Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି
ଜାତୀୟ ଖବର

ନୂଆପଡା ଉପନିର୍ବାଚନ ମତଦାନ ପାଇଁ କାହିଁକି ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡା ଉପନିର୍ବାଚନ ମତଦାନ
ନୂଆପଡା ଉପନିର୍ବାଚନ ମତଦାନ ପାଇଁ ମାଓ ପ୍ରବଣ ବୁଥକୁ ହେଲିକାପ୍ଟରରେ ଗଲେ ପୋଲିଂ ପାର୍ଟି

ଭୁବନେଶ୍ବର: ଆସନ୍ତାକାଲି ନୂଆପଡା ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ। ସେଥିପାଇଁ ଆଜି ସକାଳୁ ସମସ୍ତ ବୁଥକୁ ପୋଲିଂ ପାର୍ଟି ପଠାଇବା ଆରମ୍ଭ ହୋଇଛି। ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ତତ୍ବାବଧାନରେ ଏହି ବ୍ୟବସ୍ଥା କରାଯାଇଛି। ଆଜି ସଂଧ୍ୟା ସୁଦ୍ଧା ପୋଲିଂ ପାର୍ଟି ସେମାନଙ୍କ ବୁଥରେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ଫଳରେ ସକାଳୁ ସବୁ ବୁଥକୁ ପୋଲିଂ ପାର୍ଟି ଯିବା ଆରମ୍ଭ କରିଛନ୍ତି। କେତେକ ବୁଥରେ ପୋଲିଂ ପାର୍ଟି ପହଞ୍ଚିଥିବାର ଜଣାପଡିଛି।

ତେବେ ଏହି ନିର୍ବାଚନ ମଣ୍ଡଳିର ଆଠଟି ବୁଥକୁ ଉତ୍ତେଜନା ପ୍ରବଣ ବୁଥ ଭାବେ ଗ୍ରହଣ କରାଯାଇଛି। ଫଳରେ ଏହି ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ସେହିପରି ସୁନାବେଡା ଅଞ୍ଚଳକୁ ପୋଲିଂ ପାର୍ଟିଙ୍କୁ ସ୍ବତନ୍ତ୍ର ବାୟୁ ସେନା ହେଲିକାପ୍ଟରରେ ପଠାଯାଇଛି। ଏ ନେଇ ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି।  ପୋଲିଂ ପାର୍ଟିଙ୍କୁ ନେବା ଆଣିବା କରିବା ପାଇଁ ଦୁଇଟି ହେଲିକାପ୍ଟର ନିୟୋଜିତ କରାଯାଇଛି। ଗୋତମା ଏୟାରପୋର୍ଟରୁ ଆଜି ଦିନ ୧୧.୩୦ରୁ ୧୧.୪୫ ମଧ୍ୟରେ ସୁନାବେଡ଼ା ଅଭିମୁଖେ ଉଡ଼ାଣ କରିଛି।

ନୂଆପଡାରେ ମୋଟ ୩୫୮ଟି ବୁଥ କରାଯାଇଛି। ସେଥିମଧ୍ୟରୁ ୧୦୧ ଉତ୍ତେଜନା ପ୍ରବଣ ବୁଥ୍ ରହିଛି। ସେଥିରୁ ୪୭ଟି ବୁଥ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ରହିଥିବା ବେଳେ ୫୪ଟି ଆଇନଶୃଙ୍ଖଳା ପ୍ରଭାବିତ ଅଞ୍ଚଳରେ ରହିଛି। ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ ମାଓବାଦୀ ପ୍ରଭାବିତ ଅଞ୍ଚଳରେ ଥିବା ବୁଥରୁ ୮ଟି ଦୁର୍ଗମ ପାହାଡ଼ ଅଞ୍ଚଳରେ ରହିଛି। ସେଗୁଡ଼ିକ ହେଲା, ୧– ୩୨୦ ସୋସେଙ୍ଗ, ୨-୩୨୧ ସୋସେଙ୍ଗ-୨, ୩– ୩୨୨ ଦେଓସିଲ, ୪ – ୩୨୪ ସୁନାବେଡ଼ା-୧, ୫– ୩୨୫ ସୁନାବେଡ଼ା-୧(କ), ୬– ୩୨୬ ଜାମଗାଁ, ୭– ୩୨୭ ଗତିବେଡା ଓ ୮– ୩୨୮ ଗତିବେଡା-୨। ଏହିସବୁ ଭୋଟ କେନ୍ଦ୍ରକୁ ୪୮ ଜଣିଆ ପୋଲିଂ ପାର୍ଟି ହେଲିକପ୍ଟର ଯୋଗେ ଯିବା ପାଇଁ ବନ୍ଦୋବସ୍ତ କରାଯାଇଛି।

( ଏଥିରେ ଥିବା ଫଟୋଟି ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରୁ ଆଜି ଜାରୀ କରାଯାଇଛି।)

ନିର୍ବାଚନରେ ହେଲିକାପ୍ଟର ନୂଆପଡା ଉପନିର୍ବାଚନ ନୂଆପଡା ଉପନିର୍ବାଚନ ମତଦାନ ପୋଲିଂ ପାର୍ଟି ହେଲିକାପ୍ଟରରେ ପୋଲିଂ ପାର୍ଟି
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026
Latest News

ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ-୨୦୨୬କୁ ସମ୍ବୋଧିତ କଲେ ଅମିତ ଶାହ

January 16, 2026

ସିବିସି ଏବଂ ପିଆଇବି ଭୁବନେଶ୍ବର ପକ୍ଷରୁ ସ୍ୱଚ୍ଛତା ପଖୱାଡା ପାଳିତ

January 16, 2026

ଆଇଆଇଏମସି ଢେଙ୍କାନାଳ ପକ୍ଷରୁ ଦୁଇଟି ନୂଆ ସ୍ନାତକୋତ୍ତର ପାଠ୍ୟକ୍ରମ ଘୋଷଣା

January 16, 2026

ନୂତନ ବିହନ ଆଇନ ସଂକ୍ରାନ୍ତରେ ସୂଚନା ପ୍ରଦାନ କଲେ କେନ୍ଦ୍ର କୃଷିମନ୍ତ୍ରୀ

January 16, 2026

ଏବେ ବ୍ୟାଟସମ୍ୟାନ କରିବେ ନାହିଁ ଫିଲ୍ଡିଂ!: ବଦଳିଯିବ ଲିଗ୍ କ୍ରିକେଟର ଦୃଶ୍ୟପଟ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.