Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଖଣି ଅଞ୍ଚଳର ବିକାଶ ପାଇଁ ଗଠିତ ଜିଲ୍ଲା ଖଣିଜ ଫାଉଣ୍ଡେସନ ନିୟମରେ ହେଲା ପରିବର୍ତ୍ତନ
ଜାତୀୟ ଖବର

ଖଣି ଅଞ୍ଚଳର ବିକାଶ ପାଇଁ ଗଠିତ ଜିଲ୍ଲା ଖଣିଜ ଫାଉଣ୍ଡେସନ ନିୟମରେ ହେଲା ପରିବର୍ତ୍ତନ

March 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଖଣି ଅଞ୍ଚଳର ବିକାଶ ପାଇଁ ଗଠିତ ଜିଲ୍ଲା ଖଣିଜ ଫାଉଣ୍ଡେସନ ନିୟମରେ ହେଲା ପରିବର୍ତ୍ତନ

ଭୁବନେଶ୍ବର: ଖଣି କାର୍ଯ୍ୟ ଯୋଗୁଁ ଖଣି ଅଞ୍ଚଳରେ କ୍ଷତିଗ୍ରସ୍ତ ପରିବାରକୁ ଆଶ୍ୱସ୍ତି ଦେବା ପାଇଁ ଓଡ଼ିଶା ଜିଲ୍ଲା ଖଣିଜ ଫାଉଣ୍ଡେସନ ନିୟମ-୨୦୧୫ ପ୍ରଣୟନ କରାଯାଇଛି। ଖଣି ଅଞ୍ଚଳରେ ରହୁଥିବା ପରିବାର ମାନେ କେବଳ ଜମି ନୁହେଁ ବରଂ ତାଙ୍କର ଜୀବିକା ଓ ତାଙ୍କର ପରିଚୟ ମଧ୍ୟ ହରାଇଛନ୍ତି ।

ଖଣି କାର୍ଯ୍ୟ ଫଳରେ ଉପୁଜୁଥିବା ପରିବେଶ ଅବକ୍ଷୟ ଯୋଗୁଁ ସେମାନେ ଏହାର ନକାରାତ୍ମକ ପ୍ରଭାବର ସମ୍ମୁଖୀନ ମଧ୍ୟ ହେଉଛନ୍ତି । ଏହି ପ୍ରତିକୂଳ ପ୍ରଭାବରୁ ମୁକୁଳିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ଜିଲ୍ଲା ଖଣିଜ ଫାଉଣ୍ଡେସନ ପାଣ୍ଠି (DMF) ଗଠନ କରାଯାଇଥିଲା । ଏହି ପାଣ୍ଠି ପ୍ରଭାବିତ ଅଞ୍ଚଳରେ ରହୁଥିବା ପରିବାରର ହିତ ପାଇଁ ବ୍ୟବହୃତ ହେଉଅଛି ।

ଏହି ବ୍ୟବସ୍ଥା ଗୁଡ଼ିକୁ ଅଧିକ ଲୋକାଭିମୁଖୀ କରିବା ପାଇଁ କେନ୍ଦ୍ର ସରକାର ପ୍ରଚଳିତ DMF ନିୟମରେ ଆବଶ୍ୟକ ସଂଶୋଧନ କରିଛନ୍ତି । ଏହି ସଂଶୋଧନରେ ଅନେକ ନୂତନ କାର୍ଯ୍ୟକଳାପ ଅନ୍ତର୍ଭୁକ୍ତ ହୋଇଛି ଯାହା ଏ ପର୍ଯ୍ୟନ୍ତ ଉପଲବ୍ଧ ନଥିଲା । ଏହା ଦ୍ଵାରା ଖଣି ଅଞ୍ଚଳରେ ପ୍ରଭାବିତ ପରିବାର ବର୍ଗ ବହୁ ମାତ୍ରାରେ ଉପକୃତ ହେବେ।

ପ୍ରଭାବିତ ଅଞ୍ଚଳରେ କାର୍ଯ୍ୟ ତାଲିକା କେବଳ DMF ଟ୍ରଷ୍ଟ ନିର୍ଦ୍ଧାରଣ କରିବ ଏବଂ ଏହାକୁ ଅନ୍ୟ କେହି ନିର୍ଦ୍ଧାରଣ କିମ୍ବା ହସ୍ତକ୍ଷେପ କରିପାରିବେ ନାହିଁ ।

ସେହିପରି ଖଣି ପ୍ରଭାବିତ ପରିବାରର ସ୍ୱାର୍ଥରକ୍ଷା ପାଇଁ ପୂର୍ବ ନିୟମ ତୁଳନାରେ ଅନେକ ଉନ୍ନତି କରାଯାଇଛି । ଏହା ଦ୍ୱାରା ପରିବାର ଗୁଡ଼ିକୁ ଲାଭଜନକ ଜୀବିକା, ଦକ୍ଷତା ବିକାଶ, କୃଷି ସହାୟତା ଇତ୍ୟାଦି ମିଳିପାରିବ ।

ସଂଶୋଧିତ ନିୟମାବଳୀ ଅନୁସାରେ ସିଧାସଳଖ ପ୍ରଭାବିତ (Directly affected) ଅଞ୍ଚଳ ସୀମା ୧୦ କିଲୋମିଟରରୁ ବୃଦ୍ଧି କରି ୧୫ କିଲୋମିଟରକୁ କରାଯାଇଛି। ସେହିପରି ପରୋକ୍ଷ ପ୍ରଭାବିତ (Indirectly Affected) ଅଞ୍ଚଳର ସର୍ବାଧିକ ସୀମା ୨୫ କିଲୋମିଟରରେ ସୀମିତ ରଖାଯାଇଛି ।

ଏହି ପାଣ୍ଠି ସେହି ଲୋକମାନଙ୍କ ପାଇଁ ବ୍ୟବହୃତ ହେବ, ଯେଉଁ ମାନେ ପ୍ରକୃତରେ ଖଣି ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ପ୍ରତିକୂଳ ଭାବେ ପ୍ରଭାବିତ ହୁଅନ୍ତି |

ଗୁରୁବାର ଦିନ ବସିଥିବା କ୍ୟାବିନେଟ୍ ବୈଠକରେ ଏହି ସନ୍ଦର୍ଭରେ ଏକ ଗୁରୁତ୍ବପୂର୍ଣ ନିଷ୍ପତ୍ତି ନେଇଛନ୍ତି। ଖଣି-ଖାଦାନ ସୀମାଠାରୁ ପାଞ୍ଚ କିଲୋମିଟର ଅଞ୍ଚଳ ମଧ୍ୟରେ DMF ପାଣ୍ଠି ଦ୍ୱାରା ସ୍ଥିର କରାଯାଇଥିବା ସମସ୍ତ ଉନ୍ନୟନମୂଳକ ଏବଂ କଲ୍ୟାଣମୂଳକ କାର୍ଯ୍ୟ Saturation Mode ରେ କରାଯିବ।

coal DMF କ୍ୟାବିନେଟ ଡିଏମଏଫ ରାଜ୍ୟ କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026

ବଡବାହାଳ ଛକରୁ ଗଂଜେଇ ଜବତ: ୩ ଗିରଫ

March 14, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.