Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

March 2, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
କେନ୍ଦୁଝର ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳା ୨୦୨୫କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର: ଯେ କୌଣସି ସମାଜର ସବୁଠାରୁ ମହତ୍ତ୍ଵପୂର୍ଣ୍ଣ ଅଙ୍ଗ ହେଉଛନ୍ତି ଆମର କୃଷକ ସମାଜ ଯେଉଁମାନେ ଖରା, ବର୍ଷା, ଶୀତକୁ ଭୃକ୍ଷେପ ନ କରି ହାଡଭଙ୍ଗା ପରିଶ୍ରମ ଦ୍ଵାରା ଆମ୍ଭ ସମସ୍ତଙ୍କୁ ଆହାର ଦେଇଥାନ୍ତି। ସେମାନଙ୍କ ବିନା ସମାଜର ପରିକଳ୍ପନା କରିବା ଅସମ୍ଭବ। ତେଣୁ, ଅନ୍ନଦାତାଙ୍କୁ ଯେତେ ଧନ୍ୟବାଦ କଲେ ମଧ୍ୟ ତାହା ସବୁବେଳେ କମ ହିଁ ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି ।

ଧରଣୀଧର ବିଶ୍ୱବିଦ୍ୟାଳୟ ଖେଳ ପଡିଆଠାରେ ପାଞ୍ଚ ଦିନ ବ୍ୟାପୀ ଆୟୋଜିତ ହେବାକୁ ଥିବା ଆଞ୍ଚଳିକ କୃଷି ଯନ୍ତ୍ରପାତି ମେଳାକୁ ଉଦଘାଟନ କରି ନିଜ ଅଭିଭାଷଣରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ମଧ୍ୟ ଓଡିଶା ଏକ କୃଷି ଭିତ୍ତିକ ରାଜ୍ୟ ଭାବେ ୬୦ ପ୍ରତିଶତରୁ ବି ଉର୍ଦ୍ଧ୍ଵ ଲୋକେ କୃଷି ଏବଂ ଆନୁଷଙ୍ଗିକ କାର୍ଯ୍ୟ ଉପରେ ନିର୍ଭରଶୀଳ ଥିବାରୁ ଆମ ସରକାର ଆସିବାର ମାତ୍ର ୨୪ ମିନିଟ ମଧ୍ୟରେ ରାଜ୍ୟର ଚାଷୀ ଭାଇ ଓ ଭଉଣୀଙ୍କ ଆୟରେ ବୃଦ୍ଧି କରିବା ପାଇଁ କୃଷକ ସମୃଦ୍ଧି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିଲା ଯାହା ଆମ ସରକାରଙ୍କ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ଥିବା ପ୍ରତିଶ୍ରୁତିବଦ୍ଧତାକୁ ପ୍ରଦର୍ଶନ କରୁଛି ବୋଲି ଦୃଢୋକ୍ତି ପ୍ରକାଶ କରିଥିଲେ ।

ଜଳବାୟୁ ପରିବର୍ତ୍ତନ, ଅସ୍ଥିର ବଜାର ମୂଲ୍ୟ ଏବଂ ଶ୍ରମିକ ଅଭାବ କୃଷି ଉତ୍ପାଦନକୁ ବାଧା ଦେଇଥାଏ। ସେଥିପାଇଁ ଏହି ମେଳା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କୃଷି କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ କୃଷି ଯନ୍ତ୍ରପାତିର ବ୍ୟବହାର ଦ୍ୱାରା କିପରି ଚ୍ୟାଲେଞ୍ଜ ଗୁଡ଼ିକ ମଧ୍ୟରୁ କିଛି ହ୍ରାସ କରାଯାଇପାରିବ ଓ ଦକ୍ଷତା, ଉତ୍ପାଦକତା ଏବଂ ଶେଷରେ ଲାଭଦାୟକତା ବୃଦ୍ଧି କରାଯାଇପାରିବ, ତାକୁ ଦୃଷ୍ଟିରେ ରଖି ଏହି ମେଳା ଆୟୋଜନ କରାଯାଇଛି। ଏହା ଆମର କୃଷି ପଦ୍ଧତିକୁ ଆଧୁନିକୀକରଣ କରିବା ସହିତ ଆମର ଚାଷୀଭାଇମାନଙ୍କୁ ଆଜିର ବିଶ୍ୱ ବଜାରରେ ପ୍ରତିଯୋଗୀ ଭାବେ ଗଢ଼ି ତୋଳିବାରେ ସକ୍ଷମ ହେବ ବୋଲି ଶ୍ରୀ ମାଝୀ ପ୍ରକାଶ କରିଥିଲେ ।

​ଆହୁରିମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ଅଭିଭାଷଣରେ ୨୦୨୫-୨୬ ବଜେଟରେ କୃଷି ଓ କୃଷକଙ୍କ କଲ୍ୟାଣ ନିମନ୍ତେ ବହୁବିଧ ଯୋଜନା ପ୍ରସ୍ତୁତ କରାଯାଇଛି ଏବଂ ପର୍ଯ୍ୟାପ୍ତ ଅର୍ଥର ବ୍ୟବସ୍ଥା କରାଯାଇଛି । ସମୃଦ୍ଧ କୃଷକ ଯୋଜନା ଅନ୍ତର୍ଗତ ଚାଷୀଙ୍କଠାରୁ ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ଅଧିକ ଅର୍ଥ ଇନ୍‍ପୁଟ ସହାୟତା ଆକାରରେ ପ୍ରଦାନ କରାଯାଇ କୁଇଣ୍ଟାଲ ପିଛା ୩ ହଜାର ୧ ଶହ ଟଙ୍କାରେ ଧାନ କିଣାଯାଉଛି। ଏହି ଯୋଜନାର ବଜେଟ, 5 ହଜାର କୋଟିରୁ 6 ହଜାର କୋଟିକୁ ବୃଦ୍ଧି କରାଯାଇଛି। ସେହିପରି କେନ୍ଦ୍ର ସରକାରଙ୍କ ‘ପିଏମ କିଷାନ’କୁ ରାଜ୍ୟ ଯୋଜନା ‘ସିଏମ କିଷାନ’ ସହିତ ସମିଶ୍ରଣ କରାଯାଇ କୃଷକମାନଙ୍କ ଆୟ ବୃଦ୍ଧି ଲକ୍ଷ୍ୟକୁ ସାକାର କରିବା ପାଇଁ ବଜେଟରେ 2 ହଜାର 20 କୋଟି ଟଙ୍କାର ପ୍ରସ୍ତାବ ରଖାଯାଇଛି।

ମାଣ୍ଡିଆ ଚାଷ ଦ୍ଵାରା ଖାଦ୍ୟ ସୁରକ୍ଷା ଓ ପୋଷଣର ଆବଶ୍ୟକତାକୁ ପୂରଣ କରିବା ପାଇଁ ‘ଶ୍ରୀ ଅନ୍ନ ଅଭିଯାନ’କୁ ସମସ୍ତ ୩୦ ଟି ଜିଲ୍ଲାର ମୋଟ ୧୭୭ଟି ବ୍ଲକକୁ ସମ୍ପ୍ରସାରିତ କରାଯିବାର ଲକ୍ଷ୍ୟ ନେଇ ବଜେଟରେ ସ୍ଵତନ୍ତ୍ର ଅର୍ଥ ବ୍ୟବସ୍ଥା କରାଯାଇଛି। କୃଷି ଯାନ୍ତ୍ରୀକିକରଣ ଓ କୃଷି ଭିତ୍ତିକ ଉଦ୍ୟୋଗର ବିକାଶ ନିମନ୍ତେ ୪୨୫ କୋଟି ଟଙ୍କାର ବ୍ୟୟ ବରାଦ ରଖାଯାଇଛି। ସେହିପରି କୃଷି ଉଦ୍ୟୋଗର ପ୍ରୋତ୍ସାହନ ତଥା ବ୍ୟବସାୟ ସୁଗମ କରିବା ପାଇଁ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ନିମନ୍ତେ ୨୬୪ କୋଟି ଟଙ୍କା ବ୍ୟୟ ବରାଦ କରାଯାଇଛି ବୋଲି ଶ୍ରୀ ମାଝୀ ସୂଚନା ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସାଂସଦ କେନ୍ଦୁଝର ଶ୍ରୀ ଅନନ୍ତ ନାୟକ, ତେଲକୋଇ ବିଧାୟକ ଡ଼କ୍ଟର ଫକୀର ମୋହନ ନାଏକ, ପାଟଣା ବିଧାୟକ ଶ୍ରୀ ଅଖିଳ ଚନ୍ଦ୍ର ନାଏକ, ଜିଲ୍ଲାପାଳ କେନ୍ଦୁଝର ଶ୍ରୀ ଵିଶାଲ ସିଂହ, ଅତିରିକ୍ତ ନିର୍ଦ୍ଦେଶକ କୃଷି ବିଭାଗ ଶ୍ରୀ ଜାମି ସୂର୍ଯ୍ୟା ରାଓ, କେନ୍ଦୁଝରଗଡ଼ ପୌରାଧ୍ୟକ୍ଷା ଶ୍ରୀମତୀ ନିକୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।ପ୍ରାରମ୍ଭରେ ମୁଖ୍ୟମନ୍ତ୍ରୀ କୃଷି ଯନ୍ତ୍ରପାତି ଓ ଅନ୍ୟ କୃଷି ଆନୁସଙ୍ଗିକ ଉପକରଣ ପ୍ରଦର୍ଶିତ ହେଉଥିବା ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ ।

ଏହି ଅବସରରେ ୧୧ ଜଣ ଚାଷୀ ଭାଇ ଭଉଣୀ ହିତାଧିକାରୀ ମାନଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ କୃଷି କଲ୍ୟାଣ ଯୋଜନାର ସୁବିଧା ହସ୍ତାନ୍ତର କରାଯାଇଥିଲା ।

କୃଷି ଯନ୍ତ୍ରପାତି ମେଳା ଧରଣୀଧର ବିଶ୍ୱବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026
Latest News

ଇଞ୍ଜିନିୟରମାନଙ୍କ ପାଇଁ “ରାସାୟନିକ ପଦାର୍ଥ ପରିଚାଳନାରେ ସୁରକ୍ଷା” ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 14, 2026

ଦେଶରେ ପ୍ରଥମ ହେଲା ପୂର୍ବତଟ ରେଳପଥ: ବର୍ଷକରେ ପରିବହନ କଲା ୫୦୦ ମେଟ୍ରିକ ଟନ୍ ପଣ୍ୟ

March 14, 2026

ନୂଆଦିଲ୍ଲୀରେ ସମ୍ୱଲପୁରୀ ଗାୟକଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

March 14, 2026

ଓଡ଼ିଶାରେ ୩.୫ ଗୁଣରୁ ଅଧିକ ବେଗରେ କାର୍ଯ୍ୟକ୍ଷମ ହେଲା ନୂଆ ରେଳ ଟ୍ରାକ୍‌

March 14, 2026

କଟକ-ଭୁବନେଶ୍ୱର ମଧ୍ୟରେ ପ୍ରତି ଅଧଘଣ୍ଟାରେ ଚାଲିବ ନମୋ ଭାରତ ଟ୍ରେନ: ରେଳମନ୍ତ୍ରୀ

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.