Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

November 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଶାରେ ବନ୍ଦେ ମାତରମ୍‌
ଓଡ଼ିଶାରେ ବନ୍ଦେ ମାତରମ୍‌ର ୧୫୦ ବର୍ଷପୂର୍ତ୍ତି ପାଳନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ବନ୍ଦେ ମାତରମ୍‌: ବନ୍ଦେ ମାତରମ୍ କେବଳ ଗୀତ ନୁହେଁ, ଏହା ରାଷ୍ଟ୍ରପ୍ରେମ, ତ୍ୟାଗ ଓ ବୀରତାର ପ୍ରତୀକ। ବଙ୍କିମ୍ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ‘ଆନନ୍ଦ ମଠ’ ଉପନ୍ୟାସରୁ ଜନ୍ମ ନେଇଥିବା ଏହି ଗୀତ ସ୍ୱାଧୀନତା ସଂଗ୍ରାମ ସମୟରେ ଦେଶବାସୀଙ୍କ ମନରେ ଜାଗୃତି, ଉତ୍ସାହ ଓ ବୈପ୍ଳବିକ ମନୋଭାବ ଜଗାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକ ସେବା ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ ରାଷ୍ଟ୍ର ଗୀତ ‘ବନ୍ଦେ ମାତରମ୍ ‘ ର ୧୫୦ ତମ କାର୍ଯ୍ୟକ୍ରମର ଉଦଘାଟନ ଅବସରରେ କହିଥିଲେ।

ସୂଚନା ଯୋଗ୍ୟଯେ, ଲୋକସେବା ଭବନ ସ୍ଥିତ ପ୍ରାଙ୍ଗଣରେ ଆୟୋଜିତ ଏହି ବିଶେଷ କାର୍ଯ୍ୟକ୍ରମରେ ଦିଲ୍ଲୀ ଠାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଉଦ୍ଘାଟିତ କାର୍ଯ୍ୟକ୍ରମ ଏବଂ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ର ସାମୁହିକ ଗାନରେ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଥିଲେ ଯେ, ଏହି ଗୀତର ଲୋକପ୍ରିୟତା ଓ ପ୍ରଭାବକୁ ଦେଖି ବ୍ରିଟିଶ ଶାସକମାନେ ବନ୍ଦେ ମାତରମ୍‌କୁ ବ୍ୟାନ କରିଥିଲେ, ଯାହା ଏହି ଗୀତର ଶକ୍ତିର ସ୍ପଷ୍ଟ ପ୍ରମାଣ। ଆମେ କେଉଁ ଭାଷା, କେଉଁ ଧର୍ମ ବା କେଉଁ ଅଞ୍ଚଳର ହେଲେ ବି, ଦେଶପ୍ରେମ ବିନା ଦେଶର ଉନ୍ନତି ଅସମ୍ଭବ। ବନ୍ଦେ ମାତରମ୍ ଆମ ହୃଦୟରେ ସେହି ଦେଶପ୍ରେମର ଅଗ୍ନିକୁ ପୁନଃ ଜାଗୃତ କରେ। ଯୁବପୀଢ଼ୀ, ପିଲାମାନେ, ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦେଶପ୍ରେମ ଜାଗ୍ରତ କରିବା ପାଇଁ ଏହି ବର୍ଷବ୍ୟାପୀ ପାଳନ ଖୁବ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ ଅଭିମତ ଦେଇଥିଲେ।

ଆଜି ଆମେ ସମସ୍ତେ ସାରା ଭାରତର ଲୋକ, କାଶ୍ମୀରରୁ କନ୍ୟା କୁମାରୀ ପର୍ଯ୍ୟନ୍ତ, ବନ୍ଦେ ମାତରମ୍‌କୁ ସାମୁହିକ ଭାବେ ଗାନ୍ କରିବାର ପ୍ରଭାବ ଖୁବ୍ ସୁଦୂରପ୍ରସାରୀ। ବିଶେଷ କରି ଛୋଟ ଛୋଟ ପିଲା, ଛାତ୍ର ଓ ଯୁବକ ମାନଙ୍କ ଉପରେ ଏହାର ଖୁବ୍ ପ୍ରଭାବ ରହିବ। ଆଗାମୀ ଦିନରେ ଏହା ରାଷ୍ଟ୍ରବାଦକୁ ଏକ ନୂଆ ସଜ୍ଞା ଦେବାରେ ସଫଳ ହେବ। ଆଗାମୀ ଏକବର୍ଷ ଧରି ସମସ୍ତ ଜିଲ୍ଲାରେ ସ୍କୁଲ, କଲେଜ, ସରକାରୀ ଓ ବେସରକାରୀ ସଂଗଠନମାନଙ୍କ ମାଧ୍ୟମରେ ସାମୁହିକ ଗାନ, ସାଂସ୍କୃତିକ ଆୟୋଜନ ଓ ସଚେତନତା କାର୍ଯ୍ୟକ୍ରମ ଚାଲିବାକୁ ଯୋଜନା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଆସନ୍ତୁ, ଆମେ ସମସ୍ତେ ଏହି ଏକ ବର୍ଷବ୍ୟାପୀ କାର୍ଯ୍ୟକ୍ରମରେ ସାମିଲ ହେବା। ଆଜିଠୁ ଏହାର ଶୁଭାରମ୍ଭ ହେଲା। ଏହିବର୍ଷ ବ୍ୟାପୀ ଯାହା ଯାହା କାର୍ଯ୍ୟକ୍ରମ ହେବ ସେଥିରେ ଆମେ ସମସ୍ତେ ସାମିଲ ହେବା ଏବଂ ଭାରତ ମାତାର ଗୌରବକୁ ସାରା ପୃଥିବୀରେ ପରିବ୍ୟାପ୍ତ କରିବା ପାଇଁ ସଂକଳ୍ପବଦ୍ଧ ହେବା ବୋଲି ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ ଡକ୍ଟର ବିଜୟ କେତନ ଉପାଧ୍ୟାୟ ସହ ସମସ୍ତ ବିଭାଗୀୟ ସଚିବ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଓ କର୍ମଚାରୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଉତ୍କଳ ସଂଗୀତ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍‌ ଗାନ କରିଥିଲେ।

MohanMajhi Vande Mataram ଓଡ଼ିଶାରେ ବନ୍ଦେ ମାତରମ୍‌ ବନ୍ଦେ ମାତରମ୍‌ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026
Latest News

SIR ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ଚାରିଦିନିଆ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ

March 11, 2026

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.