Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି
ଜାତୀୟ ଖବର

ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି

December 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି
ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନଠାରେ  ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି।

ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ, ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଏହା ଏକ ଗର୍ବ ଓ ଆନନ୍ଦର ବିଷୟ ଯେ ‘ଅଲ୍ ଚିକି’ ଲିପିରେ ଲିଖିତ ଭାରତର ସମ୍ବିଧାନ ଏବେ ସାନ୍ତାଳୀ ଭାଷାରେ ଉପଲବ୍ଧ ହୋଇଛି। ଏହା ସେମାନଙ୍କୁ ନିଜ ଭାଷାରେ ସମ୍ବିଧାନ ପଢ଼ିବା ଏବଂ ବୁଝିବା ପାଇଁ ସକ୍ଷମ କରିବ।

ରାଷ୍ଟ୍ରପତି କହିଛନ୍ତି ଯେ, ଚଳିତ ବର୍ଷ ଆମେ ‘ଅଲ୍ ଚିକି’ ଲିପିର ଶତବାର୍ଷିକୀ ପାଳନ କରୁଛୁ। ଏହି ଶତବାର୍ଷିକୀ ବର୍ଷରେ ଭାରତର ସମ୍ବିଧାନକୁ ଅଲ୍ ଚିକି ଲିପିରେ ପ୍ରକାଶ କରିଥିବାରୁ ସେ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ ଏବଂ ତାଙ୍କ ଦଳକୁ ପ୍ରଶଂସା କରିଛନ୍ତି।

ଏହି ଅବସରରେ ଭାରତର ଉପରାଷ୍ଟ୍ରପତି ସିପି ରାଧାକୃଷ୍ଣନ ଏବଂ କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ।

ସାନ୍ତାଳୀ ଭାଷା, ଯାହା ୨୦୦୩ର ୯୨ତମ ସଂଶୋଧନ ଆଇନ ମାଧ୍ୟମରେ ସମ୍ବିଧାନର ଅଷ୍ଟମ ଅନୁସୂଚୀରେ ଅନ୍ତର୍ଭୁକ୍ତ କରାଯାଇଥିଲା, ତାହା ଭାରତର ଅନ୍ୟତମ ପ୍ରାଚୀନ ଜୀବନ୍ତ ଭାଷା। ଓଡ଼ିଶା, ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଏବଂ ବିହାରର ବହୁ ସଂଖ୍ୟକ ଆଦିବାସୀ ଜନସଂଖ୍ୟା ଏହି ଭାଷାରେ କଥା ହୁଅନ୍ତି।

ଦ୍ରୌପଦୀ ମୁର୍ମୁ ଭାରତର ସମ୍ବିଧାନ ସାନ୍ତାଳୀ ଭାଷା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026

ନିର୍ବାଚନ ମୋଡ୍‌ରେ କଂଗ୍ରେସ, ୟୁପିରେ ନୂଆ ରାଜନୈତିକ ସମୀକରଣ ଆରମ୍ଭ

June 26, 2026

ସ୍ୱାସ୍ଥ୍ୟ କ୍ଷେତ୍ରରେ ‘ଜନ ବିଶ୍ୱାସ’ ସଂସ୍କାରର ଶୁଭାରମ୍ଭ: ଜନସ୍ୱାସ୍ଥ୍ୟ ଓ ଉପଭୋକ୍ତା ସୁରକ୍ଷା ଉପରେ ଗୁରୁତ୍ୱ

June 26, 2026
Latest News

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026

ଶ୍ରେୟସ ଆୟରଙ୍କ ଖରାପ ଆରମ୍ଭ: ପ୍ରଥମ ଥର ପାଇଁ ଆୟରଲ୍ୟାଣ୍ଡଠାରୁ ହାରିଲା ଭାରତ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.