Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଜାତୀୟ ଖବର

ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

July 1, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
finance
ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧି ମାନଙ୍କ ସହିତ ଆଲୋଚନା କରି ବିଭିନ୍ନ ଜନକଲ୍ୟାଣ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ୠଣ ଦେବାପାଇଁ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ, ଓଡିଶାରେ ବିଭିନ୍ନ ଜନକଲ୍ୟାଣ ଯୋଜନା ଯଥା କୃଷି ୠଣ, ପ୍ରଧାନମନ୍ତ୍ରୀ ରୋଜଗାର ସୃଷ୍ଟି ଯୋଜନା (PMEGP), ପିଏମ୍ ସ୍ୱନିଧି ଯୋଜନା, ଷ୍ଟାଣ୍ଡଅପ୍ ଇଣ୍ଡିଆ ଯୋଜନା, ଗୃହୠଣ, ଶିକ୍ଷାୠଣ ଓ ରପ୍ତାନୀ ୠଣ ଆଦି ବିଭିନ୍ନ ଯୋଜନାରେ ଏହି ବ୍ୟଙ୍କ ଗୁଡିକର ପ୍ରଦର୍ଶନ ଅତ୍ୟନ୍ତ କମ ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜୁନ୍ ୨୧ ତାରିଖରେ ଏହି ବ୍ୟାଙ୍କ ଗୁଡିକୁ ନିଜର Empanelled List ରୁ କାଢିଦେଇଛନ୍ତି।

ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଅନେକ ଗରୀବ କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଲୋକମାନଙ୍କୁ ୠଣ ଜରିଆରେ ଆର୍ଥିକ କାର୍ଯ୍ୟକ୍ରମରେ ସାମିଲ କରିବା ସହିତ ସେମାନଙ୍କ ରୋଜଗାର ବୃଦ୍ଧି କରିବା ହେଉଛି ସରକାରଙ୍କ ଲକ୍ଷ୍ୟ।

କିନ୍ତୁ, ଏହି ସବୁ ଯୋଜନା ଗୁଡିକରେ ଏହି ତିନୋଟି ବ୍ୟାଙ୍କର ପ୍ରଦର୍ଶନ ଓଡିଶାରେ ଆଦୌ ସନ୍ତୋଷ ଜନକ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସରକାରଙ୍କ ଗରିବ କଲ୍ୟାଣ ଯୋଜନାରେ ବ୍ୟାଙ୍କ ଗୁଡିକ ହେଉଛନ୍ତି ଏକ ବଡ ମାଧ୍ୟମ। ତେଣୁ, ଏହି ସବୁ ବ୍ୟାଙ୍କ ଗୁଡିକ ବିଭିନ୍ନ ଯୋଜନାରେ ଯେଉଁଥିରେ ଗରିବ ଲୋକମାନେ ଉପକୃତ ହେଉଛନ୍ତି, ସେଥିରେ ଅଧିକ ଲୋକଙ୍କୁ ୠଣ ଦେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ବ୍ୟାଙ୍କମାନଙ୍କ ପ୍ରତିନିଧି ମାନେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କରି କହିଥିଲେ ଯେ, ସେମାନେ ଏହି ସବୁ ଯୋଜନାରେ ଲୋକଙ୍କୁ ୠଣଦେବା ପାଇଁ ଆଗ୍ରହୀ ଅଛନ୍ତି ଏବଂ ଖୁବ୍ ଶୀଘ୍ର ଏହି ପ୍ରଦର୍ଶନରେ ଉନ୍ନତି ଆସିବ ବୋଲି ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଭରସା ଦେଇଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ମୁଖ୍ୟମନ୍ତ୍ରୀଙ୍କୁ ବ୍ୟାଙ୍କ ମାନଙ୍କ ପ୍ରଦର୍ଶନ ବିଷୟରେ ଅବଗତ କରିଥିଲେ।

ବୈଠକରେ ଆକ୍ସିସ୍ ବ୍ୟାଙ୍କର ଏକଜୁକ୍ୟୁଟିଭ ଡାଇରେକ୍ଟର ଶ୍ରୀ ମୁନୀଷ ସାରଦା, ସରକାରୀ ବିଜନେସ କଣ୍ଟ୍ରିହେଡ୍ ଶ୍ରୀ ଅନୀଲ ଅଗ୍ରୱାଲ୍, ଇଷ୍ଟ ରିଜିଓନାଲ ହେଡ୍ ଶ୍ରୀ ସୌରଭ ଦତ୍ତା, ଏଚଡିଏଫସି ବ୍ୟାଙ୍କ ପକ୍ଷରୁ କଣ୍ଟ୍ରି ହେଡ୍ ସ୍ମିତା ଭଗତ୍, ବ୍ରାଞ୍ଚ ବ୍ୟାଙ୍କିଙ୍ଗ ହେଡ୍ ଇଷ୍ଟ ଶ୍ରୀ ସନ୍ଦୀପ କୁମାର, ରିଜିଓନାଲ ହେଡ୍ ଶ୍ରୀ ଦୀପକ ସିଂହ ଏବଂ ଆସିଆଇସିଆଇ ବ୍ୟାଙ୍କ ପକ୍ଷରୁ ବିଜନେସ ହେଡ ଶ୍ରୀ ସୁମିତ ମେହେରୋତ୍ରା, ଓଡିଶା ସିଟି ବିଜିନେସ ହେଡ୍ ଶ୍ରୀ ବିନୋଦ ଏଲ୍ ଏବଂ ରିଜିଓନାଲ ହେଡ୍ ଶ୍ରୀ ଅମିୟ ନାୟକ ପ୍ରମୁଖ ଯୋଗଦେଇଥିଲେ।

Axis Bank bank Finance hdfc bank icici ICICI BANK ଶ୍ବାସତ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.