Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଉ ଦିନକ ପରେ ରାଜ୍ୟ ବିଜେପିକୁ ମିଳିବ ନୂଆ ସଭାପତି, ଘୋଷଣା ହେବ ନାମ, ଜାଣନ୍ତୁ କିଏ ?
ଜାତୀୟ ଖବର

ଆଉ ଦିନକ ପରେ ରାଜ୍ୟ ବିଜେପିକୁ ମିଳିବ ନୂଆ ସଭାପତି, ଘୋଷଣା ହେବ ନାମ, ଜାଣନ୍ତୁ କିଏ ?

June 29, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
Pratap
ଆଉ ଦିନକ ପରେ ରାଜ୍ୟ ବିଜେପିକୁ ମିଳିବ ନୂଆ ସଭାପତି, ଘୋଷଣା ହେବ ନାମ, ଜାଣନ୍ତୁ କିଏ ?

ଭୁବନେଶ୍ବର: ଆଉ ଦିନକ ପରେ ମିଳିବ ଓଡିଶା ବିଜେପିକୁ ନୂଆ ସଭାପତି। ଏହି ସୂଚନା ଦେଇଛନ୍ତି ଦଳିୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଷଡଙ୍ଗୀ। ସେ କହିଛନ୍ତି ଯେ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ମଣ୍ଡଳ ସଭାପତି ତଥା ଜିଲ୍ଲା ସଭାପତି ନିର୍ବାଚନ ସରିଯାଇଛି। ଏହାପରେ ରାଜ୍ୟ ସଭାପତି ନିର୍ବାଚନ ହେବ।

ଏ ନେଇ ରାଜ୍ୟ ବିଜେପି ତରଫରୁ ଏକ ପ୍ରେସ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେଥିରେ କୁହାଯାଇଛି ଯେ, ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି, ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ରାଷ୍ଟ୍ରୀୟ ନିର୍ବାଚନ ଅଧିକାରୀ ଡ. କେ. ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ଆଜିଠାରୁ ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି ।

ଏଥିଲାଗି ଦିନ ୧୧ଟାରେ ନୋଟିସ ଜାରି କରାଯାଇ ଅନ୍ତରୀଣ ମତଦାତାଙ୍କ ସୂଚୀ ଦିଆଯାଇଥିଲା । ବିଭିନ୍ନ ଆପତି ଅଭିଯୋଗର ଯାଂଚ କରାଯିବା ପରେ ଚୂଡ଼ାନ୍ତ ମତଦାତାଙ୍କ ତାଲିକା ପ୍ରକାଶ ପାଇଛି । ଏହି ମତାଦାତାମାନେ ହିଁ ରାଜ୍ୟ ସଭାପତି ଚୟନ କରିବେ ବୋଲି ରାଜ୍ୟ ନିର୍ବାଚନ ଅଧିକାରୀ ତଥା ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ କହିଛନ୍ତି।

ଶ୍ରୀ ଷଡ଼ଙ୍ଗୀ କହିଛନ୍ତି ଯେ, ବିଜେପିର ସମ୍ବିଧାନ ଅନୁସାରେ ଏହି ମତଦାତାଙ୍କ ମଧ୍ୟରେ ସାଙ୍ଗଠାନିକ ଜିଲ୍ଲା ସଭାପତି, ରାଜ୍ୟ ପରିଷଦ ସଦସ୍ୟ ରହିଥିବାବେଳେ ୧୦ ପ୍ରତିଶତ ବିଧାୟକ ଓ ସାଂସଦ ରହିଛନ୍ତି। ରାଜ୍ୟ ସଭାପତି ପଦ ପାଇଁ ନିର୍ବାଚନ ପ୍ରକ୍ରିୟା ପାଇଁ ସୋମବାର ପୂର୍ବାହ୍ନ ୧୧ଟାରୁ ୨ଟା ମଧ୍ୟରେ ନାମାଙ୍କନପତ୍ର ଦାଖଲ କରାଯିବ ।

ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଆପତି ଅଭିଯୋଗଗୁଡ଼ିକର ଯାଂଚ କରାଯିବା ପରେ ଅପରାହ୍ନ ୪ଟାରେ ଅନ୍ତିମ ନାମାଙ୍କନ ତାଲିକା ପ୍ରକାଶ ପାଇବ । ଜୁଲାଇ ୧ରେ ପୂର୍ବାହ୍ନ ୧୦ଟାରୁ ୧୨ଟା ମଧ୍ୟରେ ମତଦାନ ଅନୁଷ୍ଠିତ ହେବ। ୧୨ଟା ୩୦ ସୁଦ୍ଧା ଚୂଡ଼ାନ୍ତ ଫଳାଫଳ ଘୋଷଣା କରାଯିବ। ଏହି ନିର୍ବାଚନ ପ୍ରକ୍ରିୟାର ସୁପରିଚାଳନା ଓ ତଦାରଖ କରିବା ପାଇଁ କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ଶ୍ରୀ ସଞ୍ଜୟ ଜୟସ୍ୱାଲଙ୍କୁ ପର‌୍ୟ୍ୟବେକ୍ଷକ ଭାବେ ଦାୟିତ୍ୱ ଦିଆଯାଇଛି। ସେ ଆସନ୍ତାକାଲି ରାଜ୍ୟ କାର‌୍ୟ୍ୟାଳୟରେ ପହଂଚିବେ ।

୨ ଦିନ ପର‌୍ୟ୍ୟନ୍ତ ତାଙ୍କ ତତ୍ୱାବଧାନରେ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ ବୋଲି ଶ୍ରୀ ଷଡ଼ଙ୍ଗୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି ଓ ରାଜ୍ୟ ସମ୍ପାଦକ ସରୋଜ କର ଉପସ୍ଥିତ ଥିଲେ ।

pratap sarangi ପ୍ରତାପ ଷଡଙ୍ଗୀ ବିଜେପି ସଭାପତି
Share. Facebook Twitter LinkedIn Email WhatsApp Copy Link

Related Posts

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026
Latest News

କୋଲକାତାଠାରେ ଅନୁଷ୍ଠିତ ହେବ ଅନ୍ତର୍ଜାତୀୟ ଯୋଗ ଦିବସର ମୁଖ୍ୟ କାର୍ଯ୍ୟକ୍ରମ

May 28, 2026

ପ୍ରାଣାନ୍ତକ ଆକ୍ରମଣ : ଭୁଜାଲି ଚୋଟରେ ଛିଣ୍ଡିଲା ହାତ ପାପୁଲି ଓ ବୁଢ଼ା ଆଙ୍ଗୁଠି

May 28, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

୨୦୨୫-୨୬ରେ ଖଦି ଓ ଗ୍ରାମୋଦ୍ୟୋଗ କ୍ଷେତ୍ରରେ ରେକର୍ଡ ୧.୮୭ ଲକ୍ଷ କୋଟିର ବିକ୍ରୟ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.