Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

July 6, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ଡଃ ଶ୍ୟାମପ୍ରସାଦ ମୁଖାର୍ଜୀ
ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ପାଳିତ, ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଆଜିର ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ।

ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ ଉପହାର ଯାହା ପ୍ରତିଟି ଭାରତବାସୀଙ୍କୁ ଆଦର୍ଶ ଓ ପ୍ରେରଣା ଦେଇଥାଏ। ବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଯେଉଁ କେତେଜଣ ମହାମନୀଷୀ ଭାରତୀୟ ଶିକ୍ଷା, ସଂସ୍କୃତି, ପରମ୍ପରା ଓ ରାଷ୍ଟ୍ରବାଦର ଉତ୍‍ଥାନ କରି ଦେଶ ମାତୃକାର ସେବା ପାଇଁ ଆଗେଇ ଆସିଥିଲେ, ସେମାନଙ୍କ ମଧ୍ୟରେ ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ଥିଲେ ଅଗ୍ରଗଣ୍ୟ। ସେ କେବଳ ଜଣେ ଶିକ୍ଷାବିତ୍ ନ ଥିଲେ ବରଂ ଏକ ସମର୍ପିତ ରାଷ୍ଟ୍ର ନେତା,  ଦୂରଦୃଷ୍ଟି ସମ୍ପନ୍ନ ଚିନ୍ତକ ଓ ଦେଶପ୍ରେମୀ ଥିଲେ।

ଡଃ ମୁଖାର୍ଜୀଙ୍କ ଦ୍ୱାରା ଗଠିତ ଜନସଂଘ ବିଜେପିରେ ପରିଣତ ହେଲା ଏବଂ ଡଃ ଶ୍ୟାମା ପ୍ରସାଦ ମୁଖାର୍ଜୀ, ବିଜେପିର ପ୍ରତିଷ୍ଠାତା ରୂପେ ନାମିତ ହେଲେ। ତାଙ୍କ ବିଚାରଧାରା ଏବଂ ସାଂସ୍କୃତିକ ରାଷ୍ଟ୍ରବାଦ ହିଁ ହୋଇଥିଲା ଆଜିର ଭାରତୀୟ ଜନତା ପାର୍ଟିର ମୂଳମନ୍ତ୍ର। ତାଙ୍କର ଦୃଢମତ ଥିଲା, କଶ୍ମୀର ଭାରତର ଅଭିନ୍ନ ଅଂଶ ଓ ଏଥିପାଇଁ କୌଣସି ବିଶେଷ ଧାରା ଦରକାର ନାହିଁ। “ ଦୋ ବିଧାନ, ଦୋ ପ୍ରଧାନ, ଦୋ ନିଶାନ, ନେହିଁ ଚଲେଗା” ସ୍ଲୋଗାନ୍‌ ଆଜି ମଧ୍ଯ ପ୍ରତ୍ୟେକ ଭାରତୀୟଙ୍କ ମନରେ ଗୁଞ୍ଜରିତ ହେଉଛି ବୋଲି ସେ କହିଥିଲେ।

ସେ ପୁଣି କହିଥିଲେଯେ, ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀ, ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳର ପ୍ରଥମ ବର୍ଷରେ ସମ୍ବିଧାନର ୩୭୦ ଧାରା ଓ ୩୫(କ)ର ଉଚ୍ଛେଦ କରିଛନ୍ତି। ମୋଦୀଜୀଙ୍କ ଏହି ସାହସିକ ପଦକ୍ଷେପ କେବଳ ଯେ ଦେଶପାଇଁ ମଙ୍ଗଳମୟ ତାହା ନୁହେଁ, ଏହା ଶ୍ଯାମାପ୍ରସାଦ ମୁଖାର୍ଜୀଙ୍କ ପାଇଁ ସର୍ବଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି। ଡଃ ମୁଖାର୍ଜୀଙ୍କ ସ୍ଵପ୍ନ ଓ ସଂଘର୍ଷକୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଜୀ ପୂରଣ କରିଛନ୍ତି।

ଡଃ ମୁଖାର୍ଜୀଙ୍କ ପରି ଜଣେ ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ। ରାଜ୍ୟରେ ଓ ଦେଶରେ ବିକାଶ ହେଉଛି ଏବଂ ଏହି ବିକାଶରେ ପ୍ରତ୍ୟେକ ବର୍ଗଙ୍କୁ ସାମିଲ କରାଯାଇ, ଗ୍ରୋଥ ଇଂଜିନକୁ ଆହୁରି ସଶକ୍ତ କରାଯାଉଛି। ରାଜ୍ୟରେ ମଧ୍ୟ ପୂର୍ବ ସରକାର ଡଃ ମୁଖାର୍ଜୀଙ୍କର ସ୍ମୃତି ଦିବସକୁ କେବେ ପାଳନ କରୁନଥିଲେ। ଆମ ସରକାର ଏହାକୁ ଜାତୀୟ କର୍ତ୍ତବ୍ୟ ବୋଲି ସ୍ୱୀକାର କରି ପାଳନ କରୁଛି ଏବଂ ଆଗକୁ ମଧ୍ୟ କରିବ ।

ପରିଶେଷରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଆମର ଯୁବ ଶକ୍ତି ହିଁ ଦେଶର ଭବିଷ୍ୟତ । ଆଜି ରାଜ୍ୟସରକାର ଏକ ବର୍ଷ ପୂର୍ତ୍ତି ପାଳନ ଉପଲକ୍ଷେ ସାରା ଓଡିଶାରେ ଯୁବ ଶକ୍ତି ବିକାଶ କାର୍ଯ୍ୟକ୍ରମ କରୁଛନ୍ତି । ଏଣୁ ନୈତିକତା ବିନା ରାଜନୀତି, ଆଦର୍ଶ ବିନା ଶାସନ, ଓ ଦେଶପ୍ରେମ ବିନା ସ୍ୱାଧୀନତା କେବଳ ଏକ ଭ୍ରମ।ତ୍ୟାଗ ଓ ସେବା ଦ୍ୱାରା ଆମେ ଆମ ଭବିଷ୍ୟ ଗଢିବା। ଆଜି ଆମେ ଯେତେବେଳେ ଏକ ନୂଆ ଓଡ଼ିଶା ଗଢ଼ୁଛୁ, ଏକ ଶକ୍ତିଶାଳୀ ଭାରତର ଦିଗକୁ ବଢ଼ୁଛୁ, ଡଃ ମୁଖାର୍ଜୀଙ୍କ ନିତି ଓ ଦୃଷ୍ଟିକୋଣ ଆମକୁ ସଠିକ ମାର୍ଗ ଦେଉଛି।

ସମ୍ମାନିତ ଅତିଥି ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଡଃ ମୁଖାର୍ଜୀଙ୍କୁ ଇତିହାସର ଶ୍ରେଷ୍ଠ ବ୍ୟକ୍ତିତ୍ୱ ଭାବେ ସମ୍ବୋଧିତ କରିଥିବା ବେଳେ ରାଜ୍ୟ ଖଣି ଓ ଇସ୍ପାତ ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା କହିଥିଲେଯେ ଡଃ ମୁଖାର୍ଜୀ ଭାରତର ଅଖଣ୍ଡତାର ପ୍ରତୀକ।

କାର୍ଯ୍ୟକ୍ରମର ମୁଖ୍ୟ ବକ୍ତା ଶ୍ରୀ ଅନିର୍ବାଣ ଗାଙ୍ଗୁଲି ଡଃ ମୁଖାର୍ଜୀଙ୍କୁ ପରାଧୀନ ଭାରତରେ ମଧ୍ଯ ଭାରତୀୟ ଭାଷାରେ ଶିକ୍ଷାର ଆଦି ପ୍ରବର୍ତ୍ତକ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ସରକାରୀ ମୁଖ୍ୟ ସଚେତକ ଶ୍ରୀ ସରୋଜ କୁମାର ପ୍ରଧାନ ଓ ଏକାମ୍ର ଭୁବନେଶ୍ୱର ବିଧାୟକ ଶ୍ରୀ ବାବୁ ସିଂ ପ୍ରମୁଖ ମଂଚାସୀନ ଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟାନ୍ୟ ସମ୍ମାନନୀୟ ଅତିଥିଗଣ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ଜୀବନୀ ଆଧାରିତ ଫଟୋଚିତ୍ର ପ୍ରଦର୍ଶନୀ ଗ୍ୟାଲେରୀକୁ ଉଦଘାଟନ କରିଥିଲେ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଡଃ ମୁଖାର୍ଜୀଙ୍କ ଉପରେ ଏକ କ୍ଷୁଦ୍ର ଚଳଚିତ୍ର ପ୍ରଦର୍ଶନ କରାଯାଇଥିଲା। ଏହି ଅବସରରେ ଆୟୋଜିତ ତର୍କ ପ୍ରତିଯୋଗିତାର କୃତୀ ମହାବିଦ୍ୟାଳୟ ଓ ବିଦ୍ୟାଳୟ ସ୍ତରର ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ସଂସ୍କୃତି ବିଭାଗ ସଚିବ ଶ୍ରୀ ସଂଜୀବ କୁମାର ମିଶ୍ର ସ୍ୱାଗତ ଭାଷଣ ଦେଇଥିବା ବେଳେ ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ବିଜୟ କେତନ ଉପାଧ୍ୟାୟ ଧନ୍ୟବାଦ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ସମେତ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତି ଗଣ ଭୁବନେଶ୍ୱରର ସତସଙ୍ଗ ବିହାର ଠାରେ ଶ୍ୟାମା ପ୍ରସାଦ ମୁଖାର୍ଜୀ ପାର୍କରେ ସ୍ବର୍ଗତ ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ପ୍ରଦାନ କରି ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ।

ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଏସପିର ବଡ଼ ରଣନୀତି

August 5, 2026

ପ୍ରତି ୬ ଦିନରେ ୧ ଲକ୍ଷ ପରିବାରଙ୍କୁ ଯୋଡ଼ୁଛି ‘ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା’

August 5, 2026

ବେଦାନ୍ତ ଝାରସୁଗୁଡାକୁ ଝଟକା, ବେଆଇନି ଭାବେ ଭୂତଳ ଜଳ ବ୍ୟବହାର ନେଇ ନୋଟିସ କଲା CGWB

August 5, 2026
Latest News

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଏସପିର ବଡ଼ ରଣନୀତି

August 5, 2026

ଶ୍ରୀମନ୍ଦିର ଭିତର ବେଢାର ଫଟୋ ଭାଇରାଲ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.