Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»India International Trade Fair: ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

India International Trade Fair: ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

November 22, 2025No Comments3 Mins Read
Share Facebook Twitter LinkedIn Email WhatsApp Copy Link
India International Trade Fair
India International Trade Fair: ଓଡ଼ିଶା ରାଜ୍ୟ ଦିବସ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

India International Trade Fair: ସମୃଦ୍ଧ ସଂସ୍କୃତି ଓ ପରମ୍ପରାର ସୁରକ୍ଷା ସହିତ ସମାନ୍ତରାଳ ଭାବେ ପ୍ରଗତି ଓ ଆଧୁନିକତାକୁ ଆଦରି ନେଇ ସବୁ ବର୍ଗର ଲୋକମାନଙ୍କ ସାମଗ୍ରୀକ ବିକାଶ ପ୍ରତି ସରକାରଙ୍କ ପ୍ରତିବଦ୍ଧ ବୋଲି ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଦୃଢୋକ୍ତି ପ୍ରକାଶ କରିବା ସହିତ ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ଦିଗରେ ସମସ୍ତେ ବ୍ରତୀ ହେବାକୁ ଆହ୍ଵାନ ଦେଇଥିଲେ ।

୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ନବମ ଦିବସରେ ଆଜି ପାଳିତ ଓଡିଶା ରାଜ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ, ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାର ବିଷୟବସ୍ତୁ ଯଥାର୍ଥରେ ଆମ ସ୍ୱପ୍ନ ଓ ସମ୍ଭାବନାକୁ ପ୍ରତିପାଦିତ କରିବା ସହିତ ପ୍ରଯୁକ୍ତି ବିଦ୍ୟାର ସଫଳ ଉପଯୋଗ ମାଧ୍ୟମରେ ସିଲିକନ୍ ସେମିକଣ୍ଡକ୍ଟର୍ ଚିପ୍ ଭଳି ସୂକ୍ଷ୍ମାତିସୂକ୍ଷ୍ମ ଅତ୍ୟାଧୁନିକ ଉତ୍ପାଦ ପ୍ରସ୍ତୁତି କ୍ଷେତ୍ରରେ ଓଡ଼ିଶାକୁ ନୂତନ ପରିଚୟ ପ୍ରଦାନ କରିବ ବୋଲି କହିଥିଲେ ।

ଏହା ଆମ ଅର୍ଥନୀତିକୁ ସୁଦୃଢ କରିବ ଏବଂ ନୂତନ କର୍ମନିଯୁକ୍ତିର ସୁଯୋଗ ସୃଷ୍ଟି କରିବ । ନବୀକରଣୀୟ ବିଦ୍ୟୁତ ଶକ୍ତିର ଉତ୍ପାଦନ, ବ୍ୟାପକ ବୃକ୍ଷଚାରା ରୋପଣ ମାଧ୍ୟମରେ ପରିବେଶ ସନ୍ତୁଳନ ରକ୍ଷା ଏବଂ ପରବର୍ତ୍ତୀ ପିଢୀ ପାଇଁ ଏକ ସୁନ୍ଦର ପୃଥିବୀ ଛାଡିଯିବା ଆଭିମୁଖ୍ୟ ନେଇ ଆମ ନୀତି ଓ ଯୋଜନା ପ୍ରଣୟନ କରିବା ସହିତ ତାର କାର୍ଯ୍ୟାନ୍ଵୟନ ଆମର ପ୍ରାଥମିକତା ରହିଛି ବୋଲି ଉପସ୍ଥିତ ଗଣମାଧ୍ୟମକୁ ସୂଚନା ଦେଇଥିଲେ ।

ସେ କହିଥିଲେ ଯେ, ଉତ୍କର୍ଷ ଓଡ଼ିଶା : ମେକ-ଇନ-ଓଡିଶା କନକ୍ଳେଭ ମାଧ୍ୟମରେ ବିଶ୍ଵର ଶିଳ୍ପପତି ଓ ପୁଞ୍ଜିପତିମାନଙ୍କୁ ଓଡ଼ିଶା ପ୍ରତି ଆକର୍ଷିତ କରିବା ହେଉ, ଓଡିଶାର ସୁଦକ୍ଷ ଯୁବଗୋଷ୍ଠୀ ଓ ସେମାନଙ୍କ ଷ୍ଟାର୍ଟ-ଅପ ଉତ୍ପାଦକୁ ବିଶ୍ଵ ସମ୍ମୁଖରେ ଉପସ୍ଥାପନ କରିବାକୁ ଅଥବା ଓଡିଶାରେ ଉତ୍ପାଦିତ ଶ୍ରୀଅନ୍ନ ବିସ୍ମୃତ ଖାଦ୍ୟ ବିଶ୍ଵ ବଜାର ସୁବିଧା ଉପଲବ୍ଧ କରିବାକୁ ନିକଟ ଅତୀତରେ ଅନ୍ତର୍ଜାତୀୟ ମିଲେଟ କନଭେନସନ ଆୟୋଜନ ହେଉ, ପ୍ରତ୍ଯେକ କ୍ଷେତ୍ରରେ ଭାରତର ଯଶସ୍ଵୀ ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଓଡିଶାର ପ୍ରଗତିଶୀଳ ନୀତିକୁ ସମଗ୍ର ବିଶ୍ଵ ସକାରାତ୍ମକ ଦୃଷ୍ଟିରେ ଦେଖୁଛି ।

୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ନବମ ଦିବସରେ ଭାରତ ମଣ୍ଡପମ ପରିସରସ୍ଥ ମୁକ୍ତାକାଶ ନାଟ୍ୟଶାଳାରେ ଆଜି ଆୟୋଜିତ ଓଡିଶା ରାଜ୍ୟ ଦିବସ ସମାରୋହର ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ଵଳନ ପୂର୍ବକ ଏହି ସମାରୋହକୁ ଉଦଘାଟନ କରିବା ସହିତ ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁ ପତ୍ରିକା ଦ୍ଵୟର ସ୍ଵତନ୍ତ୍ର ସଂଖ୍ୟାର ଶୁଭ ଉନ୍ମୋଚନ କରିଥିଲେ।

ଏଥିସହିତ, ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନରେ ଆସି ବିଭିନ୍ନ ବିଭାଗର ଷ୍ଟଲ୍ ଅଧିକାରୀ, ଶିଳ୍ପୀ ଓ ବୁଣାକାରଙ୍କ ସହ ବାର୍ତ୍ତାଳାପ କରି, ଓଡିଶାର ଗୌରବମୟ ଅତୀତକୁ ବଜାୟ ରଖିବା ସହ ଓଡ଼ିଶାକୁ ଆତ୍ମନିର୍ଭର ଓଡ଼ିଶାରେ ପରିଣତ କରିବାକୁ ପରାମର୍ଶ ଦେଇଥିଲେ ।

ରାଜ୍ୟ ଦିବସ ଅବସରରେ, ଭୁବନେଶ୍ଵର ନୁପୁର ଅନୁଷ୍ଠାନରେ କଳାକାରମାନଙ୍କ ଦ୍ଵାରା ଓଡ଼ିଶୀ ନୃତ୍ୟାଭିନୟ, ଦିଗପହଣ୍ଡି(ଗଞ୍ଜାମ)ର ବିଚିତ୍ର ବର୍ଣ୍ଣାଳୀ ନାଟ୍ୟ ସଂସଦ ତରଫରୁ ପଶୁମୁଖା ନୃତ୍ୟ, ସୁବର୍ଣ୍ଣପୁର ସ୍ଥିତ ରୁମକୁଝୁମାର କଳାକାରମାନଙ୍କ ସମ୍ବଲପୁରୀ ନୃତ୍ୟ, କନ୍ଧମାଳ ଜିଲ୍ଲାର ନୂତନ କଳା ସଂସଦର ଶିଙ୍ଘନୃତ୍ୟ ଏବଂ କଳାହାଣ୍ଡିର ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଘୁମୁରା ନୃତ୍ୟ ପରିବେଷଣ ହୋଇଥିଲା ।

ଏହି କାର୍ଯ୍ୟକ୍ରମରେ, ସାଂସଦ ଶ୍ରୀ ପ୍ରତାପ ଷଡଙ୍ଗୀ, ଶ୍ରୀ ନିରଞ୍ଜନ ବିଶି, ଶ୍ରୀ ସୁଜିତ କୁମାର, ପୂର୍ବତନ ସାଂସଦ ଶ୍ରୀ ଅମର ପଟ୍ଟନାୟକଙ୍କ ସମେତ ଓଡିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ନ୍ୟାୟମୂର୍ତ୍ତି ଶ୍ରୀମତୀ ସାବିତ୍ରୀ ରଥ, ଶିଳ୍ପ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗର ଅତିରିକ୍ତ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଶାସନ ସଚିବ ଶ୍ରୀ ବିଜୟ କେତନ ଉପାଧ୍ୟାୟ, ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ପ୍ରମୁଖ ଆବାସିକ ଆୟୁକ୍ତ ଶ୍ରୀ ବିଶାଲ ଗଗନ, ସ୍ୱତନ୍ତ୍ର ଆବାସିକ ଆୟୁକ୍ତ ଶ୍ରୀମତୀ ରିତୁ ଅରୋରା, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ ଶ୍ରୀଯୁକ୍ତ ଅନୁଜ କୁମାର ଦାସ ପଟ୍ଟନାୟକ, ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂହଙ୍କ ସହ ବିଭାଗୀୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

India International Trade Fair ନୂଆଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026

ବାରଙ୍ଗରେ ବୁଲିଲା ଖଣ୍ଡା; ୨ଜଣ ଆହତ

May 12, 2026
Latest News

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ନିଟ୍‌-ୟୁଜି ୨୦୨୬ ପରୀକ୍ଷା ବାତିଲକୁ ନେଇ ସରକାରଙ୍କୁ ସମାଲୋଚନା କଲେ ନବୀନ

May 12, 2026

ଯୁବକକୁ ଗୋଡ଼ାଇ ଗୋଡ଼ାଇ ମରଣାନ୍ତକ ଆକ୍ରମଣ

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.