Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଆଜି ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ଆଜି ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

November 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
PM Modi
ଆଜି ଏନ୍‌ସିସି ପିଏମ୍ ରାଲିକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍‌ଟିଆଇସି) ୨୦୨୫ର ଉଦ୍‌ଘାଟନ କରିବେ। ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।

ଦେଶରେ ଗବେଷଣା ଏବଂ ବିକାଶ ଇକୋସିଷ୍ଟମକୁ ପ୍ରୋତ୍ସାହନ ଦେବା ପାଇଁ ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର ଗବେଷଣା ବିକାଶ ଏବଂ ନବାଚାର (ଆର୍‌ଡିଆଇ) ଯୋଜନା ପାଣ୍ଠିର ଶୁଭାରମ୍ଭ କରିବେ। ଏହି ଯୋଜନା ଦେଶରେ ଘରୋଇ କ୍ଷେତ୍ର ଦ୍ୱାରା ପରିଚାଳିତ ଗବେଷଣା ଏବଂ ବିକାଶ ଇକୋସିଷ୍ଟମକୁ ପ୍ରୋତ୍ସାହିତ କରିବାର ଲକ୍ଷ୍ୟ ରଖିଛି।
ଇଏସ୍‌ଟିଆଇସି ୨୦୨୫ ନଭେମ୍ବର ୩ରୁ ୫ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମିଳନୀରେ ନୋବେଲ ପୁରସ୍କାର ବିଜେତା, ପ୍ରଖ୍ୟାତ ବୈଜ୍ଞାନିକ, ନବପ୍ରବର୍ତ୍ତକ ଏବଂ ନୀତି ନିର୍ଦ୍ଧାରକଙ୍କ ସହିତ ଶିକ୍ଷାନୁଷ୍ଠାନ, ଗବେଷଣା ପ୍ରତିଷ୍ଠାନ, ଶିଳ୍ପ ଏବଂ ସରକାରଙ୍କ ୩,୦୦୦ରୁ ଅଧିକ ଅଂଶଗ୍ରହଣକାରୀ ଏକତ୍ରିତ ହେବେ। ଏହି ଆଲୋଚନାରେ ୧୧ଟି ପ୍ରମୁଖ ବିଷୟଗତ କ୍ଷେତ୍ର ଉପରେ ଧ୍ୟାନ ଦିଆଯିବ, ଯେଉଁଥିରେ ଉନ୍ନତ ସାମଗ୍ରୀ ଏବଂ ଉତ୍ପାଦନ, କୃତ୍ରିମ ବୁଦ୍ଧିମତ୍ତା, ଜୈବ-ଉତ୍ପାଦନ, ସାମୁଦ୍ରିକ ଅର୍ଥନୀତି, ଡିଜିଟାଲ ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଏବଂ ସେମିକଣ୍ଡକ୍ଟର ଉତ୍ପାଦନ, ଉଦୀୟମାନ କୃଷି ପ୍ରଯୁକ୍ତିବିଦ୍ୟା, ଶକ୍ତି, ପରିବେଶ ଏବଂ ଜଳବାୟୁ, ସ୍ୱାସ୍ଥ୍ୟ ତଥା ଚିକିତ୍ସା ପ୍ରଯୁକ୍ତିବିଦ୍ୟା, କ୍ୱାଣ୍ଟମ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଏବଂ ମହାକାଶ ପ୍ରଯୁକ୍ତିବିଦ୍ୟା ଅର୍ନ୍ତଭୁକ୍ତ।

ଇଏସଟିଆଇସି ୨୦୨୫ରେ ପ୍ରମୁଖ ବୈଜ୍ଞାନିକଙ୍କ ଦ୍ୱାରା ଆଲୋଚନା, ପ୍ୟାନେଲ ଆଲୋଚନା, ଉପସ୍ଥାପନା ଏବଂ ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶନ କରାଯିବ। ଏହା ଭାରତର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ଇକୋସିଷ୍ଟମକୁ ସୁଦୃଢ଼ କରିବା ପାଇଁ ଗବେଷକ, ଶିଳ୍ପ ଏବଂ ଯୁବ ଉଦ୍ଭାବକଙ୍କ ମଧ୍ୟରେ ସହଯୋଗ ପାଇଁ ଏକ ପ୍ଲାଟଫର୍ମ ପ୍ରଦାନ କରିବ।

ଆର୍‌ଡିଆଇ ଇଏସ୍‌ଟିଆଇସି ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର

March 29, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ଆଇଜିଓଏମ ବୈଠକ

March 29, 2026

ଆଜି ମାର୍ଚ୍ଚ ୨୯ ତାରିଖ ରବିବାର ଦିନ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 29, 2026
Latest News

ଆଜି ଆଇପିଏଲ ରେ ମୁମ୍ବାଇ ଏବଂ କୋଲକାତା ମଧ୍ୟରେ ମ୍ୟାଚ୍: ଜାଣନ୍ତୁ ପ୍ଲେଇଂ ଇଲେଭେନ

March 29, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଆଜି ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ

March 29, 2026

ଖେଲୋ ଇଣ୍ଡିଆ ଆଦିବାସୀ ପ୍ରତିଯୋଗିତାରେ ସଫଳତା ପାଇଁ ଖେଳାଳିଙ୍କୁ ଅଭିନନ୍ଦନ ଜଣାଇଲେ ରାଜ୍ୟପାଳ

March 29, 2026

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.