Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»IND-SA T20 Match Preparation: ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

IND-SA T20 Match Preparation: ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

November 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
IND-SA T20 Match
IND-SA T20 Match Preparation: ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

IND-SA T20 Match Preparation: ଅନ୍ତର୍ଜାତୀୟ କ୍ରୀଡା ଆୟୋଜନ କରିବାରେ ଓଡିଶାର ସୁନାମ ରହିଛି। କଟକ ବାରବାଟୀ ଷ୍ଟାଡିୟମ୍‌ରେ ପୂର୍ବରୁ ଅନେକ ଅନ୍ତର୍ଜାତୀୟ ମ୍ୟାଚ୍ ସୁବ୍ୟବସ୍ଥିତ ଭାବେ ଆୟୋଜନ କରାଯାଇଛି। ତେଣୁ, ଆସନ୍ତା ଡିସେମ୍ବର ୯ ତାରିଖରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବାକୁ ଥିବା ଅନ୍ତର୍ଜାତୀୟ T-20 ମ୍ୟାଚ୍ ଯେପରି ସୁବ୍ୟବସ୍ଥିତ ଓ ସୁନିୟନ୍ତ୍ରିତ ଭାବେ ଆୟୋଜିତ ହେବ ସେଥିପାଇଁ ସମସ୍ତ ବ୍ୟବସ୍ଥାକୁ ତୃଟିଶୂନ୍ୟ ଭାବେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପରାମର୍ଶ ଦେଇଛନ୍ତି।

ଆଜି ଲୋକସେବା ଭବନରେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା T-20 ମ୍ୟାଚ୍ ଆୟୋଜନ ପାଇଁ ଏକ ପ୍ରସ୍ତୁତି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଓଡିଶା କ୍ରିକେଟ୍ ଆସୋସିଏସନ୍‌ ଓ ରାଜ୍ୟ ପ୍ରଶାସନର ବରିଷ୍ଠ ଅଧିକାରୀ ମାନଙ୍କୁ ଏହି ପରାମର୍ଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ କ୍ରିକେଟ୍ ଆମ ଦେଶର ଏକ ଅତ୍ୟନ୍ତ ଲୋକପ୍ରିୟ ଖେଳ। ତେଣୁ, ଏହି ମ୍ୟାଚ୍ ପ୍ରତି ସମଗ୍ର ଦେଶ ଓ ବିଶ୍ବର ନଜର ରହିବ। ତେଣୁ, ଏହା ଯେପରି ତୃଟିଶୂନ୍ୟ ଭାବେ ପରିଚାଳିତ ହେବ ଏବଂ ଓଡିଶାର ମର୍ଯ୍ୟାଦା ସୁରକ୍ଷିତ ହେବ, ସେଥିପାଇଁ ସମସ୍ତେ ସଚେତନ ରହିବା ଆବଶ୍ୟକ।

ବୈଠକରେ ଓସିଏ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା ମ୍ୟାଚ୍‌ର ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ। ଟିକେଟ୍ କିଣାବିକା, ଦର୍ଶକ ମାନଙ୍କ ପାଇଁ ସୁବ୍ୟବସ୍ଥା, ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା, ଷ୍ଟାଡିୟମ୍‌ର ଭିତ୍ତିଭୂମି ଓ ଅଗ୍ନି ନିର୍ବାପକ ବ୍ୟବସ୍ଥା, ପାର୍କିଂ ଏବଂ ଟ୍ରାଫିକ୍ ପରିଚାଳନା ଆଦି ବିଭିନ୍ନ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଦିଲ୍ଲୀରେ ହୋଇଥିବା ବିସ୍ଫୋରଣ ପରିପ୍ରେକ୍ଷୀରେ ଏହି ଅନ୍ତର୍ଜାତୀୟ କ୍ରୀଡା ସମୟରେ ପୋଲିସ୍ ପ୍ରଶାସନ ପକ୍ଷରୁ ଲୋକଙ୍କ ସୁରକ୍ଷାପ୍ରତି ଏକ ଫୁଲ୍-ପ୍ରୁଫ୍ ବ୍ୟବସ୍ଥା କରାଯିବା ଆବଶ୍ୟକ। ଏଥିପାଇଁ ପୋଲିସ୍ ଅଧିକ ସତର୍କ ରହିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଅସୁସ୍ଥ ବ୍ୟକ୍ତି କିମ୍ବା ଅନ୍ୟାନ୍ୟ ଅସୁବିଧା ସ୍ଥଳରେ ଲୋକମାନଙ୍କୁ ନେବା ଆଣିବା ପାଇଁ ଏକ ସୁବ୍ୟବସ୍ଥିତ ଗ୍ରୀନ କରିଡର ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଥିଲେ। ଏହା ସହିତ, ଭିଡ ନିୟନ୍ତ୍ରଣ, ଟିକେଟ୍ ବିକ୍ରି, ଜରୁରୀ ଚିକିତ୍ସା ବ୍ୟବସ୍ଥା ଆଦି ସମସ୍ତ କାର୍ଯ୍ୟ ଗୁଡିକୁ ଉପଯୁକ୍ତ ଭାବେ ତଦାରଖ କରି ନିର୍ଭୁଲ ଭାବେ ପରିଚାଳନା କରିବାକୁ ସେ ପରାମର୍ଶ ଦେଇଥିଲେ।

ବୈଠକର ସୂଚନା ଅନୁଯାୟୀ, ପ୍ରତ୍ୟେକ ଷ୍ଟାଣ୍ଡର କ୍ଷମତା ଅନୁଯାୟୀ ସେଠାରେ ନିର୍ଦ୍ଦିଷ୍ଟ ସଂଖ୍ୟକ ଦର୍ଶକଙ୍କୁ ବସିବା ପାଇଁ ବ୍ୟବସ୍ଥା କରାଯିବ। ମ୍ୟାଚ୍ ସମୟରେ ନିରନ୍ତର ଲାଇଟିଙ୍ଗ ବ୍ୟବସ୍ଥା ପାଇଁ ଅଧିକ ଜେନ୍‌ସେଟ୍ ଅଣାଯାଇଥିବା ବେଳେ ଏହାର ମନିଟରିଂ ପାଇଁ ନୂଆ ସପ୍ଟୱେୟାର୍ ମଧ୍ୟ ଇନ୍‌ଷ୍ଟଲ କରାଯାଇଛି। ଗୋଟିଏ ଜେନ୍‌ସେଟ୍ ଫେଲ୍‌ ହେଲେ ତୁରନ୍ତ ଅନ୍ୟ ଗୋଟିଏ ଜେନ୍‌ସେଟ୍‌ ଚାଲୁ ହେବ ଏବଂ ଲାଇଟିଙ୍ଗ ବ୍ୟବସ୍ଥା ନିରନ୍ତର ଭାବେ ଜାରି ରହିବ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅନୁଗୋଳ ବିଧାୟକ ତଥା ଓସିଏ ସଦସ୍ୟ ଶ୍ରୀ ପ୍ରତାପ ଚନ୍ଦ୍ର ପ୍ରଧାନ, ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ପୋଲିସ୍ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ବତ ମିଶ୍ର, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସଭାପତି ଶ୍ରୀ ପଙ୍କଜ ଲୋଚନ ମହାନ୍ତି, ଓଡିଶା କ୍ରିକେଟ୍ ଆସୋସିଏସନ୍‌ ସମ୍ପାଦକ ଶ୍ରୀ ସଞ୍ଜୟ ବେହେରା, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ଶାସନ ସଚିବ, କଟକ-ଭୁବନେଶ୍ବର ପୋଲିସ୍ କମିଶନର, କଟକ ଜିଲ୍ଲାପାଳ ଓ ବରିଷ୍ଠ ପଦାଧିକାରୀ ଗଣ ବୈଠକରେ ଉପସ୍ଥିତ ରହି ମ୍ୟାଚ୍ ପରିଚାଳନା ସମ୍ପର୍କରେ ଆଲୋଚନା କରିଥିଲେ।

Barabati Stadium IND-SA T20 Match Preparation T-20 କଟକ ବାରବାଟୀ ଷ୍ଟାଡିୟମ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ହିନ୍ଦୋଳ ରୋଡ୍ ଏବଂ ମେରାମଣ୍ଡଳୀ ମଧ୍ୟରେ ନବନିର୍ମିତ ଲାଇନ ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

November 12, 2025

Children Festival Suravi ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

November 12, 2025

କର୍ଣ୍ଣାଟକରେ ରାସ୍ତାକୁ ଓହ୍ଲାଇଲେ ଆଖୁ ଚାଷୀ: ସରକାରଙ୍କ ବିରୁଦ୍ଧରେ ଦେଲେ ସ୍ଲୋଗାନ

November 12, 2025

ICC ODI Ranking: ଖସିଲେ ବାବର ଆଜମ, ଉପରକୁ ଉଠିଲେ ବିରାଟ କୋହଲି

November 12, 2025
Latest News

ହିନ୍ଦୋଳ ରୋଡ୍ ଏବଂ ମେରାମଣ୍ଡଳୀ ମଧ୍ୟରେ ନବନିର୍ମିତ ଲାଇନ ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

November 12, 2025

Children Festival Suravi ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଯୋଗ ଦେଲେ ୨୦୦୦ରୁ ଊର୍ଦ୍ଧ୍ଵ ଛାତ୍ରଛାତ୍ରୀ

November 12, 2025

କର୍ଣ୍ଣାଟକରେ ରାସ୍ତାକୁ ଓହ୍ଲାଇଲେ ଆଖୁ ଚାଷୀ: ସରକାରଙ୍କ ବିରୁଦ୍ଧରେ ଦେଲେ ସ୍ଲୋଗାନ

November 12, 2025

ICC ODI Ranking: ଖସିଲେ ବାବର ଆଜମ, ଉପରକୁ ଉଠିଲେ ବିରାଟ କୋହଲି

November 12, 2025

IND-SA T20 Match Preparation: ବାରବାଟୀରେ ହେବାକୁ ଥିବା ମ୍ୟାଚ୍ ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

November 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.