ଥିତି ଏହା ପ୍ରତିପାଦିତ କରିଥିଲା।

ବୃଦ୍ଧାଶ୍ରମରେ ରହୁଥିବା ଲୋକଙ୍କ ପାଇଁ ଉତରପ୍ରଦେଶ ସରକାରଙ୍କ ଦ୍ୱାରା ମହାକୁମ୍ଭରେ ଶହେ ଶଯ୍ୟା ବିଶିଷ୍ଟ ଏକ ଅସ୍ଥାୟୀ ଶିବିର ବି ଆୟୋଜନ କରାଯାଇଛି। ସଙ୍ଗମରେ ବୁଡ ପକାଇବା କିମ୍ବା ଯାତ୍ରା ବେଳେ କୌଣସି ସମସ୍ୟାରେ ପଡୁଥିବା ବୟୋବୃଦ୍ଧଙ୍କ ବିଶ୍ରାମ ପାଇଁ ଏହା ନିର୍ମାଣ କରାଯାଇଥିବା କୁହାଯାଇଛି। ତେବେ ଆଜିଯାଏ ସାରା ରାଜ୍ୟରୁ ପ୍ରାୟ ୪୫୦ ବୟୋବୃଦ୍ଧ ସଙ୍ଗମରେ ବୁଡ ପକାଇଥିବା ସୂଚନା ମିଳିଛି।

ଏହି ଅବସରରେ ବିଭିନ୍ନ ଆଖଡା, ସରକାରୀ ଓ ସାମାଜିକ ସଙ୍ଗଠନ କ୍ୟାମ୍ପରେ ଦେଶାତ୍ମବୋଧକ ସଙ୍ଗୀତ ଗାନ କରାଯାଇଥିଲା। ଏହାଛଡା ଏହି ଅବସରରେ ବି ଯୋଗ ଶିବିର ଆୟୋଜନ କରାଯାଇଥିଲା। ମହାକୁମ୍ଭରେ ଉଭୟ ମାନସିକ ଓ ଶାରୀରିକ ସୁସ୍ଥତା ପାଇଁ ଏହି ଯୋଗ ଶିବିର ଯଥେଷ୍ଟ ଉପାଦାନ ଯୋଗାଇଥିଲା।

ମହାକୁମ୍ଭରେ ସାଧାରଣତନ୍ତ୍ର ଦିବସ ପାଳନ କେବଳ ଜାତୀୟତାବୋଧ  ଉଦ୍ରେକ କରିନାହିଁ ବରଂ ସାମାଜର ସବୁବର୍ଗର ଲୋକଙ୍କୁ ଏକାଠି କରିବାରେ ଏହା ପ୍ରମୁଖ ସହାୟକ ହୋଇ ପାରିଛି। ଏହି କାର୍ଯ୍ୟକ୍ରମ କେବଳ ସାମ୍ୟତାର ବାର୍ତା ପ୍ରଚାର କରିନାହିଁ ବରଂ ବରିଷ୍ଠଙ୍କୁ ସମ୍ମାନ ଦେବା କ୍ଷେତ୍ରରେ ଏକ ଅନନ୍ୟ ଉତ୍ସବରେ ପରିଣତ ହୋଇପାରିଛି।

ମହାକୁମ୍ଭ ନଗର ସାଧାରଣତନ୍ତ୍ର ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.