Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Akshaya Tritiya Puja: ପାଖେଇଲା ଅକ୍ଷୟ ତୃତୀୟା, ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା
ଜାତୀୟ ଖବର

Akshaya Tritiya Puja: ପାଖେଇଲା ଅକ୍ଷୟ ତୃତୀୟା, ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
akhyatritia
ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

Akshaya Tritiya Puja: ବୈଶାଖ ଶୁକ୍ଳ ତୃତୀୟା ଦିନଟି ଅକ୍ଷୟ ତୃତୀୟା ଭାବେ ପରିଚିତ । ଚଳିତ ବର୍ଷ ଏହା ଏପ୍ରିଲ 30 ତାରିଖରେ ପାଳନ କରାଯାଉଛି। ଏହି ଦିନଟି କୃଷକମାନଙ୍କର ଦିନ ବୋଲି କୁହାଯାଏ। କାରଣ କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି ବା ଅକ୍ଷୟମୁଠି ଅନୁକୂଳ କରି କୃଷି କାର୍ଯ୍ୟର ଶୁଭାରମ୍ଭ କରିଥାଏ। ଅକ୍ଷୟ ତୃତୀୟାକୁ ସାରା ଭାରତ ବର୍ଷରେ ଏକ ଅନୁକୂଳର ଦିନ ବୋଲି ଧରାଯାଇଛି। ଏହି ଦିନ ଯାହାକିଛି ଅନୁକୂଳ କଲେ ତାହା ସଫଳ ହୋଇଥାଏ ବୋଲି ବିଶ୍ବାସ ରହିଛି।

ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ,ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ ।ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।

ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟା ସହିତ କୃତ୍ତିକା ବା ରୋହିଣୀ ନକ୍ଷତ୍ରଯୁକ୍ତ ହେଲେ ମହାଫଳ ପ୍ରାପ୍ତିହୁଏ । ଏହାକୁ ବ୍ରତ ରୂପେ ପାଳନ କରାଯାଏ। ବ୍ରତୀମାନେ ଶୁଦ୍ଧକାଳରେ ଏହି ବ୍ରତକୁ ଆରମ୍ଭକରି ଆଠବର୍ଷରେ ଉଦ୍‌ଯାପନ କରନ୍ତି।

ଏହି ଦିନ ଜଳଦାନ କଲେ କି ପୁଣ୍ୟଫଳ ମିଳେ ସେ ସଂପର୍କରେ ଚମତ୍କାର ଉପାଖ୍ୟାନଟି ଏହିପରି- ପୁରାକାଳରେ ଜଣେ ପାପୀ ବ୍ରାହ୍ମଣ ଥିଲା । ସେ ତା’ ଜୀବନରେ କିଛି ଦାନ ଧର୍ମକାଯ୍ୟ କରି ନଥିଲା । ଥରେ ତା’ ଗୃହକୁ ଅନ୍ୟ ଜଣେ ତୃଷାର୍ତ୍ତ ବ୍ରାହ୍ମଣ ଆସି ଜଳଭିକ୍ଷା କଲା। ପାପୀ ବ୍ରାହ୍ମଣ ତାକୁ ଜଳ ନଦେଇ ନିଷ୍ଠୁର ଭାବେ ଗୃହରୁ ବିତାଡିତ କଲା ସମୟରେ ସୁଶିଳା ନାମ୍ନୀ ତା’ର ସ୍ତ୍ରୀ ଆସି ସ୍ୱାମୀକୁ ସେ କାର‌୍ୟ୍ୟରୁ ନିବୃତ୍ତ କଲା ଓ ତୃଷାର୍ତ୍ତକୁ ଜଳଦାନ କଲା। କିଛି ବର୍ଷ ପରେ ପାପୀ ବ୍ରାହ୍ମଣର ମୃତ୍ୟୁ ହେଲା ।

ଯମଦୂତମାନେ ଆସି ତାକୁ ବାନ୍ଧି ନେଇଗଲେ। ଯମପୁରୀରେ ଥାଇ ଥରେ ସେ ତୃଷାର୍ତ୍ତ ହୋଇ ଯମଦୂତଙ୍କୁ ଜଳଭିକ୍ଷା କଲା । ଯମଦୂତମାନେ ତାହାକୁ ତିରଷ୍କାର କରି କହିଲେ- ନିଜ ଜୀବନରେ କେବେ ଜଳଦାନ ନକରି ଜଳଭିକ୍ଷା କରୁଛୁ କିପରି, ପାପୀ ? ଏହି ସମୟରେ ସ୍ୱୟଂ ଯମରାଜ ସେଠାରେ ପହଞ୍ଚି ସ୍ୱହସ୍ତରେ ସେ ବ୍ରାହ୍ମଣକୁ ଜଳଦାନ କଲେ ।

ଦୂତମାନେ ଆଶ୍ଚର‌୍ୟ୍ୟ ହୋଇ ଏହାର କାରଣ ପଚାରିବାରୁ ଯମରାଜ କହିଲେ – ଏହି ବ୍ରାହ୍ମଣ ସାରା ଜୀବନ ପାପକର୍ମ କରିଥିଲେ ସୁଦ୍ଧା ଅକ୍ଷୟତୃତୀୟା ଦିନ ଏହାର ସ୍ତ୍ରୀ ତୃଷାର୍ତ୍ତ ବ୍ରାହ୍ମଣକୁ ଜଳଦାନ କରିଥିଲା। ସ୍ତ୍ରୀର ସେହି ପୁଣ୍ୟବଳରୁ ଏହାର ପାପ ଖଣ୍ଡନ ହୋଇଛି । ତେଣୁ ଏହାର ଆଉ ନର୍କଭୋଗ ଯୋଗ ନାହିଁ । ମହର୍ଷି ଜନକ ଭାରତୀୟ କୃଷିଜୀବୀ କୁଳର ପ୍ରତିନିଧି ରୂପେ ନିଜେ ଭୂମିପୂଜା କରି ବୀଜବପନ କରୁଥିଲେ। ଭୂମିକର୍ଷଣ ସମୟରେ ସେ ସୀତାଙ୍କୁ ଲାଭ କରିଥିବାରୁ ଋକ୍ ବେଦରେ ସୀତା ଉତ୍କୃଷ୍ଟ ବୀଜଦାତ୍ରୀ ରୂପେ ବର୍ଣ୍ଣିତ ହୋଇଛନ୍ତି।

ବୈଦିକ ଋଷିମାନେ ଅକ୍ଷୟ ଶସ୍ୟ ପ୍ରଦାନ କରିବା କାମନାରେ ସୀତାଙ୍କୁ ସ୍ତୁତି କରିଛନ୍ତି । ଆଗ୍ନେୟ ପୁରାଣ, ବିଷ୍ଣୁ ଧର୍ମୋତ୍ତର ପୁରାଣ ଓ ଭବିଷ୍ୟ ପୁରାଣାଦିରେ ଅକ୍ଷୟ ତୃତୀୟାକୁ ଗୋଟିଏ ପ୍ରଶସ୍ତ ଶୁଭଦିନ ରୂପେ ବର୍ଣ୍ଣନା କରାଯାଉଛି

Akshaya Tritiya 2025: ଅକ୍ଷୟ ତୃତୀୟା
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026
Latest News

ଏହି ରାଜ୍ୟର ବିଧାନସଭା ନିର୍ବାଚନରେ ​​ଅବୈଧ ମତଦାନ!: ୧୦ ବିଦେଶୀ ନାଗରିକ ଗିରଫ

May 17, 2026

ଓଡିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ, ରାଜ୍ୟ ନେତାଗଣ ବେଶ ଚଳଚଞ୍ଚଳ

May 17, 2026

ସିନ୍ଧୁ ଜଳ ଚୁକ୍ତିନାମା ଉପରେ ଅନ୍ତର୍ଜାତୀୟ ନ୍ୟାୟାଳୟର ନିଷ୍ପତ୍ତିକୁ ଭାରତର ପ୍ରତ୍ୟାଖ୍ୟାନ: ପାକିସ୍ତାନକୁ ଚେତାବନୀ

May 17, 2026

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.