Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲ, ଜାଣନ୍ତୁ କଣ ରହିଛି କାରଣ
ଜାତୀୟ ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲ, ଜାଣନ୍ତୁ କଣ ରହିଛି କାରଣ

May 15, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଣ୍ଡିଆନ୍‌ ଷ୍ଟିଲ ଆସୋସିଏସନର ଅଧ୍ୟକ୍ଷ ନବୀନ ଜିନ୍ଦଲ, ଜାଣନ୍ତୁ କଣ ରହିଛି କାରଣ

ଭୁବନେଶ୍ବର: ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ ଷ୍ଟିଲ କ୍ଷେତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ। ତେଣୁ, ଓଡିଶାରେ କମ୍ପାନୀ ପ୍ରତିଷ୍ଠା କରୁଥିବା ସଂସ୍ଥା ଗୁଡିକୁ ସୁବିଧାରେ କଞ୍ଚାମାଲ୍ ଯୋଗାଇଦେବା ସହିତ ଅନ୍ୟାନ୍ୟ ସୁବିଧା ସୁଯୋଗ ଯୋଗାଇଦେବା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଛନ୍ତି। ଷ୍ଟିଲ କମ୍ପାନୀ ଗୁଡିକୁ ମଧ୍ୟ ଉପଯୁକ୍ତ ବିଚାର ଆଲୋଚନା କରାଯାଇ ନିୟମ ଅନୁସାରେ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ବୈଠକର ଆଲୋଚନାରୁ ଜଣାଯାଇଛି ଯେ, ବର୍ତ୍ତମାନ ଦେଶର ଷ୍ଟିଲ ଉତ୍ପାଦନ ପରିମାଣ ବାର୍ଷିକ ୧୬୫ ମିଲିଅନ୍‌ ଟନ ରହିଛି। ୨୦୪୭ ସୁଦ୍ଧା ଏହି ପରିମାଣ ୫୦୦ ମିଲିଅନ୍‌ ଟନ ବୃଦ୍ଧି କରାଯିବାର ଲକ୍ଷ୍ୟ ରଖାଯାଇଛି। ଦେଶର ଷ୍ଟିଲ ଉତ୍ପାଦନ ବୃଦ୍ଧିରେ ଓଡିଶାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ। ତେଣୁ, ଷ୍ଟିଲ କମ୍ପାନୀ ମାନଙ୍କୁ ଯେପରି ସୁବିଧାରେ ଲୁହାପଥର ମିଳିବ ଏବଂ ଅନ୍ୟାନ୍ୟ ଆନୁସଙ୍ଗିକ ସୁବିଧା ମିଳି ପାରିବ, ସେ ବିଷୟରେ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।

ବୈଠକରେ ଅଧିକ ଲୁହା ପଥର ଖଣିର ନିଲାମ୍ ଏବଂ ନିଲାମ୍ ହୋଇଥିବା ଖଣି ଗୁଡିକରୁ ଶୀଘ୍ର ଉତ୍ତୋଳନ ଆରମ୍ଭ ଉପରେ ଆଲୋଚନା କରାଯାଇଥିଲା। ଚଳିତବର୍ଷ ପ୍ରାୟ ୩୦ ଟି ଖଣି ନିଲାମ୍ ହେବାର ସମ୍ଭାବନା ରହିଛି ବୋଲି ଜଣାଯାଇଛି। ଏହା ସହିତ OMCରୁ କିପରି ସୁବିଧାରେ ଷ୍ଟିଲ କମ୍ପାନୀ ମାନଙ୍କୁ ଲୁହାପଥର ଯୋଗାଇ ଦିଆଯାଇ ପାରିବ, ସେ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେନ୍ଦ୍ର କୁମାର, ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ଏବଂ ଅନ୍ୟ ସମ୍ପୃକ୍ତ ବିଭାଗର ସଚିବ ମାନେ ଉପସ୍ଥିତ ଥିଲେ।

Jindal Steel and Power Limited ନବୀନ ଜିନ୍ଦଲ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026

ବାଲୁଗାଁ-ବାଣପୁର ଏନଏସି ମିଶି ହେବ ଏକ ମ୍ୟୁନିସିପାଲିଟି, ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କଲେ ଘୋଷଣା

March 7, 2026
Latest News

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.