Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅଲିଭ ରିଡଲେଙ୍କ ଗଣ ଅଣ୍ଡା ଦାନ ପର୍ବ
ଜାତୀୟ ଖବର

ଅଲିଭ ରିଡଲେଙ୍କ ଗଣ ଅଣ୍ଡା ଦାନ ପର୍ବ

February 19, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଋଷିକୁଲ୍ୟା ମୁହାଣ ନିକଟ ରେ ନୂଆ ଅତିଥିଙ୍କ ଆଗମନ ହୋଇଛି। ଭୋର ସକାଳୁ ମଥା ପାତି ପାତି ସମୁଦ୍ର କୂଳ ଆଡକୁ ସାଙ୍ଗ ସାଥି ହୋଇ ଆସୁଛନ୍ତି. ବିସ୍ତିର୍ଣ୍ଣ ବେଳାଭୂମିରେ ହଜାର ହଜାର ଭିନ୍ନ ପ୍ରଜାତିର ଅତିଥିଙ୍କ ଦୃଶ୍ୟ ସମାଗମ ସମସ୍ତ ଙ୍କୁ ଆମନ୍ତ୍ରଣ କରୁଛି. ଅଚିହ୍ନା ରାଇଜରେ ଚିହ୍ନା ଚିହ୍ନା ମୁହଁକୁ ଅନ୍ୱେଷଣ କରି ବଂଶ ବିସ୍ତାର କରିବାକୁ ପ୍ରୟାସ କରୁଛନ୍ତି ନୂଆ ଅତିଥିଗଣ। ଗଞ୍ଜାମ ଜିଲାର ଋଷିକୂଲ୍ୟା ମୁହାଣ. ଗଞ୍ଜାମ ବ୍ଲକ ଅନ୍ତର୍ଗତ ପୋଡ଼ମପେଟା ଗ୍ରାମ ଠାରୁ ବଟେଶ୍ୱର ମନ୍ଦିର ନିକଟସ୍ଥ ସମୁଦ୍ର ବେଳାଭୂମିରେ ବିରଳ ପ୍ରଜାତିର ଅଲିଭ ରିଡେଲ କଇଁଚଙ୍କ ସମାଗମ. ବେଳାଭୂମି ମୁହାଁ

ଏହି ବିରଳ ପ୍ରଜାତିର ଜୀବ ଏବେ ଗଣଅଣ୍ଡା ଦାନ କରୁଥିବା ଦେଖିବାକୁ ମିଳିଛି। ଋଷିକୁଲ୍ୟା ନଦୀ ମୁହାଣରେ ଚଳିତବର୍ଷ ଗଣଅଣ୍ଡାଦାନ ଆରମ୍ଭ ହୋଇଛି। ବର୍ତମାନ ପାଗ ଅନୁକୂଳ ରହିଛି। ଧୀରେ ଧୀରେ ଦକ୍ଷିଣା ପବନ ଆରମ୍ଭ ହେଲାଣି ଏଣୁ ଗତଥର ଅପେକ୍ଷା ଏଥର ଲକ୍ଷାଧିକ କଇଁଛ ଗଣ ଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ ହୋଇଥିବା ଦେଖିବାକୁ ମିଳିଛି।

ସୋମବାର ଭୋର୍ ସମୟରୁ ଧୀରେ ଧୀରେ ଅଲିଭ ରିଡଲେ ଙ୍କ ଆଗମନ ହୋଇଛି। ସୁରକ୍ଷା ପାଇଁ ବନ ବିଭାଗ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ଗତବର୍ଷ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଗଣଅଣ୍ଡାଦାନ ହୋଇ ନଥିଲା। କିନ୍ତୁ ଚଳିତ ଵର୍ଷ ଗଣଅଣ୍ଡାଦାନ ପାଇଁ ପରିବେଶ ଅନୁକୂଳ ଥିବାରୁ ସମୁଦ୍ରରେ ଲକ୍ଷାଧିକ କଇଁଛଙ୍କ ସମାଗମ ରହିଥିବା ଦେଖିବାକୁ ମିଳିଛି। ଶୀତଋତୁ ଆରମ୍ଭ ହେବା କ୍ଷଣି ନଭେମ୍ବର ମାସରେ ସୁଦର ଦେଶ ରୁ ଲକ୍ଷାଧିକ ସଂଖ୍ୟାରେ କଇଁଛ ଓଡ଼ିଶା ଉପକୂଳମୁହାଁ ହୋଇଥାନ୍ତି। ଗଞ୍ଜାମ ଜିଲ୍ଲା ଋଷିକୁଲ୍ୟା ନଦୀ ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ କଇଁଛ ଗଣଅଣ୍ଡାଦାନ କରିଥାନ୍ତି। କଇଁଛଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗଣଅଣ୍ଡାଦାନ ପୂର୍ବରୁ ବ୍ରହ୍ମପୁର ଡିଏଫ୍‌ଓ ପୁରୁଣାବନ୍ଧ ଠାରୁ ବଟେଶ୍ଵର ପର୍ଯ୍ୟନ୍ତ ପାଞ୍ଚ କିମି ବେଳାଭୂମିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଵା ସହ ବ୍ୟାରିକେଟ କରାଯାଇଛି।

ଗୋଟିଏ କଇଁଛ ପ୍ରାୟ ୪୫ ମିନିଟ ଧରି ଆନୁମାନିକ ୧୨୦ ରୁ ୧୫୦ ଟି ଅଣ୍ଡା ଦେଇଥାଏ। ଅଣ୍ଡା ଦେବା ପରେ ତାହାକୁ ବାଲିରେ ପୋତି ସମୁଦ୍ର କୁ ଚାଲି ଯାଇଥାଏ। ୪୫ ଦିନ ପରେ ସେଥିରୁ ଛୁଆ ବାହାରି ସମୁଦ୍ର କୁ ଚାଲି ଯାଆନ୍ତି। ଶହେ ମିଟର୍ ବ୍ୟବଧାନରେ ଗୋଟାଏ ଲେଖାଏଁ ୫୦ ଟି ସେଗମେଣ୍ଟ୍ କରାଯିବା ସହ ସହ ଆଠଟି କୃତ୍ରିମ ପ୍ରଜନନ କେନ୍ଦ୍ର ପ୍ରତିଷ୍ଠା କରିଛି ବନ ବିଭାଗ। ବେଳାଭୂମିର ବାଲୁକାଶଯ୍ୟାରେ ସୁରକ୍ଷାବାଡ଼ କରାଯାଇଛି। ଫଳରେ କୁକୁର ଓ ବିଲୁଆ ସେହି ସ୍ଥାନକୁ ଯାଇ ପାରିବେ ନାହିଁ।

ପ୍ରତିଦିନ ବୋଟ୍ ମାଧ୍ୟମରେ ଫରେଷ୍ଟର୍ ଙ୍କ ତତ୍ତ୍ୱାବଧାନରେ ସମୁଦ୍ରରେ ପାଟ୍ରୋଲିଂ କରାଯାଉଛି। ମିଳନ ପର୍ବ ଠାରୁ ଆରମ୍ଭ କରି ବର୍ତ୍ତମାନ ଗଣଅଣ୍ଡାଦାନ ପର୍ଯ୍ୟନ୍ତ ବିଭିନ୍ନ ପର୍ଯ୍ୟାୟରେ ୧୪୦ ଜଣ ସୁରକ୍ଷାକର୍ମୀ ନିୟୋଜିତ ହେଇ ଥିବା ସୂଚନା ମିଳିଛି l କଇଁଛ ଙ୍କ ଆଗମନ ଓ ଅଣ୍ଡାଦାନ ପ୍ରକ୍ରିୟା ଶେଷ ହେବା ନେଇ ବନ ବିଭାଗ ସେମାନଙ୍କ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଥାନ୍ତି। ନଭେମ୍ବର ୧ ମେ ୩୧ ପ୍ରଯ୍ୟନ୍ତ ସମୁଦ୍ର ଉପକୁଳ ଆର୍ଯ୍ୟପଲ୍ଲୀ ରୁ ପ୍ରୟାଗି ୨୦ କିମି କୁ ନୋ ଫିସିଙ୍ଗ ଜୋନ ଘୋଷଣା କରାଯାଇଛି। ୨୦୨୪ ରେ ଅଣ୍ଡା ଦାନ ହୋଇନଥିବା ବେଳେ ଚଳିତ ବର୍ଷ ଗତ ରବିବାର ଠାରୁ ଅଲିଭ ରିଡଲେ ଗଣଅଣ୍ଡାଦାନ ଆରମ୍ଭ କରିଛନ୍ତି।

ଚଳିତ ବର୍ଷ ରେକର୍ଡ ସଂଖ୍ୟାକ ଗଣ ଅଣ୍ଡାଦାନ ହେବ ବୋଲି ଆଶା ରଖିଛନ୍ତି। ଆଜି ଦିନରେ ୧ ଲକ୍ଷ ୨୮ହଜାର ୨ ଶହ ୭୯ ରୁ ଉର୍ଦ୍ଧ ଅଣ୍ଡା ଦାନ ପ୍ରକ୍ରିୟା ଚାଲୁ ରହିଥିବାବେଳେ ଗତ ରବିବାର ପ୍ରାତଃ ସମୟରୁ ଆଜି ପର୍ଯ୍ୟନ୍ତ ୨ ଲକ୍ଷ ୧୮ ହଜାର ୮ ଶହ ରୁ ଉର୍ଦ୍ଧ ଅଣ୍ଡା ଦାନ ପ୍ରକ୍ରିୟା ଚାଲୁ ରହିଛି।

ଅଲିଭ ରିଡଲେ ଋଷିକୁଲ୍ୟା ମୁହାଣ ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.