Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ
ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲୋକସେବା ଭବନରେ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ମୁରଲୀଧର ମୋହୋଲ୍ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ସହିତ ଓଡିଶାରେ ସମବାୟ କ୍ଷେତ୍ରର ଅଭିବୃଦ୍ଧି ବିଷୟରେ ଆଲୋଚନା କରିଛନ୍ତି।

ଏହି ବୈଠକରେ ରାଜ୍ୟରେ ସମବାୟ କ୍ଷେତ୍ରର ଅଗ୍ରଗତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋଚନା ହୋଇଥିଲା। ଏଥି ସହିତ ସମବାୟ କ୍ଷେତ୍ରରେ ହାସଲ କରାଯାଇଥିବା ସଫଳତା ଗୁଡିକ ମଧ୍ୟ କେନ୍ଦ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା।

ବୈଠକରେ ମୁଖ୍ୟମନ୍ତ୍ରୀ ପ୍ୟାକ୍ସର ୠଣ ପରିଶୋଧ ସମୟସୀମାକୁ ୫ ବର୍ଷରୁ ୧୦ ବର୍ଷକୁ ବୃଦ୍ଧି କରିବା, ବଡମ୍ବା ଏବଂ ବଲାଙ୍ଗୀରର ଚିନିକଳକୁ କାର୍ଯ୍ୟକ୍ଷମ କରିବା, ଗୋପାଳପୁର ଠାରେ ଜାତୀୟ ତ୍ରିଭୁବନ ସମବାୟ ବିଶ୍ୱ ବିଦ୍ୟାଳୟର ଏକ ସାଟେଲାଇଟ୍ ସେଣ୍ଟର ପ୍ରତିଷ୍ଠା, ପ୍ରତି ଜିଲ୍ଲା ତଥା ସବ୍‌ଡିଭିଜନରେ ଶୀତଳ ଭଣ୍ଡାର ଏବଂ ପଣ୍ୟାଗାର ସ୍ଥାପନ, କୃଷକ ଉତ୍ପାଦକ ସଂଗଠନ (FPO) ବୃଦ୍ଧି କରିବା, ସମସ୍ତ ନୂତନ ପ୍ରାଥମିକ କୃଷି ସମବାୟ ସମିତି ଗୁଡିକ ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବା ଆଦି ବିଷୟରେ ସମବାୟ ରାଷ୍ଟ୍ରମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରି କେନ୍ଦ୍ର ସରକାରଙ୍କ ସହଯୋଗ ଓ ସମର୍ଥନ କାମନା କରିଥିଲେ।

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ

କେନ୍ଦ୍ର ମନ୍ତ୍ରୀ ଓଡିଶା ସରକାରଙ୍କ ସମବାୟ କ୍ଷେତ୍ରର ବିକାଶ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ସନ୍ତୋଷବ୍ୟକ୍ତ କରି କହିଥିଲେ ଯେ ଭାରତ ସରକାର ବିଭିନ୍ନ ରାଜ୍ୟରେ ସମବାୟ ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। କିଛି ରାଜ୍ୟକୁ ମଧ୍ୟ ପାଇଲଟ ପ୍ରୋଜେକ୍ଟ ଭାବେ ଗ୍ରହଣ କରାଯାଇଛି। ସେ ସବୁ ରାଜ୍ୟ ଗୁଡିକର କାର୍ଯ୍ୟପ୍ରଣାଳୀକୁ ଅନୁଧ୍ୟାନ କରିବା ପାଇଁ ସେ ପରାମର୍ଶ ଦେଇଥିଲେ। ଏଥି ସହିତ ଓଡିଶା ସରକାରଙ୍କ ପକ୍ଷରୁ ସମବାୟ ବିକାଶ ପାଇଁ ଯାହା ଆବଶ୍ୟକ ହେବ କେନ୍ଦ୍ର ସରକାର ସମସ୍ତ ପ୍ରକାର ସହାୟତା ଯୋଗାଇଦେବେ ବୋଲି ସେ କହିଥିଲେ।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ସମବାୟ ସଚିବ ଶ୍ରୀ ରାଜେଶ ପ୍ରଭାକର ପାଟିଲ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଟ, କେନ୍ଦ୍ର ସରକାରଙ୍କ ଯୁଗ୍ମ ସଚିବ ଶ୍ରୀ ରମଣ କୁମାର, ଶ୍ରୀ ଆନନ୍ଦ ଝା ଏବଂ ଓମ୍‌ଫେଡ୍‌ର ପରିଚାଳନା ନିର୍ଦ୍ଦେଶକ ଶ୍ରୀ ବିଜୟ ଅମୃତ କୁଲାଙ୍ଗେ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

କେନ୍ଦ୍ର ସମବାୟ ରାଷ୍ଟ୍ରମନ୍ତ୍ରୀ ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ମୁରଲୀଧର ମୋହୋଲ୍ ମୋହନ ମାଝୀ ସମବାୟ
Share. Facebook Twitter LinkedIn Email WhatsApp Copy Link

Related Posts

ନୂଆପଡାରେ ୧୧୦୦ରୁ ଅଧିକ କୋଟି ଟଙ୍କାର ୯୫୭ ପ୍ରକଳ୍ପର ଶୁଭାରମ୍ଭ ଓ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 6, 2025

ବିହାର ବିଧାନସଭା ନିର୍ବାଚନ ଦିନ ହେବ ଓଡିଶାର ନୂଆପଡା ଉପନିର୍ବାଚନ: ଜାଣନ୍ତୁ ତାରିଖ

October 6, 2025

ଘୋଷଣା ହେଲା ବିହାର ବିଧାନସଭା ନିର୍ବାଚନ ତାରିଖ, ଜାଣନ୍ତୁ କେଉଁଦିନ କଣ ଅଛି

October 6, 2025

କାଶ ସିରପର ଗୁଣବତ୍ତା ଏବଂ ଯୁକ୍ତିସଂଗତ ବ୍ୟବହାରକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

October 6, 2025
Latest News

ନୂଆପଡାରେ ୧୧୦୦ରୁ ଅଧିକ କୋଟି ଟଙ୍କାର ୯୫୭ ପ୍ରକଳ୍ପର ଶୁଭାରମ୍ଭ ଓ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 6, 2025

ବିହାର ବିଧାନସଭା ନିର୍ବାଚନ ଦିନ ହେବ ଓଡିଶାର ନୂଆପଡା ଉପନିର୍ବାଚନ: ଜାଣନ୍ତୁ ତାରିଖ

October 6, 2025

ଘୋଷଣା ହେଲା ବିହାର ବିଧାନସଭା ନିର୍ବାଚନ ତାରିଖ, ଜାଣନ୍ତୁ କେଉଁଦିନ କଣ ଅଛି

October 6, 2025

କାଶ ସିରପର ଗୁଣବତ୍ତା ଏବଂ ଯୁକ୍ତିସଂଗତ ବ୍ୟବହାରକୁ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

October 6, 2025

ରାହୁଲ ଦ୍ରାବିଡଙ୍କ ପୁଅ ଅନବୟଙ୍କ ଚମତ୍କାର ପ୍ରଦର୍ଶନ!: ଦ୍ୱିତୀୟ ଥର ପାଇଁ ଜିତିଲେ KSCA ପୁରସ୍କାର

October 6, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.