Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସମ୍ବଲପୁରରେ ଜାତୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ସମାରୋହରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଜାତୀୟ ଖବର

ସମ୍ବଲପୁରରେ ଜାତୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ସମାରୋହରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

April 6, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
dharmendra
ସମ୍ବଲପୁରରେ ଜାତୀୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ସମାରୋହରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସମ୍ବଲପୁର ଜିଲ୍ଲା ବଡିବିଲଡର ଏବଂ ଫିଟନେସ୍ ଆସୋସିଏସନ ପକ୍ଷରୁ ଆୟୋଜିତ ୧୮ତମ ସିନିୟର ନ୍ୟାସନାଲ ବଡିବିଲଡିଂ ଏବଂ ଫିଟନେସ୍ ଚାମ୍ପିୟନସିପ୍ – ମିଷ୍ଟର ଇଣ୍ଡିଆ ଏବଂ ମିସ୍ ଇଣ୍ଡିଆ ୨୦୨୫-୨୬ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ସୁନ୍ଦର ସ୍ୱାସ୍ଥ୍ୟ ତଥା ସାମାଜିକ ଜୀବନରେ ସୁସ୍ଥ ରହିବା ପାଇଁ ଫିଟନେସ୍ ଭଳି କାର୍ଯ୍ୟକ୍ରମକୁ ଜନଆନ୍ଦୋଳନରେ ପରିଣତ କରିବା ପାଇଁ ଆହ୍ୱାନ କରିଛନ୍ତି ଶ୍ରୀ ପ୍ରଧାନ ।

ଓଡ଼ିଶାରେ ପ୍ରଥମ ଥର ପାଇଁ କଳିଙ୍ଗ ବଡିବିଲଡିଂ ଆସୋସିଏସନ ସହଯୋଗରେ ଏଭଳି ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଆୟୋଜନ କରି ସମ୍ବଲପୁର ଏବଂ ଓଡ଼ିଶାର ମାନ ବଢାଇଥିବାରୁ ସମ୍ବଲପୁର ଜିଲ୍ଲା ବଡିବିଲଡର ଆଣ୍ଡ୍ ଫିଟନେସ ଆସୋସିଏସନର ମୁଖ୍ୟ ପୃଷ୍ଠପୋଷକ ତଥା ପୂର୍ବତନ ବିଧାୟିକା ଡ. ରାଶେଶ୍ୱରୀ ପ୍ରାଣିଗ୍ରାହୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଶ୍ରୀ ପ୍ରଧାନ । ସେ କହିଛନ୍ତି ଯେ ଏହିଭଳି କାର୍ଯ୍ୟକ୍ରମ ଦ୍ୱାରା ସମାଜରେ ସ୍ପୋର୍ଟ୍ସ ମ୍ୟାନ୍ ସ୍ପିରିଟର ଉତ୍ସାହ ବଢୁଛି । ସମ୍ବଲପୁର ଉତ୍ସାହୀ ଲୋକମାନଙ୍କର ସହର ।

ଏଠାରେ ଖେଳକୁ ନେଇ ଲୋକମାନଙ୍କ ମଧ୍ୟରେ ଉତ୍ସାହ ଅଛି । ଫୁଟବଲ, କବାଡି, ସନ୍ତରଣ ସହ ଅନ୍ୟାନ୍ୟ ଆଥଲେଟିକ୍ ଗେମ ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ଅଛି । ନାଚ, ଗୀତ, ପର୍ବ ପର୍ବାଣୀ, ଖାଦ୍ୟ ପେୟକୁ ନେଇ ବିଶେଷ ଆକର୍ଷଣ ରହିଛି । ସାମାଜିକ ଜୀବନର ଚାଲିଚଳଣୀରେ ଜୀବନ୍ତତା ଭରିରହଛି । ଏପରି ଏକ ସହରରେ ଫିଟନେସ୍ ପ୍ରତି ପିଲାମାନଙ୍କ ମଧ୍ୟରେ ଆଗ୍ରହ ବଢାଇବା ଦରକାର ।

କେନ୍ଦ୍ରମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ସମୟରେ ଛୋଟ ଛୋଟ ପିଲାମାନେ ଚଟପଟି ଖାଦ୍ୟ ତଥା ମ୍ୟାଗି, କୁରକୁରେ ଖାଇବାକୁ ଅଧିକ ପସନ୍ଦ କରୁଛନ୍ତି । ତେଣୁ ବିଶେଷ ଭାବରେ ସେମାନେ ସେହି ଖାଦ୍ୟରୁ ଦୂରେଇ କିପରି ଫିଟନେସ୍ ରହିବେ, ସେଥି ପ୍ରତି ସମସ୍ତେ ଦୃଷ୍ଟି ଦେବା ଦରକାର । ଅପରପକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୁବ ସମାଜକୁ ନିଜ ଖାଦ୍ୟ ପ୍ରଣାଳୀରେ ୧୦ ପ୍ରତିଶତ ଖାଇବା ତେଲ କମ କରିବା ପାଇଁ ପରାମର୍ଶ ଦେଇଛନ୍ତି ।

ଆମେ ସମସ୍ତେ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଏହି ଜନଆନ୍ଦୋଳନରେ ସାମିଲ ହୋଇ ଆମର ଖାଦ୍ୟ ପଦ୍ଧତିରେ ୧୦ ପ୍ରତିଶତ ତେଲ କମ କରିବା ଏବଂ ଅନ୍ୟମାନଙ୍କୁ ମଧ୍ୟ ଏ ବିଷୟରେ ସଚେତନ କରାଇବା ଆବଶ୍ୟକ । ମୋଦୀ ସରକାରରେ ଖେଲୋ ଇଣ୍ଡିଆ ଏବଂ ଫିଟ୍ ଇଣ୍ଡିଆ ଭଳି ପଦକ୍ଷେପ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟରୁ ପ୍ରତିଭାବାନ କ୍ରୀଡ଼ାବିତ୍‌ଙ୍କୁ ଅନ୍ୱେଷଣ କରୁଛି । ତେଣୁ ବର୍ତ୍ତମାନ ସମୟରେ  ଦୌଡିବା ସହ ଇନଡୋର ଜିମ, ଓପନ ଜିମ୍ ଯିବା ପାଇଁ ଯୁବବର୍ଗଙ୍କୁ ପ୍ରେରିତ କରିବା ଦରକାର । ନିଜକୁ ସୁସ୍ଥ ରଖିବାର ପ୍ରୟାସ କରିବା ପାଇଁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି ।

dharmendra pradhan ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

Nasha Mukt Yuva: ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ

August 2, 2026

National Handloom Day: ବୟନ ବିଭାଗ ଅଗଷ୍ଟ ୫ ତାରିଖରୁ କରିବ ଭିନ୍ନ ଏକ ପ୍ରଦର୍ଶନୀ

August 2, 2026

ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଦେବୀ ମନ୍ଦିରରେ କରିବେ ପୂଜାଅର୍ଚ୍ଚନା

August 2, 2026

ଓଡ଼ିଶା ହେବ ସମ୍ପୂର୍ଣ୍ଣ ନିଶାମୁକ୍ତ: ୧୦୦ ସପ୍ତାହର ବ୍ୟାପକ ‘ଜନ-ଆନ୍ଦୋଳନ’ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

August 2, 2026
Latest News

ପୁଅକୁ ବଞ୍ଚାଇବାକୁ ଯାଇ ମହାନଦୀରେ ଭାସିଗଲେ ବାପା

August 2, 2026

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ: ୧୪ ମୃତ

August 2, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.