Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାକ୍ଷୀଗୋପାଳରୁ ଆରମ୍ଭ ହେଲା ଜାତୀୟ କାର୍ଯ୍ୟକ୍ରମ ବିକଶିତ କୃଷି ସଂକଳ୍ପ ଅଭିଯାନ, କେନ୍ଦ୍ର କୃଷିମନ୍ତ୍ରୀ ସାମିଲ
ଜାତୀୟ ଖବର

ସାକ୍ଷୀଗୋପାଳରୁ ଆରମ୍ଭ ହେଲା ଜାତୀୟ କାର୍ଯ୍ୟକ୍ରମ ବିକଶିତ କୃଷି ସଂକଳ୍ପ ଅଭିଯାନ, କେନ୍ଦ୍ର କୃଷିମନ୍ତ୍ରୀ ସାମିଲ

May 29, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ସାକ୍ଷୀଗୋପାଳରୁ ଆରମ୍ଭ ହେଲା
ସାକ୍ଷୀଗୋପାଳରୁ ଆରମ୍ଭ ହେଲା ଜାତୀୟ କାର୍ଯ୍ୟକ୍ରମ ବିକଶିତ କୃଷି ସଂକଳ୍ପ ଅଭିଯାନ, କେନ୍ଦ୍ର କୃଷିମନ୍ତ୍ରୀ ସାମିଲ

ଭୁବନେଶ୍ବର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ।

ସୂଚନା ଯୋଗ୍ୟ ଯେ, ଆଗାମୀ ୧୫ ଦିନ ଧରି ଚାଲୁ ରହିବାକୁ ଥିବା ଏହି ଅଭିଯାନ ରେ ପ୍ରାୟ ୧.୫ କୋଟି ଚାଷୀଙ୍କ ସହିତ ସରକାର ସିଧାସଳଖ ସାକ୍ଷାତକାର କରି ସେମାନଙ୍କୁ ନୂତନ କୃଷି ଜ୍ଞାନ କୌଶଳ ଓ ପ୍ରଯୁକ୍ତିବିଦ୍ୟା ବିଷୟରେ ଅବଗତ କରାଇବେ।

ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, କୃଷକମାନଙ୍କ ମଧ୍ୟରେ ଆଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ନୂତନ ବିହନ କିସମ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ, ଆଜିଠାରୁ ୧୨ ଜୁନ ପର୍ଯ୍ୟନ୍ତ ଦେଶବ୍ୟାପୀ ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଭାରତ ସରକାରଙ୍କର ଏକ ଯୁଗାନ୍ତକାରୀ ପଦକ୍ଷେପ । ଏହି ଅଭିଯାନ ମାଧ୍ୟମରେ ଦେଶର ୭୦୦ ଜିଲ୍ଲାର ପ୍ରାୟ ୧ କୋଟି ୫୦ ଲକ୍ଷ ଚାଷୀଙ୍କ ନିକଟରେ ସରକାର ପହଞ୍ଚିବ ଏବଂ ନୂତନ କୃଷି ପ୍ରଯୁକ୍ତିବିଦ୍ୟା ପ୍ରୟୋଗ ବିଷୟରେ ସେମାନଙ୍କୁ ଅବଗତ କରାଇବ।

ପ୍ରତ୍ୟେକ ଜିଲ୍ଲା ସ୍ତରରେ ତିନୋଟି ଦଳ ଗଠନ କରାଯାଇ କୃଷି, ଉଦ୍ୟାନ କୃଷି ଓ ମୃତ୍ତିକା ସଂରକ୍ଷଣ ସମ୍ବନ୍ଧୀୟ ବିଷୟ ବସ୍ତୁ ଗୁଡ଼ିକୁ କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଓ ବିଭାଗୀୟ ଅଧିକାରୀମାନେ ମିଳିତ ଭାବରେ ଗ୍ରାମୀଣ କୃଷକମାନଙ୍କୁ ଏ ବିଷୟରେ ବୁଝାଇବେ। ପ୍ରତ୍ୟେକ ଦଳ, ଦୈନିକ ଦୁଇଟି ଗାଁ ଗସ୍ତ କରି ପ୍ରତ୍ୟେକ ଗାଁ’ରେ ୨୫୦ ଜଣ ଚାଷୀଙ୍କୁ ଭେଟି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର କୃଷକ କଲ୍ୟାଣ ଯୋଜନା ଗୁଡ଼ିକୁ ବୁଝାଇବା ସହ ବିଭିନ୍ନ କାର୍ଯ୍ୟକ୍ରମ, ପଦକ୍ଷେପ ଏବଂ ନୂତନ ଜ୍ଞାନ କୌଶଳର ପ୍ରୟୋଗାତ୍ମକ ଦିଗ ଗୁଡ଼ିକ ଉପରେ ଚାଷୀଭାଇ ଓ ଭଉଣୀମାନଙ୍କ ସହ ଆଲୋଚନା କରିବେ ।

ଗବେଷଣାଲବ୍‍ଧ କୃଷି ସୂଚନା କିପରି ଭାବରେ ଚାଷୀ ଭାଇ ଭଉଣୀମାନଙ୍କ ନିକଟରେ ପହଞ୍ଚିବ ସେ ବିଷୟରେ ପଦକ୍ଷେପ ମାନ ନିଆଯିବ। ବିଶେଷ କରି ମୃତ୍ତିକାର ସ୍ଵାସ୍ଥ୍ୟ ପରୀକ୍ଷା, ମୃତ୍ତିକା ସ୍ଵାସ୍ଥ୍ୟକାର୍ଡର ବ୍ୟବହାରିତା, ସାର ପରିଚାଳନା, ଜଳବାୟୁ ପ୍ରତିରୋଧ କୃଷି ଇତ୍ୟାଦି ବିଷୟରେ ଚାଷୀମାନଙ୍କୁ ଅବଗତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ ପୁଣି କହିଥିଲେ ଯେ, ଆମ ସରକାର, ରାଜ୍ୟର ଧାନଚାଷୀ ଭାଇ ଭଉଣୀମାନଙ୍କୁ ଉତ୍ତମ ମୂଲ୍ୟ ପ୍ରଦାନ କରିବା ଏବଂ ସେମାନଙ୍କୁ ସମାଜର ଆର୍ଥିକ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ଐତିହାସିକ ପଦକ୍ଷେପ ନେଇଛନ୍ତି । ଏହା କେବଳ ସମ୍ଭବ ହୋଇପାରିଛି ଆମ ସରକାରର କୃଷକ ଭାଇଭଉଣୀମାନଙ୍କ ପାଇଁ ନୂଆ ନୂଆ ଯୋଜନା ଏବଂ ଚାଷୀମାନଙ୍କ କଲ୍ୟାଣ ପାଇଁ ପ୍ରତିବଦ୍ଧତା ଭାବ ଯୋଗୁଁ ।

କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଶ୍ରୀ ଚୌହାନ କହିଥିଲେ ଯେ, ଓଡ଼ିଶା ରାଜ୍ୟ, ଆଜି ସାରା ଭାରତ ପାଇଁ ଏକ ଉଦାହରଣ ସୃଷ୍ଟି କରିଛି । ସମୃଦ୍ଧ କୃଷକ ଯୋଜନା ମାଧ୍ୟମରେ ସରକାର ଚାଷୀଙ୍କଠାରୁ ଧାନ କ୍ଵିଣ୍ଟାଲ ପିଛା ୩୧୦୦ ଟଙ୍କାରେ କ୍ରୟ କରୁଛନ୍ତି, ଯାହାକି ଧାନର ସର୍ବନିମ୍ନ ସହାୟକ ମୂଲ୍ୟଠାରୁ ୮୦୦ ଟଙ୍କା ଅଧିକ । ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କାରଣ ଚାଷୀର ଆୟ ବଢିଲେ ଦେଶର ଆୟ ବଢେ।

କେବଳ ଚାଷ କ୍ଷେତ୍ର ନୁହେଁ, ସୁଭଦ୍ରା ଭଳି ଯୋଜନା ଯୋଗୁଁ ଆଜି ରାଜ୍ୟର ଅନେକ ମହିଳା ଲାଭାନ୍ୱିତ। ମହିଳାଙ୍କର ସଶକ୍ତିକରଣ କଥା ହେଉ ଅବା କୃଷିର ଭିତ୍ତିଭୂମି ବିକାଶ, ସବୁଥିରେ ଓଡ଼ିଶା ସାରା ବିଶ୍ୱରେ ଦୃଷ୍ଟାନ୍ତ ହେବ, ଏହା ଆମର ବିଶ୍ୱାସ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ କହିଥିଲେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ମନ୍ତ୍ରୀ, ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ, ‘ବିକଶିତ କୃଷି ସଂକଳ୍ପ ଅଭିଯାନ’ ଏକ ସ୍ୱତନ୍ତ୍ର ମାଧ୍ୟମ, କୃଷକ ମାନଙ୍କୁ ଯାନ୍ତ୍ରିକ ସଶକ୍ତ କରାଇବା ପାଇଁ। ଏହି ଅଭିଯାନ, ଓଡିଶାରୁ ଆରମ୍ଭ ହେଉଛି ଏବଂ ଏହାର ଉପଲବ୍ଧତା ଓଡ଼ିଶାର କୃଷକଙ୍କ ନିକଟରେ ପହଂଚିବ।

କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପିପିଲି ବିଧାୟକ ଶ୍ରୀ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଶ୍ରୀ ଓଁ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ପ୍ରମୁଖ ଶାସନ ସଚିବ, କୃଷି ଏବଂ କୃଷକ ସଶକ୍ତିକରଣ ବିଭାଗ, ଡକ୍ଟର ଅରବିନ୍ଦ କୁମାର ପାଢ଼ୀ ଏବଂ ଓୟୁଏଟିର କୁଳପତି, ପ୍ରଫେସର୍ ପ୍ରଭାତ କୁମାର ରାଉଳ ପ୍ରମୁଖ ଉପସ୍ଥିତ ଥିଲେ ।

ଉକ୍ତ କାର୍ଯ୍ୟକ୍ରମ ରେ ଭାରତ ସରକାରଙ୍କ କୃଷି ଗବେଷଣା ଓ ଶିକ୍ଷା ବିଭାଗର ସଚିବ ତଥା ଭାରତୀୟ କୃଷି ଗବେଷଣା ପରିଷଦର ମହାନିର୍ଦ୍ଦେଶକ ଡକ୍ଟର ମଙ୍ଗିଲାଲ୍ ଜାଟ୍ ସ୍ୱାଗତ ଭାଷଣ ଦେଇଥିବା ବେଳେ କୃଷି ବିଭାଗ ନିର୍ଦ୍ଦେଶକ ଶ୍ରୀ ଶୁଭମ ସକ୍ସେନା ଧନ୍ୟବାଦ ଦେଇଥିଲେ ।

ବିକଶିତ କୃଷି ସଂକଳ୍ପ ଅଭିଯାନ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.