Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»Bihar Assembly Voting: ସକାଳ  ୯ ଟା ସୁଦ୍ଧା ବିହାରରେ ୧୪.୫୫ ପ୍ରତିଶତ ମତଦାନ
ଜାତୀୟ ଖବର

Bihar Assembly Voting: ସକାଳ  ୯ ଟା ସୁଦ୍ଧା ବିହାରରେ ୧୪.୫୫ ପ୍ରତିଶତ ମତଦାନ

November 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

Bihar Assembly Voting: ବିହାରରେ ବିଧାନସଭା ନିର୍ବାଚନର ଦ୍ୱିତୀୟ ଏବଂ ଅନ୍ତିମ ପର‌୍ୟ୍ୟାୟ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ୨୦ଟି ଜିଲ୍ଲାର ୧୨୨ଟି ନିର୍ବାଚନମଣ୍ଡଳୀ ପାଇଁ ମତଦାନ ଚାଲିଛି। ଏଥିରେ ୩ କୋଟି ୭୦ ଲକ୍ଷରୁ ଅଧିକ ଭୋଟର ଏକ ହଜାର ୩୦୨ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଣ୍ଣୟ କରିବେ। ସକାଳ ୭ଟାରେ ଆରମ୍ଭ ହୋଇଥିବା ମତଦାନ ସନ୍ଧ୍ୟା ୬ଟାରେ ଶେଷ ହେବ। ତେବେ ସୁରକ୍ଷା ଦୃଷ୍ଟିକୋଣରୁ ୭ଟି ନିର୍ବାଚନମଣ୍ଡଳୀରେ ମତଦାନ ସନ୍ଧ୍ୟା ୫ଟାରେ ଶେଷ ହେବ।

ତେବେ ନିର୍ବାଚନ କମିସନରଙ୍କ ସୂଚନା ଅନୁସାରେ ସକାଳ  ୯ ଟା ସୁଦ୍ଧା ବିହାରରେ ୧୪.୫୫ ପ୍ରତିଶତ ମତଦାନ ହୋଇଛି। ଗୟା ଜି ଏବଂ କିଶନଗଞ୍ଜରେ ସର୍ବାଧିକ ମତଦାନ ହୋଇଛି।  ସକାଳ ୯ ଟା ସୁଦ୍ଧା ପ୍ରାୟ ୧୬ ପ୍ରତିଶତ ମତଦାନ ହୋଇଥିବାର ଜଣାପଡିଛି।

ପୋଲିସ ମହାନିର୍ଦ୍ଦେଶକ ବିନୟ କୁମାର କହିଛନ୍ତି ଯେ, ସୁରକ୍ଷା ଦୃଷ୍ଟିକୋଣରୁ, ନେପାଳ ସଂଲଗ୍ନ ସୀମା ଏବଂ ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ ଏବଂ ଝାଡ଼ଖଣ୍ଡ ସହିତ ଆନ୍ତଃରାଜ୍ୟ ସୀମାକୁ ସିଲ୍ କରାଯାଇଛି ଏବଂ ନିୟମିତ ପାଟ୍ରୋଲିଂ ଚାଲିଛି। ଜୟନଗର, ମଧୁବଣୀ ଏବଂ ନେପାଳର ଜନକପୁର ମଧ୍ୟରେ ମୈତ୍ରୀ ଏକ୍ସପ୍ରେସ୍ ଟ୍ରେନ ସେବାର ପରିଚାଳନା ମତଦାନ ସମାପ୍ତ ହେବା ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି।

ସମ୍ପୂର୍ଣ୍ଣ ନିର୍ବାଚନ ପ୍ରକ୍ରିୟା ତଦାରଖ କରିବା ପାଇଁ ନିର୍ବାଚନ କମିଶନ ପାଟନାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର‌୍ୟ୍ୟାଳୟରେ ଏକ ଅତ୍ୟାଧୁନିକ ନିୟନ୍ତ୍ରଣ ଏବଂ କମାଣ୍ଡ ସେଣ୍ଟର ସ୍ଥାପନ କରିଛନ୍ତି। ସମସ୍ତ ୨୦ଟି ଜିଲ୍ଲା ମୁଖ୍ୟାଳୟରେ ସମାନ ନିୟନ୍ତ୍ରଣ କକ୍ଷ ମଧ୍ୟ ସ୍ଥାପନ କରାଯାଇଛି।

ମହିଳା ସଶକ୍ତିକରଣର ବାର୍ତ୍ତା ଦେବା ପାଇଁ, ୫୯୫ ଟି ମତଦାନ କେନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ମହିଳା ମତଦାନ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ କରାଯାଇଛି। ସେହିପରି ୨୧ ଟି ଦିବ୍ୟାଙ୍ଗ ମତଦାନ କେନ୍ଦ୍ର ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ବ୍ୟବସ୍ଥା କରାଯାଇଛି। ଏହା ସହିତ ୩୧୬ ଟି ମଡେଲ ମତଦାନ କେନ୍ଦ୍ର ମଧ୍ୟ ପ୍ରତିଷ୍ଠା କରାଯାଇଛି।

Bihar Assembly Voting ବିହାର ବିଧାନସଭା ନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆଜି ଖୋଲିବ କି ସେୟାର ବଜାର?: ବଜେଟ୍ ଉପସ୍ଥାପନ ପୂର୍ବରୁ ଅଖିଳେଶ ଯାଦବଙ୍କ ତାଚ୍ଛଲ୍ୟ

February 1, 2026
Latest News

ଆଜି ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ ଏବଂ ପାକିସ୍ତାନ: ସେମିଫାଇନାଲ ପାଇଁ ହେବ ବଡ଼ ଲଢେଇ

February 1, 2026

Union Budget 2026: ଆପଣ କେଉଁଠାରେ ସିଧା ପ୍ରସାରଣ ଦେଖିପାରିବେ ବଜେଟ୍?

February 1, 2026

ବଜେଟ୍ ଉପସ୍ଥାପନ ସହିତ ରେକର୍ଡ ସୃଷ୍ଟି କରିବେ ସୀତାରମଣ: ଇତିହାସର ପୃଷ୍ଠାରେ ଲିପିବଦ୍ଧ ହେବ ନାମ

February 1, 2026

ଆନ୍ତର୍ଜାତୀୟ କ୍ରୀଡ଼ାରେ ଓଡ଼ିଶା ପାଇଁ ଗୌରବ ଆଣିଥିବା ରାଜ୍ୟର ଚାରି କ୍ରୀଡ଼ାବିତ୍ ସମ୍ମାନିତ

February 1, 2026

କେନ୍ଦ୍ରୀୟ ଆୟୁର୍ବେଦ ବିଜ୍ଞାନ ଅନୁସନ୍ଧାନ ପରିଷଦ ଏବଂ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.