Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ହେଉଛି ପଣା ସଂକ୍ରାନ୍ତି, ଏହିଦିନ ପଣା ପିଇବାର ବିଧି କାହିଁକି ରହିଛି ଜାଣିଛନ୍ତି କି ?
ଜାତୀୟ ଖବର

ଆଜି ହେଉଛି ପଣା ସଂକ୍ରାନ୍ତି, ଏହିଦିନ ପଣା ପିଇବାର ବିଧି କାହିଁକି ରହିଛି ଜାଣିଛନ୍ତି କି ?

April 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Pana
ଆଜି ହେଉଛି ପଣା ସଂକ୍ରାନ୍ତି, ଏହିଦିନ ପଣା ପିଇବାର ବିଧି କାହିଁକି ରହିଛି ଜାଣିଛନ୍ତି କି ?

ଭୁବନେଶ୍ବର: ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ। ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ। ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ।

ଏହି ସମୟରେ ସୂର୍ଯ୍ୟ କିରଣ ବୃଦ୍ଧି ପାଇବା ସହ ହଜମ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ଗରିଷ୍ଠ ଖାଦ୍ୟ ହଜମ ହେଉଥିବାରୁ ବୁଟଛତୁ ପରି ଗରିଷ୍ଠ ଖାଦ୍ୟପଦାର୍ଥ ଗ୍ରହଣ ପାଇଁ ଆୟୋଜନ ଥାଏ। ଦେହର ଅତ୍ୟଧିକ ତାପ ଶକ୍ତି ସମ ଅବସ୍ଥାକୁ ଆଣିବା ପାଇଁ ପଣାପାନର ବ୍ୟବସ୍ଥା ମଧ୍ୟ ଅଛି । ତେଣୁ ମହାବିଷୁବ ସଂକ୍ରାନ୍ତି ଦିନରେ ବିଭିନ୍ନ ଦେବଦେବୀ ମନ୍ଦିରମାନଙ୍କରେ ଛତୁ ଓ ପଣା ଭୋଗର ବିଧି ରହିଛି।

ଏହି ଦିନ ସାଇପଡ଼ିଶା, ବନ୍ଧୁବାନ୍ଧବ ଓ ବ୍ରାହ୍ମଣମାନଙ୍କୁ ପଣା ଦିଆଯାଏ । ତେଣୁ ଏହି ଦିନକୁ ପଣା ସଂକ୍ରାନ୍ତି ବୋଲି ମଧ୍ୟ କହାଯାଏ। ପଣା ସଂକ୍ରାନ୍ତିଠାରୁ ରାସ୍ତାକଡ଼ରେ ପଥିକମାନଙ୍କର ତୃଷ୍ଣା ନିବାରଣ ପାଇଁ ଜଳଛତ୍ରମାନ ଖୋଲାଯାଏ। ଏହା ସହିତ ବୃକ୍ଷମୁଳରେ ଜଳଦାନର ପ୍ରଥା ଆମ ସମାଜରେ ପ୍ରଚଳିତ। ସେଥିପାଇଁ ହିନ୍ଦୁ ପରିବାରରେ ଚଉଁରାରେ ପୂଜା ପାଉଥିବା ତୁଳସୀ ବୃକ୍ଷ ଉପରେ ଛାମୁଡ଼ିଆ କରି ଘଡ଼ିରେ ଜଳ ରଖି ତାର ନିମ୍ନ ଅଂଶରେ ସରୁ କଣାକରି ସୂକ୍ଷ୍ମ ଧାରରେ ଜଳଦାନ କରାଯାଇଥାଏ।

ଏହି ସଂକ୍ରାନ୍ତି ପରଠାରୁ ବୃକ୍ଷଜଗତ ଏବଂ ଜୀବଜଗତକୁ ଜଳ ପ୍ରଦାନ କରାଯାଉଥିବାରୁ ଏହି ସଂକ୍ରାନ୍ତିର ଅନ୍ୟ ନାମ ଜଳସଂକ୍ରାନ୍ତି ବୋଲି କହିଥାନ୍ତି। ଏହି ସଂକ୍ରାନ୍ତି ପରଠାରୁ ବାୟୁର ଗତି ମଧ୍ୟ ପ୍ରଖର ହୁଏ । ଉଭୟ ଅଗ୍ନି ଓ ବାୟୁଙ୍କ ପ୍ରକୋପରୁ ରକ୍ଷାପାଇବା ପାଇଁ ଏହି ସମୟରେ ହନୁମାନ ଜୟନ୍ତି ପାଳନ କରାଯାଏ। ଏହିଦିନ ପବିତ୍ର ଝାମୁ ବ୍ରତର ଉଦ୍‌ଯାପନ କରାଯାଏ।

ଯେଉଁମାନେ ଏହି ବ୍ରତ ପାଳନ କରନ୍ତି ତାଙ୍କୁ ପାଟୁଆ ବୋଲି କୁହାଯାଏ। ବ୍ରତ ଉଦ୍‌ଯାପନ ଦିନ ବ୍ରତଧାରୀ କଣ୍ଟା ବା ଜଳନ୍ତା ଅଗ୍ନିରେ ଚାଲନ୍ତି । ଓଡ଼ିଶାର ଅନେକ ଅଞ୍ଚଳରେ ଏହି ବ୍ରତ ଉପଲକ୍ଷେ ଯାତ୍ରା ହୁଏ ଏହାକୁ ଝାମୁ ବା ପାଟୁଆ ଯାତ୍ରା କହନ୍ତି। ବ୍ରତଧାରୀମାନେ ସମାଜକୁ କଠୋର ତାପ ସହ୍ୟ କରିବାର ଶକ୍ତି ସମ୍ପର୍କରେ ଶିକ୍ଷା ପ୍ରଦାନ କରିଥାନ୍ତି।

ପଣା ସଂକ୍ରାନ୍ତି ମହାବିଷୁବ ସଂକ୍ରାନ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.