Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ
ଜାତୀୟ ଖବର

ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ

February 10, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
NCC
ଏନସିସି କାଡେଟଙ୍କୁ ଦିଆଯିବ ବିମାନ ଉଡାଣ ପ୍ରଶିକ୍ଷଣ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କଲେ ମହାନିର୍ଦ୍ଦେଶକ

ଭୁବନେଶ୍ବର: ଏନ୍‍.ସି.ସି. ମହାନିର୍ଦ୍ଦେଶକ ଲେଫ୍‍ଟନାଣ୍ଟ ଜେନେରାଲ ଗୁରୁବୀର ପାଲ୍‍ ସିଂହ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଓଡ଼ିଶାରେ ଏନ୍‍.ସି.ସି.ର ସମ୍ପ୍ରସାରଣ ସମ୍ପର୍କରେ ଆଲୋଚନା କରିଛନ୍ତି ।

ଆଲୋଚନାରୁ ଜଣାଯାଇଛି ଯେ, ଓଡ଼ିଶାରେ ଏନ୍‍.ସି.ସି.ର କାଡେଟ୍‍ ସଂଖ୍ୟା ୬୦ ହଜାର ରହିଛି । ଏହାକୁ ୯୦ ହଜାରକୁ ବୃଦ୍ଧି କରାଯିବ । ଏଥିପାଇଁ କେନ୍ଦ୍ରୀୟ ବିଦ୍ୟାଳୟ, ନବୋଦୟ ବିଦ୍ୟାଳୟ ସହିତ ରାଜ୍ୟର ଅନ୍ୟାନ୍ୟ ବିଦ୍ୟାଳୟରେ ମଧ୍ୟ ଏନ୍‍.ସି.ସି. ଶାଖା ପ୍ରତିଷ୍ଠା କରାଯିବ।

ରାଜ୍ୟରେ ଏନ୍‍.ସି.ସି. ପିଲାଙ୍କ ଦକ୍ଷତା ବୃଦ୍ଧି ପାଇଁ କଟକ, ବ୍ରହ୍ମପୁର ଓ ସମ୍ୱଲପୁରରେ ତିନୋଟି ଟ୍ରେନିଙ୍ଗ୍ ସେଣ୍ଟର ପ୍ରତିଷ୍ଠା କରାଯିବ । କଟକ ଓ ବ୍ରହ୍ମପୁରରେ ଏଥିପାଇଁ ୫ ଏକର ଲେଖାଏଁ ଜମି ଉପଲବ୍‍ଧ ଥିବାବେଳେ, ସମ୍ୱଲପୁରରେ ଏଥିପାଇଁ ୧୦ ଏକର ଜମି ଯୋଗାଇ ଦିଆଯିବ ।

ଏହା ସହିତ କୋରାପୁଟରେ ଏନ୍‍.ସି.ସି.ର ଗ୍ରୁପ୍‍ ହେଡ୍‍କ୍ୱାଟର୍ସ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଅଧିକାରୀ ଓ କର୍ମଚାରୀ ମଧ୍ୟ ଯୋଗାଇ ଦିଆଯିବ ।

ଝାରସୁଗୁଡ଼ା ଏୟାରପୋର୍ଟରେ ଏନ୍‍.ସି.ସି. ପିଲାମାନଙ୍କୁ ବିମାନ ଉଡାଣ ପ୍ରଶିକ୍ଷଣ ଦେବାପାଇଁ ମଧ୍ୟ ନିଷ୍ପତ୍ତି କରାଯାଇଛି । ଏଥିପାଇଁ ସେଠାରେ ଏକ ହ୍ୟାଙ୍ଗର ପ୍ରତିଷ୍ଠା କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧.୫ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏନ୍‍.ସି.ସି. ହେଉଛି ଦେଶର ଏକ ପ୍ରତିଷ୍ଠିତ ସଂସ୍ଥା । ଛାତ୍ର ଓ ଯୁବଶକ୍ତିର ସମ୍ଭାବନାକୁ ବିକଶିତ କରି ଦେଶର ସେବାରେ ନିୟୋଜିତ କରିବା କ୍ଷେତ୍ରରେ ଏହାର ତୁଳନା ନାହିଁ । ତେଣୁ ଓଡ଼ିଶାରେ ଏହି ସଂସ୍ଥାର ସମ୍ପ୍ରସାରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ ଏବଂ ଏନ୍‍.ସି.ସି.ର ଉଚ୍ଚ ପଦାଧିକାରୀମାନେ ଉପସ୍ଥିତ ଥିଲେ।

ଏଥିପାଇଁ ଏନ୍‍.ସି.ସି. ପକ୍ଷରୁ ଡାଇରେକ୍ଟର କର୍ଣ୍ଣେଲ ସାଗର ମହାନ୍ତି ଓ ଉଚ୍ଚଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ଏନ୍‍.ସି.ସି. ଓ ରାଜ୍ୟ ସରକାର ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ନିଷ୍ପତ୍ତି ଗୁଡ଼ିକର ରୂପାୟନକୁ ତ୍ୱରାନ୍ୱିତ କରିବା ପାଇଁ ସ୍ଥିର ହୋଇଛି।

ncc ଏନସିସି ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Latest News

ସମ୍ ହସ୍ପିଟାଲ୍‌ରେ ଅଙ୍ଗଦାନକାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ

September 9, 2025

ମହିଳା ଓ ଶିଶୁ ସୁରକ୍ଷା ନିମନ୍ତେ ଦିନିକିଆ କର୍ମଶାଳା

September 9, 2025

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.