Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’
ଜାତୀୟ ଖବର

ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

October 3, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ହୀରାକୁଦରେ ଉଦଘାଟିତ ହେଲା
ହୀରାକୁଦରେ ଉଦଘାଟିତ ହେଲା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’

ହୀରାକୁଦ/ସମ୍ବଲପୁର: ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ସ୍ୱାଗତଯୋଗ୍ୟ ପଦକ୍ଷେପ। ପ୍ରାୟ ୭ କୋଟି ଟଙ୍କା ବ୍ୟୟରେ ୩୭ ଏକର ପରିମିତ ଜମିରେ ନିର୍ମାଣ ହୋଇଥିବା ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ଆମ ରାଜ୍ୟର ମତ୍ସ୍ୟ ଉତ୍ପାଦନ କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିବା ସହ ରତ୍ନଗର୍ଭା ହୀରାକୁଦ ଜଳଭଣ୍ଡାରର ବିପୁଳ ସମ୍ଭାବନାକୁ ବାସ୍ତବ ରୂପ ଦେବ ବୋଲି ଏହାକୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ସମ୍ବଲପୁରର ହୀରାକୁଦ ଠାରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଞ୍ଜାମ ଓ ବାଲେଶ୍ୱର ପରେ ମାଛ ଉତ୍ପାଦନରେ ସମ୍ବଲପୁର ଜିଲ୍ଲା ଅଗ୍ରଣୀ ରହିଛି। ହୀରାକୁଦ ଜିଲ୍ଲା ସମେତ ଆଖପାଖ ଅଞ୍ଚଳରୁ ପ୍ରାୟ ୫୦୦ କୋଟି ଟଙ୍କା ମୂଲ୍ୟର ମାଛ ଉତ୍ପାଦନ ହେଉଛି, ଯାହା ପ୍ରଶଂସନୀୟ। ଏଠାରେ ମାଛ ଉତ୍ପାଦନକୁ ଆହୁରି ବଢାଇବା ପାଇଁ ପଦକ୍ଷେପ ନିଆଯିବ। ମାଛକୁ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକୀୟ ଶୀତଳ ଭଣ୍ଡାର, ବରଫ କାରଖାନା ଭଳି ଆଧୁନିକ ସୁବିଧା ଉପଲବ୍ଧ ହେବ। ଉନ୍ନତ ପ୍ରକ୍ରିୟାକରଣ ଯୋଗୁଁ ଆମ ମାଛର ମାନ ବୃଦ୍ଧି ପାଇବ। ଫଳରେ ଏହାକୁ କେବଳ ଓଡ଼ିଶା ନୁହେଁ, ଦେଶର ବଡ଼ ବଡ଼ ବଜାର ଏବଂ ଆନ୍ତର୍ଜାତୀୟ ବଜାରକୁ ପଠାଇବା ସହଜ ହେବ।

ଓଡ଼ିଶାର ଅର୍ଥନୀତି ପାଇଁ ମତ୍ସ୍ୟଚାଷ ଓ ପଶୁପାଳନ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ। ରାଜ୍ୟରେ ପ୍ରାୟ ୧୨ ଲକ୍ଷ ମେଟ୍ରିକ୍ ଟନ ମାଛ ଉତ୍ପାଦନ ହେଉଛି। ଏହାକୁ ଦୁଇ ତିନି ଗୁଣା କରାଇଲେ ହିଁ ମତ୍ସ୍ୟଚାଷୀଙ୍କ ବିକାଶ ସହ ସ୍ଥାନୀୟ ଅର୍ଥନୀତିକୁ ବଳ ମିଳିବ। ଆମର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କଳ୍ପନା ହେଉଛି ‘ବିକଶିତ ଓଡ଼ିଶା’ ଓ ‘ବିକଶିତ ଭାରତ’ । ସେହି କଳ୍ପନାକୁ ସାକାର କରିବା ଦିଗରେ ସମ୍ବଲପୁର ଗୋଶାଳା ବସନ୍ତପୁରରେ ଏକ ଅତ୍ୟାଧୁନିକ ମାଛ ଚାଷ ଓ ଦକ୍ଷତା ପ୍ରଶିକ୍ଷଣ କେନ୍ଦ୍ର ପ୍ରତିଷ୍ଠା ପାଇଁ ମୋଦୀ ସରକାର ପ୍ରାୟ ୧୦୦ କୋଟି ଟଙ୍କା ଦେଇଛନ୍ତି। ଡବଲ ଇଞ୍ଜିନ ସରକାରର ସହଯୋଗରେ ଏଠାରେ ସମୟୋପଯୋଗୀ ତାଲିମ ଶିବିର ଆୟୋଜନ କରାଯିବ। ଏଠାରେ ମାଛ ଧରିବାର ନୂଆ ଉପାୟ, ସ୍ୱଚ୍ଛତା ଓ ପ୍ରକ୍ରିୟାକରଣର ଆଧୁନିକ ଜ୍ଞାନକୌଶଳ ଶିଖିପାରିବେ। ଏହା କେବଳ ମତ୍ସ୍ୟଜୀବୀଙ୍କ ଆୟ ବଢାଇବ ନାହିଁ, ବରଂ ଏହି ଅଞ୍ଚଳରେ ଅନେକ ନୂତନ ନିଯୁକ୍ତି ସୁଯୋଗ ମଧ୍ୟ ସୃଷ୍ଟି କରିବ।

ଶ୍ରୀ ପ୍ରଧାନ କହିଛନ୍ତି ଯେ ଚଳିତବର୍ଷ ସମ୍ବଲପୁର ଜିଲ୍ଲାରେ ୩୨ ଲକ୍ଷ କ୍ୱିଣ୍ଟାଲ ଧାନ କିଣାହୋଇଛି, ଯାହାର ମୂଲ୍ୟ ପାଖାପାଖି ୧୦୦୦ କୋଟି ହେବ। ସମ୍ବଲପୁର ଜିଲ୍ଲାରେ ମତ୍ସ୍ୟ ଚାଷ ସମେତ ପଶୁପାଳନ, ଦୁଗ୍ଧ ଚାଷ, ପନିପରିବା ଚାଷ ଭଳି ଆନୁଷଙ୍ଗିକ କ୍ଷେତ୍ରରେ ଅପାର ସମ୍ଭାବନା ରହିଛି। ଚାଷ ଓ ଚାଷୀ ସମୃଦ୍ଧ ହେଲେ ହିଁ ସମାଜ ସମୃଦ୍ଧ ହେବ । ଜୈବିକ ମାଛ ଚାଷକୁ ପ୍ରୋତ୍ସାହନ ଦେବା ପାଇଁ ମଧ୍ୟ ଶ୍ରୀ ପ୍ରଧାନ ଜିଲ୍ଲା ପ୍ରଶାସନକୁ ପ୍ରସ୍ତାବ ଦେଇଛନ୍ତି।

ଏହି କାର୍ଯ୍ୟକ୍ରମରେ ରାଜ୍ୟ ଗ୍ରାମୀଣ ବିକାଶ ଓ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ ଏବଂ ମତ୍ସ୍ୟ ଓ ପଶୁ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ଯୋଗଦେଇଥିଲେ।

NIELIT Digital University Launches; Odisha Gets New Centre

ପଞ୍ଜୁରୀ ମାଛ ଚାଷ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ହୀରାକୂଦରେ ଧର୍ମେନ୍ଦ୍ର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.