Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପୁରୀରେ ପ୍ରତିଷ୍ଠା ହେବ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲାଇବ୍ରେରୀ ଏବଂ ଗବେଷଣା କେନ୍ଦ୍ର, ଜାଣନ୍ତୁ ଏଥିରେ ରହିବ କ,ଣ
ଜାତୀୟ ଖବର

ପୁରୀରେ ପ୍ରତିଷ୍ଠା ହେବ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲାଇବ୍ରେରୀ ଏବଂ ଗବେଷଣା କେନ୍ଦ୍ର, ଜାଣନ୍ତୁ ଏଥିରେ ରହିବ କ,ଣ

July 4, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପୁରୀରେ ପ୍ରତିଷ୍ଠା ହେବ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲାଇବ୍ରେରୀ ଏବଂ ଗବେଷଣା କେନ୍ଦ୍ର, ଜାଣନ୍ତୁ ଏଥିରେ ରହିବ କ,ଣ

ଭୁବନେଶ୍ବର: ପୁରୀରେ ଏକ ବିଶ୍ଵ ସ୍ତରୀୟ ଶ୍ରୀ ଜଗନ୍ନାଥ ମ୍ୟୁଜିୟମ, ଲାଇବ୍ରେରୀ ଏବଂ ଗବେଷଣା କେନ୍ଦ୍ର ପ୍ରତିଷ୍ଠା କରିବାକୁ ସରକାର ନିଷ୍ଫତ୍ତି ନେଇଛନ୍ତି।ଆଜି ଏ ନେଇ ଲୋକସେବା ଭବନରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅନୁଷ୍ଠାନଗୁଡିକ ଗୋଟିଏ ପରିସରରେ  ନିର୍ମିତ ହେବ।

ଶ୍ରୀ ଜଗନ୍ନାଥ ସଂଗ୍ରହାଳୟରେ ଜଗନ୍ନାଥ ସଂସ୍କୃତି ଓ ଇତିହାସ ଯେପରିକି ଏହାର ପୌରାଣିକ ମହତ୍ତ୍ଵ, ନୀଳବଧବଙ୍କ ଠାରୁ ମନ୍ଦିର ନିର୍ମାଣର ଇତିହାସ, ବିଗ୍ରହ ପ୍ରତିଷ୍ଠା, କାଞ୍ଚି ବିଜୟ, ଯାନିଯାତ୍ରା, ମନ୍ଦିର ରୀତିନୀତି, ଭକ୍ତ ଏବଂ ଭଗବାନଙ୍କ ମଧ୍ୟରେ ଭାବାବେଗ ଇତ୍ୟାଦି ପ୍ରଦର୍ଶିତ ହେବ। ଏହି ସବୁ ଘଟଣାବଳୀକୁ ବିଭିନ୍ନ ଚିତ୍ରକଳା, ପ୍ରତିମୂର୍ତ୍ତି, ପଟ୍ଟଚିତ୍ର ଇତ୍ୟାଦି ମଧ୍ୟମରେ ପ୍ରଦର୍ଶିତ କରାଯାଇପାରିବ।

ସେହିପରି ଏହି ପରିସରରେ ଏକ ପୁସ୍ତକାଗାର ଏବଂ ଜଗନ୍ନାଥ ସଂସ୍କୃତି ଗବେଷଣା କେନ୍ଦ୍ର ସ୍ଥାପିତ କରାଯିବ। ଏହି ପୁସ୍ତକାଗାରରେ ଜଗନ୍ନାଥ ସଂସ୍କୃତି ସହିତ ଓଡିଆ ସଂସ୍କୃତି ଓ ପରମ୍ପରା ସମ୍ବନ୍ଧୀୟ ପୁସ୍ତକ ବି ରହିବ। ଏହି ପୁସ୍ତକାଗାରରେ ଇ-ଲାଇବ୍ରେରୀର ସୁବିଧା ପ୍ରଦାନ କରାଯିବ ଏବଂ ପାଠକମାନେ ଇ-ଲାଇବ୍ରେରୀ ମଧ୍ୟମରେ ସବୁ ପ୍ରକାର ପଠନ ସାମଗ୍ରୀ ପାଇ ପାରିବେ। ଜଗନ୍ନାଥ ସଂସ୍କୃତି ଏବଂ ସାହିତ୍ୟକୁ ଋଦ୍ଧିମନ୍ତ କରିବା ପାଇଁ ଏହା ନିଶ୍ଚିତ ଭାବେ ସାହାଯ୍ୟ କରିବ।

ଏଥି ସହିତ ଏହି ପରିସରରେ ପ୍ରାୟ ୩୦୦ ଆସନ ବିଶିଷ୍ଟ ଏକ ପ୍ରେକ୍ଷାଳୟ (ଅଡିଟରିଅମ) ନିର୍ମାଣ କରାଯିବ। ଏହି ଅଡିଟରିଅମରେ ପ୍ରତି ଦିନ ଲାଇଟ ଓ ସାଉଣ୍ଡ ଶୋ ପ୍ରସ୍ତୁତ କରାଯିବ।

ଜଗନ୍ନାଥ ମନ୍ଦିର ଏବଂ ଠାକୁରଙ୍କୁ ନେଇ ଅନେକ କାହାଣୀ, ଅନେକ ପ୍ରସଙ୍ଗ ରହିଛି। ଏହି ସବୁ ପ୍ରସଙ୍ଗକୁ ବିଭିନ୍ନ ଅଧ୍ୟାୟରେ ବିଭାଜନ କରି ଗୋଟିଏ ଗୋଟିଏ ଅଧ୍ୟାୟ (ଏପିସଡ) ପ୍ରସ୍ତୁତ କରି ବିଭିନ୍ନ ଭାଷା ଯେପରିକି ଓଡିଆ, ହିନ୍ଦୀ, ଇଂରେଜୀ ଏବଂ ବଙ୍ଗାଳୀ ଭାଷାରେ ପ୍ରସ୍ତୁତ କରାଯାଇ ପ୍ରଦର୍ଶିତ କରାଯିବ। ତା’ ଛଡା ଏହି ପରିସର ମଧ୍ୟରେ ଏକ ମୁକ୍ତାକାଶ ରଙ୍ଗମଞ୍ଚ ବି ନିର୍ମିତ ହେବ ଯେଉଁଠି ରାଜ୍ୟର କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇପାରିବ।

ଏହି ପ୍ରକଳ୍ପ ଜଗନ୍ନାଥ ସଂସ୍କୃତି, ପରମ୍ପରା ଏବଂ ସାହିତ୍ଯକୁ ସୁଦୃଢ ଏବଂ ପରିପୁଷ୍ଟ କରିବା ସହିତ ପୁରୀ ଜଗନ୍ନାଥ ଧାମକୁ ଆସୁଥିବା ହଜାର ହଜାର ପର୍ଯ୍ୟଟକଙ୍କ ପାଇଁ ଉତ୍କୃଷ୍ଟ ସମୟ ବ୍ୟତୀତ କରିବା ପାଇଁ ସୁଯୋଗ ପ୍ରଦାନ କରିବ। ଏହା ପୁରୀକୁ ଦେଶର ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ଵତନ୍ତ୍ର ସ୍ଥାନ ଦେବାରେ ସହାୟକ ହେବ।

Puri
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Latest News

ପୁରୀ ରଥଯାତ୍ରା ପାଇଁ ପ୍ରଶାସନର ପ୍ରସ୍ତୁତି ଜୋରଦାର; ୨୩ OAS ଅଧିକାରୀଙ୍କୁ ମିଳିଲା ଦାୟିତ୍ୱ

June 30, 2026

ଟ୍ରମ୍ପଙ୍କୁ ସୁପ୍ରିମକୋର୍ଟର ବଡ଼ ଝଟକା; ଜନ୍ମଗତ ନାଗରିକତା ଉପରେ ଆଦେଶ ଖାରଜ

June 30, 2026

କାଲିଠୁ କଳା ବ୍ୟାଜ ପିନ୍ଧିବେ ଏସସିବି ଡାକ୍ତର

June 30, 2026

ରେଳ ସୁରକ୍ଷା ଓ ନିରାପତ୍ତାକୁ ଆହୁରି ସୁଦୃଢ଼ କଲା ପୂର୍ବତଟ ରେଳପଥ

June 30, 2026

ଆଇଟିଇଆରରେ ୫ଦିନିଆ ମ୍ୟାଥ୍‌ମାଟିକ୍ସ ଇନ୍ ମେସିନ୍ ଲର୍ଣ୍ଣିଂ କର୍ମଶାଳା ଉଦ୍‌ଘାଟିତ

June 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.