Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ କୁ ଅନୁମୋଦନ, ଗଠନ ହେବ ‘ରାଜ୍ୟ ରାଜପଥ କର୍ତ୍ତୁପକ୍ଷ’
ଜାତୀୟ ଖବର

ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ କୁ ଅନୁମୋଦନ, ଗଠନ ହେବ ‘ରାଜ୍ୟ ରାଜପଥ କର୍ତ୍ତୁପକ୍ଷ’

March 22, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ କୁ ଅନୁମୋଦନ, ଗଠନ ହେବ 'ରାଜ୍ୟ ରାଜପଥ କର୍ତ୍ତୁପକ୍ଷ'

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ  ‘ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫’ର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହା ସମଗ୍ର ଓଡ଼ିଶାରେ ରାସ୍ତା ନେଟୱାର୍କର ପ୍ରଭାବଶାଳୀ କାର୍ଯ୍ୟାନ୍ୱୟନ ଏବଂ ତଦାରଖ ପାଇଁ ପରିକଳ୍ପନା କରାଯାଇଛି ।

ଏହି ନୀତି ଏକ ଗୁଣାତ୍ମକ ସଡ଼କ ନେଟୱାର୍କ ପାଇଁ ଏକ ଢାଞ୍ଚା ପ୍ରଦାନ କରିବ, ଯାହା ଜନସାଧାରଣ ଓ ବିଭିନ୍ନ ଦ୍ରବ୍ୟର ସୁରକ୍ଷିତ, ସ୍ଥାୟୀ ଏବଂ ଦକ୍ଷ ପରିବହନ ପାଇଁ ସଡକ ପଥର ସମୁଚିତ ବିକାଶକୁ ଏକ ସୁବ୍ୟବସ୍ଥିତ ବ୍ୟବସ୍ଥା ସୁନିଶ୍ଚିତ କରିବ ।

ଓଡ଼ିଶା ରାଜ୍ୟ ସଡ଼କ ନୀତି ୨୦୨୫ର କେତେକ ପ୍ରମୁଖ ବୈଶିଷ୍ଟ୍ୟ ଗୁଡ଼ିକ ହେଉଛି- :

(କ) ରାସ୍ତା ଗୁଡ଼ିକର ଆନ୍ତଃ-ବିଭାଗୀୟ ହସ୍ତାନ୍ତର ପାଇଁ ନିର୍ଦ୍ଦେଶାବଳୀ ନିର୍ଣ୍ଣୟ ।

(ଖ) ରାସ୍ତା ଭିତ୍ତିଭୂମି ପରିଚାଳନା ପାଇଁ ପର୍ଯ୍ୟାପ୍ତ ଏବଂ ସ୍ଥାୟୀ ପାଣ୍ଠି ଯୋଗାଇବା ଏବଂ ରାସ୍ତା ଭିତ୍ତିଭୂମିର ରକ୍ଷଣାବେକ୍ଷଣ।

(ଗ) ଦୁର୍ଘଟଣା ଏବଂ ମୃତ୍ୟୁହାର ହ୍ରାସ କରିବା ପାଇଁ ସଡ଼କ ନେଟୱାର୍କର ସୁରକ୍ଷାର ଉନ୍ନତିକରଣ ।

(ଘ) ଯୋଜନା, ଡିଜାଇନ୍, କ୍ରୟ, ନିର୍ମାଣ, ରକ୍ଷଣାବେକ୍ଷଣ ଏବଂ ପ୍ରକଳ୍ପ ପରିଚାଳନାରେ ସଡ଼କ କ୍ଷେତ୍ର ସଂଗଠନର କ୍ଷମତାକୁ ସୁଦୃଢ଼ କରିବା ।

(ଙ) ପ୍ରସ୍ତାବିତ ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ରାଜ୍ୟରେ ସେତୁ ବିକାଶ ଉପରେ ମଧ୍ୟ ଧ୍ୟାନ ଦିଆଯାଇଛି । ଏହି ନୀତିରେ ରାଜ୍ୟର ସମସ୍ତ ସେତୁର ସବିଶେଷ ସୂଚନାକୁ ଏକ ଅନଲାଇନ୍ ପ୍ଲାଟଫର୍ମରେ ସଂଗ୍ରହ ପାଇଁ ‘ଅନଲାଇନ୍ ସେତୁ ସୂଚନା ପ୍ରଣାଳୀ’ (Comprehensive Online Bridge Information System-BIS) ବିକଶିତ କରାଯିବ। ଆଧୁନିକ ପ୍ରକ୍ରିୟାରେ ସେତୁଗୁଡ଼ିକର ବାର୍ଷିକ ମୂଲ୍ୟାଙ୍କନ କରାଯିବ।

ସେତୁ ଗୁଡ଼ିକର ଅବସ୍ଥାର ମୂଲ୍ୟାଙ୍କନ ରିପୋର୍ଟ ନିୟମିତ ଭାବରେ ଅନଲାଇନ୍ Bridge Information System ଓ Odisha Road Asset Management System ରେ ଅପଡେଟ୍ କରାଯିବ।

ସେହିପରି ରାଜ୍ୟର ଆର୍ଥିକ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ସବୁ ଦିନିଆ ରାସ୍ତା ନିର୍ମାଣ ଏବଂ ରକ୍ଷଣା ବେକ୍ଷଣ ଅତ୍ୟନ୍ତ ଜରୁରୀ। ରାଜ୍ୟ ସରକାର ସମଗ୍ର ରାଜ୍ୟରେ ୭୫ ହଜାର କିଲୋମିଟର ରାସ୍ତାକୁ ବିଶ୍ୱ ସ୍ତରୀୟ ରାସ୍ତା ନେଟୱାର୍କ ଭାବେ ବିକଶିତ କରିବାର ଲକ୍ଷ୍ୟ ରଖି ବିଭିନ୍ନ ଉଚ୍ଚ ମୂଲ୍ୟର ପ୍ରକଳ୍ପ ଗୁଡ଼ିକୁ ସୁଗମ ଏବଂ ସାମଗ୍ରିକ ଭାବରେ କାର୍ଯ୍ୟକାରୀ କରିବାକୁ ଚିନ୍ତା କରୁଛନ୍ତି।

ଓଡ଼ିଶାରେ ଦକ୍ଷ ଏବଂ ସୁରକ୍ଷିତ ରାସ୍ତା ଭିତ୍ତିଭୂମିର ବର୍ଦ୍ଧିତ ଆବଶ୍ୟକତା ପୂରଣ କରିବା ପାଇଁ ଗତକାଲି ରାଜ୍ୟ କ୍ୟାବିନେଟ “ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-2025” କୁ ଅନୁମୋଦନ କରିଛନ୍ତି । ଏଥିରେ “ଓଡ଼ିଶା ରାଜ୍ୟ ରାଜପଥ ପ୍ରାଧିକରଣ” ନାମରେ ଏକ ସ୍ୱୟଂଶାସିତ ସଂସ୍ଥା ଗଠନ କରିବାର ବ୍ୟବସ୍ଥା ଅଛି । ଏହା ଦ୍ୱାରା ବୃହତ୍ ସଡ଼କ ପ୍ରକଳ୍ପ ଗୁଡିକର ସାମଗ୍ରିକ ବିକାଶ ସାଧିତ ହେବ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026
Latest News

ଭାସୁଥିବା ଅବସ୍ଥାରେ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

January 12, 2026

ଉଦ୍ଦିଷ୍ଟ ପଥରୁ ବିଚ୍ୟୁତ ହେଲା PSLV-C62 ରକେଟ୍: ଜାଣନ୍ତୁ କ’ଣ କହିଲା ISRO?

January 12, 2026

ଯାତ୍ରୀବାହୀ ବସ୍ ଧକ୍କାରେ ଯୁବକଙ୍କ ମୃତ୍ୟୁ

January 12, 2026

ସଫେଇ କର୍ମଚାରୀ ଓ ଅଭାବୀ ଲୋକଙ୍କୁ ଶୀତ ବସ୍ତ୍ର ପ୍ରଦାନ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.