Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍କୁଲ ଶିକ୍ଷାରେ ସାମିଲ ହେବ ‘ମିଶନ ଲାଇଫ୍’, ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ: ଧର୍ମେନ୍ଦ୍ର ପ୍ରଧାନ
ଜାତୀୟ ଖବର

ସ୍କୁଲ ଶିକ୍ଷାରେ ସାମିଲ ହେବ ‘ମିଶନ ଲାଇଫ୍’, ଜଳବାୟୁ ପରିବର୍ତ୍ତନର ପାଠ ପଢିବେ ଛାତ୍ରଛାତ୍ରୀ: ଧର୍ମେନ୍ଦ୍ର ପ୍ରଧାନ

July 18, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନ କ୍ରମେ ସ୍କୁଲ ଶିକ୍ଷାରେ ‘ମିଶନ ଲାଇଫ’କୁ ସମନ୍ୱିତ କରି ଏକ ସ୍ଥାୟୀ ଭବିଷ୍ୟତ ପାଇଁ କାର୍ଯ୍ୟ କରିବା ଦିଗରେ ଗୁରୁବାର ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ମଧ୍ୟରେ ଏକ ପ୍ରାରମ୍ଭିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟ ଏବଂ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଏହି ଅବସରରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ ଯେ ଜାତୀୟ ଶିକ୍ଷା ନୀତି ସ୍କୁଲ ପାଠ୍ୟକ୍ରମରେ ପରିବେଶ ସଚେତନତା ଏବଂ ଜଳବାୟୁ ପରିବର୍ତ୍ତନ ଶିକ୍ଷାକୁ ସମନ୍ୱିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ ଦେଉଛି । ପୂର୍ବରୁ ମଧ୍ୟ ସ୍କୁଲ ଶିକ୍ଷାରେ ପରିବେଶଗତ ଶିକ୍ଷା ଉପରେ ଗୁରୁତ୍ୱ ଦିଆଯାଇଛି। ଏହାକୁ ପାଠପଢାର ଅଂଶ ଭାବରେ ନିଆଯାଇ ବାଲବାଟିକାରୁ ବିଭିନ୍ନ କାର୍ଯ୍ୟକ୍ରମ ଓ ଅଭିଯାନ ମାଧ୍ୟମରେ ପରିବେଶ ସୁରକ୍ଷାକୁ ପ୍ରୋତ୍ସାହିତ କରାଯାଇଛି।

ସ୍କୁଲ ପାଠ୍ୟକ୍ରମରେ ମିଶନ ଲାଇଫକୁ ଯୋଡାଗଲେ ସାରା ଭାରତବର୍ଷରେ ୧୪.୭ ଲକ୍ଷରୁ ଅଧିକ ସ୍କୁଲ ଏବଂ ୩୦ କୋଟିରୁ ଅଧିକ ଛାତ୍ରଛାତ୍ରୀମାନେ ଏହି ଜନଆନ୍ଦୋଳନରେ ଯୋଡ଼ିହେବେ, ଯାହା ପରିବେଶ ପାଇଁ ସୁସ୍ଥ ଜୀବନଶୈଳୀକୁ ବ୍ୟାପକ କରିବାରେ ସାହାଯ୍ୟ କରିବ। ସ୍ଥାୟୀତ୍ୱ ଏଜେଣ୍ଡାକୁ ଆଗେଇ ନେବା, ପିଲାମାନଙ୍କ ମଧ୍ୟରେ ପରିବେଶ ଅନୁକୂଳ ମାନସିକତା ଏବଂ ବ୍ୟବହାର ବଢାଇବା ଦିଗରେ ମୂଲ୍ୟବାନ ପରାମର୍ଶ ଦେଇଥିବାରୁ ଶ୍ରୀ ପ୍ରଧାନ ଉଭୟ ମନ୍ତ୍ରଣାଳୟକୁ ଧନ୍ୟବାଦ ଦେଇଛନ୍ତି।

ତୃଣମୂଳ ସ୍ତରରେ ଜଳବାୟୁ ଶିକ୍ଷାକୁ ଗ୍ରହଣ କରିବା, ଗାମିଫିକେସନ୍ ଏବଂ ଡିଜିଟାଲ୍ ପଦ୍ଧତି ମାଧ୍ୟମରେ ପରିବେଶଗତ ଶିକ୍ଷା ଏବଂ ତାଲିମକୁ ପ୍ରୋତ୍ସାହିତ କରିବା, ମିଶନ୍ ଲାଇଫ୍‌ର ଉପାଦାନଗୁଡ଼ିକ ଉପରେ ଶିକ୍ଷକ ହ୍ୟାଣ୍ଡବୁକକୁ ବିକଶିତ କରିବା ଏବଂ ଛାତ୍ରଛାତ୍ରୀ ତଥା ସମସ୍ତ ଷ୍ଟେକହୋଲଡରଙ୍କ ଦ୍ୱାରା ପରିବେଶ-ଅନୁକୂଳ ଆଚରଣକୁ ପ୍ରୋତ୍ସାହିତ କରିବା ପାଇଁ ମିଶନ ଲାଇଫର ସକରାତ୍ମକ ଦିଗକୁ କ୍ରେଡିଟ୍ ଫ୍ରେମୱାର୍କରେ ଅନ୍ତର୍ଭୁକ୍ତ କରିବା ପାଇଁ ଡାଏଟଗୁଡ଼ିକୁ ସାମିଲ କରିବାକୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି।

ଶିକ୍ଷା ମନ୍ତ୍ରଣାଳୟ ଏବଂ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ମନ୍ତ୍ରଣାଳୟ ଜଳବାୟୁ-ସଚେତନ ନାଗରିକଙ୍କୁ ଯୋଡ଼ିବା ସହ ଆମ ପରିବେଶ ସୁରକ୍ଷା ପାଇଁ ସାମୂହିକ କାର୍ଯ୍ୟ କରିବ। ଜଳବାୟୁ ପ୍ରତିବଦ୍ଧତାକୁ ସାକାର କରିବା ସହ ଭାରତର ଜଳବାୟୁ ଲିଡରସିପ ପ୍ରତିଷ୍ଠା କରିବା ପାଇଁ ମିଳିତ ଭାବରେ କାର୍ଯ୍ୟ କରିବା ଉପରେ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଥିଲେ।

ଜଳବାୟୁ ପରିବର୍ତ୍ତନ ଧର୍ମେନ୍ଦ୍ର ପ୍ରଧାନ ନରେନ୍ଦ୍ର ମୋଦୀ ପରିବେଶ ସୁରକ୍ଷା ସ୍କୁଲ ଶିକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଥାଇଲାଣ୍ଡରେ ଭାରତୀୟ ଶ୍ରମିକ ଅଟକ ରହିବା ଘଟଣାରେ ନିଜ ଆଡ଼ୁ ହସ୍ତକ୍ଷେପ କଲେ ଏନଏଚଆରସି

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.