Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଅପରେସନ୍‍ ସିନ୍ଦୁର’ର ସଫଳତା ନେଇ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା
ଜାତୀୟ ଖବର

ଅପରେସନ୍‍ ସିନ୍ଦୁର’ର ସଫଳତା ନେଇ ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା

May 14, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
triranga
ଅପରେସନ୍‍ ସିନ୍ଦୁର’ର ସଫଳତା ନେଇ ଭୁବନେଶ୍ୱରରେ ରାଜ୍ୟ ସ୍ତରୀୟ ତ୍ରିରଙ୍ଗା ବାଇକ୍ ଯାତ୍ରା

ଭୁବନେଶ୍ବର: ଆତଙ୍କବାଦ ବିରୋଧୀ ଅଭିଯାନ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜି ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିଅମ ଠାରେ ଏକ ତ୍ରିରଙ୍ଗା ବାଇକ୍ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଏହି ବାଇକ୍ ଯାତ୍ରାକୁ ପତାକା ଦେଖାଇ ଉଦ୍ଘାଟନ କରିଥିଲେ।

ଏହି ଯାତ୍ରା, ସକାଳ ୮ଟାରେ କଳିଙ୍ଗ ଷ୍ଟାଡିଅମ ଠାରୁ ଆରମ୍ଭ ହୋଇ ରାଜଭବନ ପର୍ଯ୍ୟନ୍ତ ହୋଇଥିବା ବେଳେ, ପୋଲିସ ବାହିନୀ, ସୁରକ୍ଷା ବାହିନୀ, ଲୋକପ୍ରତିନିଧି ଏବଂ ସାଧାରଣ ଜନତା ଏହି ରାଲିରେ, ନିଜ ସହିତ ତ୍ରିରଙ୍ଗା ପତାକା ଧରି ବାଇକ ଚଳାଇ ବନ୍ଦେ ମା ତରଂ ଧ୍ଵନି ଦେଇ ସହର ପରିକ୍ରମା କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେଯେ, ଅପରେସନ୍‍ ସିନ୍ଦୁର’ର ସଫଳତା ପରେ ଆଜିର ଏହି ତ୍ରିରଙ୍ଗା ବାଇକ୍ ଯାତ୍ରା ଆତଙ୍କବାଦ ବିରୁଦ୍ଧରେ ଦେଶର ଅଭିଯାନକୁ ଆହୁରି ସଶକ୍ତ କରିବ। ଜାତି, ଧର୍ମ ନିର୍ବିଶେଷରେ ସବୁ ଭାରତୀୟ ତ୍ରିରଙ୍ଗା ତଳେ, ଯେତେବେଳେ ଏକଜୁଟ୍‍ ହେବେ, ସେତେବେଳେ କୌଣସି ଶକ୍ତି ଆମ ବିରୁଦ୍ଧରେ ସଫଳ ହେବେ ନାହିଁ । ତ୍ରିରଙ୍ଗାର ତିନି ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣୀତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୁକସାକ୍ଷୀ।

ଗତବର୍ଷ ଅଗଷ୍ଟ ୧୪ ତାରିଖରେ ମଧ୍ୟ ତ୍ରିରଙ୍ଗା ଯାତ୍ରାରେ ମୁଁ ଯୋଗ ଦେଇଥିଲି। ସମସ୍ତଙ୍କ ଭିତରେ ଥିବା ଅଭୂତପୂର୍ବ ଉତ୍ସାହକୁ ଦେଖି ମୁଁ ନିଜେ ମଧ୍ୟ ଖୁବ୍‍ ଉତ୍ସାହିତ ହୋଇଥିଲି। ଆଜି ମଧ୍ୟ ଠିକ୍‍ ସେହିଭଳି ପରିସ୍ଥିତି ଆସିଛି। ଅପରେସନ୍‍ ସିନ୍ଦୁର’ର ସଫଳତା ଆମର ମା’ମାନଙ୍କ ଓ ଭଉଣୀମାନଙ୍କ ସଂକଳ୍ପର ସଫଳତା। ଆମର ସେନାବାହିନୀର ବୀର ଜବାନମାନେ ସିନ୍ଦୁର’ର ମର୍ଯ୍ୟାଦା ରଖିଛନ୍ତି। ସେଥିପାଇଁ ମୁଁ ଆମ ଦେଶର ବୀର ଜବାନ ମାନଙ୍କୁ ପୁଣି ଥରେ ହୃଦୟରୁ କୋଟି ସମ୍ମାନ ଜଣାଉଛି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ନେତୃତ୍ୱରେ ଆମେ ସବୁ ଭାରତୀୟ ନିରାପଦ। ପ୍ରଧାନମନ୍ତ୍ରୀ ମୋଦୀଜୀ କହିଛନ୍ତି ପ୍ରତ୍ୟେକ ଭାରତୀୟ ଶାନ୍ତି ଓ ସୁରକ୍ଷାର ସହ ରହିବା ପାଇଁ ଭାରତବର୍ଷ ଶକ୍ତିଶାଳୀ ହେବା ଜରୁରୀ। ଆବଶ୍ୟକ ପଡିଲେ ଆମ ପାଇଁ ଶକ୍ତି ପ୍ରଦର୍ଶନ ମଧ୍ୟ ଜରୁରୀ ଏବଂ ମୋଦୀଜୀ ଏହାକୁ ଅପରେଶନ ସିନ୍ଦୁରରେ ପ୍ରମାଣିତ କରି ଦେଖାଇଛନ୍ତି। ପରମାଣୁ ଶକ୍ତିର ବ୍ଲାକ୍‌ମେଲିଂକୁ ଭାରତ ଭୃକ୍ଷେପ କରିବ ନାହିଁ ବୋଲି ମୋଦୀଜୀଙ୍କ ଯେଉଁ ଦୃଢ ଚେତାବନୀ ଆଜି ସାରା ବିଶ୍ବରେ ପ୍ରତିଧ୍ବନିତ ହେଉଛି। ଶତ୍ରୁର ପ୍ରତ୍ୟେକ ଆହ୍ବାନର ଉଚିତ୍‌ ଜବାବ ଦେବା ପାଇଁ ଆମ ସେନାବାହିନୀ ସଂପୂର୍ଣ୍ଣ ପ୍ରସ୍ତୁତ।

ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା, ରାଜସ୍ବ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜ ମନ୍ତ୍ରୀ, ଶ୍ରୀ ରବି ନାରାୟଣ ନାୟକ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ, ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳ ସାମନ୍ତ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶିଳ୍ପ ମନ୍ତ୍ରୀ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ପ୍ରମୁଖ ଯୋଗ ଦେଇଥିଲେ।

TRIRANGA ଅପରେସନ୍‌ ସିନ୍ଦୁର
Share. Facebook Twitter LinkedIn Email WhatsApp Copy Link

Related Posts

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 14, 2025
Latest News

ଯୁଦ୍ଧକ୍ଷେତ୍ର ପରେ କ୍ରିକେଟ ପିଚ୍‌ରେ ହାରିଲା ପାକିସ୍ତାନ, ଦୁବାଇରେ ଧୁଳି ଚଟାଇଲା ଭାରତ

September 15, 2025

କଂଗ୍ରେସ କଲା ବଡ ଘୋଷଣା, ସେପ୍ଟେମ୍ୱର ୩୦ ସୁଦ୍ଧା ନୂଆ ଜିଲ୍ଲା ସଭାପତି, ଅକ୍ଟୋବର ୨ରୁ…

September 14, 2025

କଂଗ୍ରେସରେ ଯୋଗ ଦେଲେ ବିଜେଡି ଛାତ୍ର ନେତା ହରିଶଙ୍କର 

September 14, 2025

ଆଇଆଇଟି ଭୁବନେଶ୍ୱର ପକ୍ଷରୁ “ଚିନି, ଲୁଣ ଏବଂ ତେଲର ବ୍ୟବହାର ହ୍ରାସ କରିବା” ଶୀର୍ଷକ ବକ୍ତବ୍ୟ ଆୟୋଜିତ

September 14, 2025

ସମ୍ବଲପୁରରେ “ସ୍ଵଚ୍ଛତା ହିଁ ସେବା- ୨୦୨୫” କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.