Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ଜାତୀୟ ଖବର

୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

December 12, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link
୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୬ ଋତୁ ପାଇଁ କୋପ୍ରା (ଶୁଖିଲା ନଡ଼ିଆ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ଅନୁମୋଦନ କରିଛନ୍ତି। ଚାଷୀମାନଙ୍କୁ ଲାଭଦାୟକ ମୂଲ୍ୟ ପ୍ରଦାନ କରିବା ପାଇଁ, ସରକାର ୨୦୧୮-୧୯ କେନ୍ଦ୍ରୀୟ ବଜେଟରେ ଘୋଷଣା କରିଥିଲେ ଯେ, ସମସ୍ତ ଅତ୍ୟାବଶ୍ୟକ ଫସଲର ଏମଏସପି ସମଗ୍ର ଭାରତରେ ହାରାହାରି ଉତ୍ପାଦନ ଖର୍ଚ୍ଚର ଅତି କମରେ ୧.୫ ଗୁଣ ସ୍ଥିର କରାଯିବ। ୨୦୨୬ ଋତୁ ପାଇଁ, ଉପଯୁକ୍ତ ହାରାହାରି ଗୁଣବତ୍ତା ବିଶିଷ୍ଟ ମିଲ୍ ହୋଇଥିବା କୋପ୍ରାର ଏମଏସପି କ୍ୱିଣ୍ଟାଲ ପିଛା ୧୨,୦୨୭ ଟଙ୍କା ଏବଂ ବଲ୍ କୋପ୍ରାର  ଏମଏସପି କ୍ବିଣ୍ଟାଲ ପିଛା ୧୨,୫୦୦ ଟଙ୍କା ସ୍ଥିର କରାଯାଇଛି।

୨୦୨୬ ଋତୁ ପାଇଁ ମିଲିଂ ହୋଇଥିବା କୋପ୍ରାର ଏମଏସପି ପୂର୍ବ ଋତୁ ତୁଳନାରେ କ୍ବିଣ୍ଟାଲ ପିଛା ୪୪୫ ଟଙ୍କା ଓ ବଲ କୋପ୍ରାର ଏମଏସପି କ୍ବିଣ୍ଟାଲ ପିଛା ୪୦୦ ଟଙ୍କା ବୃଦ୍ଧି ପାଇଛି । ୨୦୧୪ ମାର୍କେଟିଂ ଋତୁରେ ମିଲିଂ କୋପ୍ରା ଓ ବଲ କୋପ୍ରାର ଏମଏସପି ଯଥାକ୍ରମେ  କ୍ବିଣ୍ଟାଲ ପିଛା ୫,୨୫୦  ଟଙ୍କା ଓ ୫,୫୦୦ ଟଙ୍କା ଥିବାବେଳେ ସରକାର ୨୦୨୬ ମାର୍କେଟିଂ ଋତୁରେ ତାହା ଯଥାକ୍ରମେ କ୍ବିଣ୍ଟାଲ ପିଛା ୧୨,୦୨୭ ଟଙ୍କା ଓ ୧୨,୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି । ଫଳରେ ମିଲିଂ କୋପ୍ରା ଓ ବଲ କୋପ୍ରାର ଏମଏସପି ଯଥାକ୍ରମେ ୧୨୯ ପ୍ରତିଶତ ଓ ୧୨୭ ପ୍ରତିଶତ ବୃଦ୍ଧି ପାଇଛି ।

ବର୍ଦ୍ଧିତ ଏମଏସପି କେବଳ ନଡ଼ିଆ ଚାଷୀମାନଙ୍କୁ ଭଲ ଲାଭ ପ୍ରଦାନ କରିବ ନାହିଁ ବରଂ ଘରୋଇ ଏବଂ ଅନ୍ତର୍ଜାତୀୟ ସ୍ତରରେ ନଡ଼ିଆ ଉତ୍ପାଦର ବର୍ଦ୍ଧିତ ଚାହିଦା ପୂରଣ କରିବା ପାଇଁ ଚାଷୀମାନଙ୍କୁ କୋପ୍ରା ଉତ୍ପାଦନ ବୃଦ୍ଧି କରିବାକୁ ପ୍ରୋତ୍ସାହିତ କରିବ।

ମୂଲ୍ୟ ସମର୍ଥନ ଯୋଜନା (ପିଏସଏସ) ଅଧୀନରେ କୋପ୍ରା କ୍ରୟ ପାଇଁ ଜାତୀୟ କୃଷି ସମବାୟ ମାର୍କେଟିଂ ଫେଡେରେସନ ଅଫ୍ ଇଣ୍ଡିଆ ଲିମିଟେଡ୍ (ଏନଏଏଫଇଡି ) ଏବଂ ଜାତୀୟ ସମବାୟ ଗ୍ରାହକ ଫେଡେରେସନ (ଏନସିସିଏଫ) କେନ୍ଦ୍ରୀୟ ନୋଡାଲ୍ ଏଜେନ୍ସି (ସିଏନଏ) ଭାବରେ କାର୍ଯ୍ୟ କରିବା ଜାରି ରଖିବେ।

କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ କୋପ୍ରା ସର୍ବନିମ୍ନ ସହାୟକ ମୂଲ୍ୟ
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.