Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା
ଜାତୀୟ ଖବର

ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା

November 5, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
ପାରାଦୀପ ବୋଇତ ବନ୍ଦାଣ
ପାରାଦୀପ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ, ମେଗା ପୋର୍ଟ ଘୋଷଣା

ଭୁବନେଶ୍ବର: ପାରାଦୀପ ବନ୍ଦରରେ ଆୟୋଜିତ ବୋଇତ ବନ୍ଦାଣ ଉତ୍ସବ ୨୦୨୫ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ପ୍ରାଚୀନ ନୌବାଣିଜ୍ୟ ପରମ୍ପରା, ରାଜ୍ୟର ଅର୍ଥନୈତିକ ପ୍ରଗତି ଓ ବନ୍ଦର ଭିତ୍ତିକ ଉନ୍ନତି ଉପରେ ଗୁରୁତ୍ୱ ଦେଇ ଏକ ଦୃଢ ସନ୍ଦେଶ ଦେଲେ।

ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବୋଇତ ବନ୍ଦାଣ ଓ ବାଲିଯାତ୍ରା ମାତ୍ର ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବମାନଙ୍କ ଦୁଃସାହସିକ ମନୋବଳର ପ୍ରତୀକ। ଏହି ପରମ୍ପରା ଆଜି ବି ଓଡ଼ିଆ ଜନତାଙ୍କୁ ପ୍ରେରଣା ଦେଉଛି ଯେ, ସେମାନେ ଧୈର୍ଯ୍ୟ ଓ ସାହସ ସହିତ ନୂଆ ଶିଖର ଛୁଇଁପାରନ୍ତି।

ମୁଖ୍ୟମନ୍ତ୍ରୀ ଓଡ଼ିଶାର ପ୍ରଗତିରେ ପାରାଦୀପ ବନ୍ଦରର ଅଗ୍ରଣୀ ଭୂମିକାକୁ ଉଲ୍ଲେଖ କରି କହିଥିଲେ ଯେ, ଏହା ଆଜି ଭାରତର ସର୍ବଶ୍ରେଷ୍ଠ ବୃହତ୍ ବନ୍ଦର ଭାବେ ପରିଚିତ ହୋଇଛି। ୨୦୧୫ ମସିହାରେ ୭୧ ନିୟୁତ ଟନ୍ ପଣ୍ୟ ପରିବହନ କ୍ଷମତା ଥିଲା ଏହି ବନ୍ଦରର, ଯାହା ବଢ଼ି ୨୦୨୫ରେ ୧୫୦ ନିୟୁତ ଟନ୍‌କୁ ପହଞ୍ଚିଛି। ପାରାଦୀପ ବନ୍ଦର ଆଧୁନିକ ଓଡ଼ିଶାର ପ୍ରଗତିର ଦ୍ୱାର, ଅର୍ଥନୀତିର କୋଣାର୍କ। “ମାରି-ଟାଇମ ଇଣ୍ଡିଆ ଭିଜନ ୨୦୩୦” ଅନୁସାରେ ବାର୍ଷିକ ୩୦୦ ନିୟୁତ ଟନ୍ ଓ “ବିକଶିତ ଭାରତ ୨୦୪୭” ଯୋଜନା ଅନୁଯାୟୀ ୫୦୦ ନିୟୁତ ଟନ୍ ପର୍ଯ୍ୟନ୍ତ ପଣ୍ୟ ପରିବହନ କ୍ଷମତା ସହିତ ପାରାଦୀପ ବନ୍ଦରକୁ ଏକ ମେଗା ପୋର୍ଟ ଭାବେ ଗଢ଼ାଯିବ ବୋଲି ସେ ଘୋଷଣା କଲେ।

ସେ ଏହା ମଧ୍ୟ କହିଥିଲେ ଯେ ଓଡ଼ିଶା ସରକାର ଓ ପାରାଦୀପ ବନ୍ଦର କର୍ତ୍ତୃପକ୍ଷ ମିଳିତ ଭାବେ ଗଞ୍ଜାମ ଜିଲ୍ଲାର ବାହୁଦାଠାରେ ୨୧,୫୦୦ କୋଟି ଟଙ୍କା ବିନିଯୋଗରେ ଏକ ବୃହତ ବନ୍ଦର ଗଢ଼ିବା ପାଇଁ ଯୋଜନା କରୁଛନ୍ତି। ସେହିପରି, ମହାନଦୀ ମୁହାଣରେ ୨୪,୭୦୦ କୋଟି ଟଙ୍କା ବିନିଯୋଗରେ ଜାହାଜ ନିର୍ମାଣ ଓ ମରାମତି କେନ୍ଦ୍ର ସ୍ଥାପନ ହେବ ଓ ପୁରୀରେ ବିଶ୍ୱସ୍ତରୀୟ କ୍ରୁଜ୍ ଟର୍ମିନାଲ୍ ଗଢ଼ାଯିବ। ଏହି ପ୍ରକଳ୍ପଗୁଡ଼ିକ ଓଡ଼ିଶାର ବାଣିଜ୍ୟ, ପର୍ଯ୍ୟଟନ ଓ ଶିଳ୍ପ ମୁଖ୍ୟ କ୍ଷେତ୍ରକୁ ନୂଆ ଦିଗ ଦେବ ବୋଲି ସେ ଆଶା ବ୍ୟକ୍ତ କଲେ।

ମୁଖ୍ୟମନ୍ତ୍ରୀ ଆହୁରି କହିଲେ ଯେ, ଭାରତ ସରକାରଙ୍କ “ସାଗରମାଳା, ଗତିଶକ୍ତି ଓ ନ୍ୟାସନାଲ୍ ଲଜିଷ୍ଟିକ୍ ପଲିସି” ଯୋଜନା ସହ ସମନ୍ୱୟ କରି ଓଡ଼ିଶାରେ ବନ୍ଦର ଭିତ୍ତିକ ଅର୍ଥନୀତି ଗଢ଼ାଯାଇଛି। ରାଜ୍ୟ ସରକାର ତଟବର୍ତ୍ତୀ ଅଞ୍ଚଳ ଗୁଡ଼ିକରେ କୋଷ୍ଟାଲ୍‌ ଇକୋନୋମିକ୍‌ ଜୋନ ସ୍ଥାପନ ପାଇଁ ଉଦ୍ୟମ କରୁଛି। ସେ କହିଲେ ଯେ, “ମୋଦୀଜୀଙ୍କ ଦୃଢ ନେତୃତ୍ୱରେ ଭାରତ ନୌବାଣିଜ୍ୟରେ ନୂତନ ଯୁଗକୁ ପ୍ରବେଶ କରିଛି ଓ ‘ମାରି-ଟାଇମ୍ ଅମୃତକାଲ୍ ଭିଜନ ୨୦୪୭’ ଅନୁଯାୟୀ ଦେଶର ବନ୍ଦରମାନେ ବିଶ୍ୱସ୍ତରୀୟ ହେବେ।”

କାର୍ଯ୍ୟକ୍ରମରେ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ କହିଥିଲେ ଯେ, ରାଜ୍ୟ ସରକାର ବନ୍ଦରକୁ କେନ୍ଦ୍ର କରି ଶିଳ୍ପ, ଆଧାରଭୂତ ସଂରଚନା, ନିଯୁକ୍ତି ସୃଷ୍ଟି ଓ ଦକ୍ଷତା ବିକାଶରେ ବିଶେଷ ଗୁରୁତ୍ୱ ଦେଉଛି। ପାରାଦୀପ ବନ୍ଦରର ବିକାଶ ମାତ୍ର ଓଡ଼ିଶାକୁ ନୁହେଁ, ସମଗ୍ର ଭାରତର ମାରିଟାଇମ୍ ଅର୍ଥନୀତିକୁ ଶକ୍ତିଶାଳୀ କରୁଛି। ପାରାଦୀପ ଆଜି କେବଳ ଏକ ବନ୍ଦର ନୁହେଁ, ଏହା ଓଡ଼ିଶାର ଅସୀମ ସମ୍ଭାବନା ଓ ନୂଆ ଭାରତ ଗଢ଼ିବାର ଶକ୍ତିର ପ୍ରତୀକ, ବୋଲି ସେ ଉଲ୍ଲେଖ କଲେ।

ଜଗତସିଂହପୁର ସାଂସଦ ଡଃ ବିଭୁ ପ୍ରସାଦ ତରାଇ କହିଥିଲେ ଯେ, ଭବିଷ୍ୟତରେ ପାରାଦୀପ ବନ୍ଦରକୁ କେନ୍ଦ୍ର କରି ଏଠାରେ ଅନେକ ନୂତନ ଶିଳ୍ପ, ଶିକ୍ଷା ଓ ପରିବହନ ଆଧାରିତ ପ୍ରକଳ୍ପ ଆସିବ, ଯାହା ଜଗତସିଂହପୁର ଓ ସମଗ୍ର ଓଡ଼ିଶାର ଅର୍ଥନୀତିକ ମାନଚିତ୍ରକୁ ପରିବର୍ତ୍ତନ କରିଦେବ। ପାରାଦୀପର ସଫଳତା ହେଉଛି ଓଡ଼ିଶାର ଗର୍ବ ଓ ଭବିଷ୍ୟତର ଆଶା ବୋଲି ସେ ତାଙ୍କ ଅଭିଭାଷଣ ଶେଷ କଲେ।

ଗତ ଚାରି ବର୍ଷ ଧରି ପାରାଦୀପ ବନ୍ଦର ନିରନ୍ତର ଭାବେ ନୂତନ ରେକର୍ଡ ସୃଷ୍ଟି କରିଛି ଓ ପୂର୍ବ ପଚାଶ ବର୍ଷର ସଫଳତାକୁ ଅତିକ୍ରମ କରିଛି। କ୍ଷମତା ବୃଦ୍ଧି, ବ୍ୟବସାୟିକ ପଦ୍ଧତିର ଉନ୍ନତି, ଦକ୍ଷତା ବିକାଶ ଓ ସମସ୍ତଙ୍କଠାରୁ ଅଧିକ “ଟିମ୍ ପାରାଦୀପ”ର ଅକ୍ଳାନ୍ତ ଶ୍ରମ ଓ ସମର୍ପଣର ଫଳରେ, ପାରାଦୀପ ବନ୍ଦର ଆଜି ଦେଶର ନମ୍ବର ଏକ ବନ୍ଦର ଭାବେ ପରିଚିତ ହୋଇଛି ବୋଲି ପାରାଦୀପ ବନ୍ଦର ଅଧ୍ୟକ୍ଷ ଶ୍ରୀ ପି. ଏଲ୍.ହରନାଧ କହିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଲାପାଳ ଜେ.ସୋନାଲ, କେନ୍ଦ୍ରାଞ୍ଚଳ ଡ଼ି. ଆଇ. ଜି ଡଃ ସତ୍ୟଜିତ ନାଏକ ପ୍ରମୁଖ ମଂଚାସୀନ ଥିବା ବେଳେ, ପାରାଦୀପ ବନ୍ଦର ଉପାଧ୍ୟକ୍ଷ ଶ୍ରୀ ଅଲେଖ ଚରଣ ସାହୁ ଧନ୍ୟବାଦ ଦେଇଥିଲେ।

MohanCharanMajhi ପାରାଦୀପ ବୋଇତ ବନ୍ଦାଣ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026
Latest News

ଲୋକସଭା ଏବଂ ରାଜ୍ୟସଭାରେ ଜନ ବିଶ୍ୱାସ ବିଲ୍- ୨୦୨୬ ପାସ୍

April 3, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

April 3, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପଶ୍ଚିମ ଏସିଆ ଉପରେ ଗଠିତ ମନ୍ତ୍ରୀଗୋଷ୍ଠୀର ଦ୍ୱିତୀୟ ବୈଠକ

April 3, 2026

ଏପ୍ରିଲ ତିନି ତାରିଖ ଶୁକ୍ରବାରରେ ଏହି ସାତୋଟି ରାଶିର ଲୋକ ପାଇବେ ଖୁସି ଖବର

April 3, 2026

ବିଶ୍ୱର ସର୍ବବୃହତ କ୍ଷମତା ବିକାଶ କାର୍ଯ୍ୟକ୍ରମ ଆୟୋଜନ କଲା ଭାରତ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.