Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି, ଅଭିଯୋଗ ପ୍ରକୋଷ୍ଠରୁ ନେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି, ଅଭିଯୋଗ ପ୍ରକୋଷ୍ଠରୁ ନେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ

March 3, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ନବମ ପାଳି, ଅଭିଯୋଗ ପ୍ରକୋଷ୍ଠରୁ ନେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ନବମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ଆଜି ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକଙ୍କ ସମସ୍ୟା ଓ ଦୁଃଖ ଶୁଣିବା ସହିତ ଏହାର ସମାଧାନ ଓ ପ୍ରତିକାର ପାଇଁ ତତ୍‌କାଳ ପଦକ୍ଷେପ ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଆରମ୍ଭ ହୋଇଛି ଏକ ସ୍ୱତନ୍ତ୍ର ଅଭିଯାନ । ସିଙ୍ଗିଲ୍ ୱିଣ୍ଡୋ ସିଷ୍ଟମରେ ଅସାଧ୍ୟ ଓ ଦୂରାରୋଗ୍ୟରେ ପୀଡ଼ିତ ବ୍ୟକ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ତୁରନ୍ତ ସହାୟତା ଯୋଗାଇ ଦିଆଯାଉଛି। ଆଜି ଏହି ସିଷ୍ଟମରେ ଚିକିତ୍ସା ଖର୍ଚ୍ଚ ପାଇଁ ପୁରୀ ଜିଲ୍ଲାର ନିମାପଡ଼ାରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ହେମନ୍ତ ସାହୁଙ୍କୁ ୧ ଲକ୍ଷ ଟଙ୍କା, ଖୋର୍ଦ୍ଧା ଜିଲ୍ଲା ନିରାକାରପୁରରୁ ଆସିଥିବା ପକ୍ଷାଘାତ ଆକ୍ରାନ୍ତ ବିଚିତ୍ର ପାଇକରାୟଙ୍କୁ ୧ ଲକ୍ଷ ଟଙ୍କା, ବାଲେଶ୍ୱର ଜିଲ୍ଲା ଭୋଗରାଇରୁ ଆସିଥିବା ବୋନ୍ ମ୍ୟାରୋ କ୍ୟାନସର ପୀଡ଼ିତା ହାଜିରା ବିବିଙ୍କୁ ୩ ଲକ୍ଷ ଟଙ୍କା ଏବଂ କନ୍ଧମାଳ ଜିଲ୍ଲା ଟିକାବାଲିରୁ ଆସିଥିବା କ୍ୟାନସର ପୀଡ଼ିତା ଇନ୍ଦୁ ବେହେରାଙ୍କୁ ୧ ଲକ୍ଷ ଟଙ୍କା ସହିତ ଗଜପତି ଜିଲ୍ଲାରୁ ପୁଅର ଚିକିତ୍ସାରେ ସର୍ବସ୍ୱାନ୍ତ ହୋଇଆସିଥିବା ଶ୍ରୀମତୀ ରଶ୍ମିତା ନାୟକଙ୍କୁ ୧ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ତୁରନ୍ତ ମଞ୍ଜୁର କରିଥିଲେ ।

ଏହି ତତ୍‌କାଳ ସହାୟତା ପ୍ରଦାନ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ପାଇଁ ଅଭିଯୋଗ ପ୍ରକୋଷ୍ଠରେ ଡାକ୍ତରୀ ଦଳ ମଧ୍ୟ ନିୟୋଜିତ ଥିଲେ ।

ଗଣମାଧ୍ୟମକୁ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ଜରିଆରେ ଆମ ସରକାର ସବୁ ବର୍ଗର ଲୋକଙ୍କୁ ସହାୟତା ପ୍ରଦାନ କରୁଛନ୍ତି । ବିଶେଷ କରି ଭିନ୍ନକ୍ଷମ, ବରିଷ୍ଠ ଓ ଜରୁରୀ ସେବା ଆବଶ୍ୟକ କରୁଥିବା ବ୍ୟକ୍ତିବିଶେଷଙ୍କୁ ପ୍ରାଧାନ୍ୟ ଦିଆଯାଉଛି । ଦୁଃଖ ଓ ସମସ୍ୟାରେ ଜର୍ଜରିତ ବ୍ୟକ୍ତିମାନେ ସେମାନଙ୍କ ସମସ୍ୟା ଓ ଅଭିଯୋଗ ନେଇ ଏଠାକୁ ଆସୁଛନ୍ତି । ସମସ୍ତଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନିଆଯାଇ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ସମ୍ପୃକ୍ତ ବିଭାଗ ଓ କର୍ତ୍ତୃପକ୍ଷଙ୍କ ନିକଟକୁ ଏହାର ସମାଧାନ ପାଇଁ ଅଭିଯୋଗପତ୍ର ପ୍ରେରଣ କରାଯାଉଛି।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ମନ୍ତ୍ରୀ ମଣ୍ଡଳର ୭ ଜଣ ସଦସ୍ୟ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣୁଥିଲେ । କେବଳ ଚିକିତ୍ସା ସହାୟତା ନୁହେଁ, ଅନ୍ୟାନ୍ୟ ବିଭିନ୍ନ ସମସ୍ୟା ନେଇ ଅଭିଯୋଗକାରୀମାନେ ଆସିଥିଲେ । ସମସ୍ତଙ୍କ ଅଭିଯୋଗ ଗୁଡ଼ିକୁ ଗୁରୁତ୍ୱର ସହ ଶୁଣି ଆବଶ୍ୟକ ସ୍ଥଳେ ଟେଲିଫୋନ୍ ଜରିଆରେ ମନ୍ତ୍ରୀମଣ୍ଡଳର ସଦସ୍ୟ ଓ ଉପସ୍ଥିତ ବରିଷ୍ଠ ସଚିବ ସ୍ତରୀୟ ଅଧିକାରୀମାନେ ସମ୍ପୃକ୍ତ କର୍ତ୍ତୃପକ୍ଷମାନଙ୍କୁ ନିର୍ଦ୍ଦେଶ ଦେଉଥିଲେ । ଅଭିଯୋଗ ପ୍ରକୋଷ୍ଠରୁ ଫେରୁଥିବା ପ୍ରତ୍ୟେକଙ୍କ ମୁହଁରେ ପ୍ରକାଶ ପାଉଥିଲା ଭରସା ଓ ଆତ୍ମ ସନ୍ତୋଷର ଚିହ୍ନ ।

ସୂଚନାଯୋଗ୍ୟ ଯେ, ଗତ ବର୍ଷ ଜୁଲାଇ ପହିଲାରୁ ଆରମ୍ଭ ହୋଇଥିବା ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମର ଅଷ୍ଟମ ପାଳି ସୁଦ୍ଧା ଗ୍ରହଣ କରାଯାଇଥିବା ୮୭୩୭ଟି ଅଭିଯୋଗ ମଧ୍ୟରୁ ୭୩୩୧ଟି ଅଭିଯୋଗର ସମାଧାନ କରାଯାଇଛି । ଯାହା ଶତକଡ଼ା ୮୪ ପ୍ରତିଶତ ଅଟେ। ବକେୟା ଅଭିଯୋଗ ଗୁଡ଼ିକ ପ୍ରୋସେସରେ ରହିଛି ।

ଆଜି ମୁଖ୍ୟମନ୍ତ୍ରୀଙ୍କ ସହିତ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାୟକ, ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗ ଶୁଣିଥିଲେ ।

ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ସାଧାରଣ ଅଭିଯୋଗ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓ ରଞ୍ଜନ କୁମାର ସିଂହ, ଏବଂ ଅନ୍ୟ ବିଭାଗଗୁଡ଼ିକର ସଚିବ ସ୍ତରୀୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ରହି ଏହି କାର୍ଯ୍ୟ ପରିଚାଳନା କରିଥିଲେ।

CM Grivance Cell ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026

ପଶ୍ଚିମ ଏସିଆର ପରିସ୍ଥିତିକୁ ସାମ୍ବାଦିକ ସମ୍ମିଳନୀ

April 21, 2026

ଓଡ଼ିଶାରେ ସ୍ୱାଭାବିକ ଓ ସ୍ଥିର ରହିଛି ପେଟ୍ରୋଲ, ଡିଜେଲ ଏବଂ ଏଲପିଜି ଯୋଗାଣ

April 21, 2026
Latest News

ପ୍ରେମିକକୁ ଜୀଅନ୍ତା ଜାଳିଲା ପ୍ରେମିକା

April 22, 2026

ଅନିଶ୍ଚିତତାରେ ଇରାନ- ଆମେରିକା ଶାନ୍ତି ଆଲୋଚନା

April 22, 2026

ନୀତି ଓ ଜନସାଧାରଣଙ୍କ ମଧ୍ୟରେ ସଂଯୋଗର ସେତୁ ସାଜିଛି କମ୍ୟୁନିଟି ରେଡିଓ

April 22, 2026

ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ନିର୍ମଳ ମୁଣ୍ଡା ପରିବେଶ ପଥ, ଜନଜାତି ସଂଗ୍ରହାଳୟ ଏବଂ ସମନ୍ୱିତ ନିର୍ଦ୍ଦେଶ ଓ ନିୟନ୍ତ୍ରଣ କେନ୍ଦ୍ର ଉଦଘାଟିତ

April 22, 2026

ଓଡ଼ିଆ ସାମ୍ବାଦିକତାରେ ପିଜି ଡିପ୍ଲୋମା ପାଇଁ ଆଇଆଇଏମ୍ସି ଢେଙ୍କାନାଳରେ ଆବେଦନ ଆରମ୍ଭ

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.