Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଏପ୍ରିଲ ପହିଲାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଯୋଜନା
ଜାତୀୟ ଖବର

ଏପ୍ରିଲ ପହିଲାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଯୋଜନା

March 13, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏପ୍ରିଲ ପହିଲାରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଯୋଜନା

ଭୁବନେଶ୍ବର: ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ। ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।

ଏହି ଯୋଜନାର ଶୁଭାରମ୍ଭ ପାଇଁ ରାଜ୍ୟର ସମସ୍ତ ୧୪୩୮ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଯୋଜନାର ପ୍ରଚାର ଓ ପ୍ରସାର ପାଇଁ ବ୍ୟାପକ ସଚେଚନତା ଅଭିଯାନ ଆରମ୍ଭ କରାଯିବ।

ସୂଚନାଯୋଗ୍ୟ ଯେ, ଆୟୁଷ୍ମାନ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓଡ଼ିଶାରେ କାର୍ଯ୍ୟକାରୀ ହେବା ପାଇଁ ଜାନୁଆରୀ ୧୩ ତାରିଖ ଦିନ ନୂଆଦିଲ୍ଲୀ ଠାରେ ଜାତୀୟ ସ୍ୱାସ୍ଥ୍ୟ କର୍ତ୍ତୃପକ୍ଷଙ୍କ ସହିତ ରାଜ୍ୟ ସରକାରଙ୍କ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଥିଲା ।

ବୈଠକର ତଥ୍ୟ ଅନୁଯାୟୀ ଉଭୟ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର ଉପକୃତ ହେବେ । ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ଉପକୃତ ହେବେ। ଏହି ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ଯ୍ୟକାରୀ (Co-Branding) କରାଯିବ । ଏହି ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ (Co-Branded Card) ଯୋଗାଇ ଦିଆଯିବ। ବୟୋବନ୍ଦନା ଯୋଜନାରେ ହିତାଧିକାରୀମାନେ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ପାଇବେ ।

ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାରରୁ ଅଧିକ ପରିବାର ଉପକୃତ ହେବାକୁ ଥିବାବେଳେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ଅଧିକ ପରିବାର ଉପକୃତ ହେବେ ।

ସେହିପରି ୭୦ ବର୍ଷ ବୟସରୁ ଅଧିକ ବୟସର ଲୋକମାନଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ। ସୂଚନା ଅନୁଯାୟୀ ୭୦ ବର୍ଷରୁ ଉର୍ଦ୍ଧ୍ୱ ବୟସର ଲୋକଙ୍କ ସଂଖ୍ୟା ୨୩, ୧୨, ୯୭୯। ତେବେ ଏମାନଙ୍କ ମଧ୍ୟରୁ ପ୍ରାୟ ୧୭ ଲକ୍ଷ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ ଥିବାରୁ ଅଧିକ ୬ ଲକ୍ଷ ହିତାଧିକାରୀ ଏହି ଯୋଜନାରେ ଯୋଡ଼ିହେବେ ।

ଏହାଦ୍ୱାରା ରାଜ୍ୟର ସମୁଦାୟ ୩.୫୨ କୋଟି ଲୋକ ଉପକୃତ ହେବେ। ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯିବା ବେଳେ ପ୍ରତ୍ୟେକ ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ । ଗୋଟିଏ ପରିବାରରେ ୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ପରିବାର ପ୍ରତି ଚିକିତ୍ସା ଖର୍ଚ୍ଚ ସର୍ବାଧିକ ୧୫ ଲକ୍ଷ ଟଙ୍କା ହେବ। ହିତାଧିକାରୀମାନେ ଦେଶର ୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା ପାଇପାରିବେ ।

ଏହି ବୈଠକରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ସଞ୍ଜୟ କୁମାର ସିଂହ, ଆଇଟି ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ବିଶାଲ ଦେବ, ସ୍ୱାସ୍ଥ୍ୟ ବିଭାଗ ଶାସନ ସଚିବ ଶ୍ରୀମତୀ ଅଶ୍ବତୀ ଏସ୍‍ ଏବଂ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

cm ଆୟୁଷ୍ମାନ ଭାରତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026
Latest News

ବ୍ୟକ୍ତି, ସମାଜ ଓ ଜାତିର ଭବିଷ୍ୟତ ଗଢ଼ିବାରେ ଶିକ୍ଷା ମୁଖ୍ୟ ଭୂମିକା ନିଭାଏ: ରାଜ୍ୟପାଳ

March 13, 2026

ଅବହେଳିତ ଅବସ୍ଥାରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାକର୍ମଚାରୀ: ସମନ୍ୱୟ ସମିତି

March 13, 2026

୬ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ପାଇଁ ୧୯୧୩ କୋଟିର ଅତିରିକ୍ତ କେନ୍ଦ୍ରୀୟ ସହାୟତା ମଞ୍ଜୁର

March 13, 2026

ଯୁଦ୍ଧ ଯୋଗୁଁ ବିମାନ ଭଡ଼ା ବୃଦ୍ଧି କଲା ଇଣ୍ଡିଗୋ: ଆଜି ରାତି ୧୨ ଟା ପରେ ଲାଗୁ, ଜାଣନ୍ତୁ ନୂତନ ଦର

March 13, 2026

‘ସୋଆ ପ୍ରକ୍ସିମା ୨୦୨୬’ର ଉଦ୍‌ଘାଟନୀ ଉତ୍ସବରେ ଯୋଗ ଦେଲେ ସନ୍ଥ ଗୌର ଗୋପାଳ ଦାସ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.