Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଜାତୀୟ ଖବର

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମା ଭଗବତୀ ମନ୍ଦିର ଉନ୍ନତିକରଣ
ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଣପୁର ଗସ୍ତ ଅବସରରେ ଆରାଧ୍ୟ ଦେବୀ ମା ଭଗବତୀଙ୍କ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ ପାଇଁ ଆଶୀର୍ବାଦ ଭିକ୍ଷା କରିବା ସହିତ ମା ଭଗବତୀ ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ।

ସୂଚନାଯୋଗ୍ୟ ଯେ, ଏହି ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ୨୬ କୋଟି ଟଙ୍କା ବିନିଯୋଗରେ OBCCର ତତ୍ତ୍ଵାବଧାନରେ ଜାରିରହିଛି। ଏଥିରେ ମନ୍ଦିର ପରିକ୍ରମା, ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସୁବିଧା କେନ୍ଦ୍ର, ଯଜ୍ଞ ମଣ୍ଡପ, ପାର୍କିଂ ବ୍ୟବସ୍ଥା ଏବଂ ମୁଖ୍ୟ ମନ୍ଦିର ଓ ପାର୍ଶ୍ୱ ଦେବାଦେବୀ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ରହିଛି।

ମୁଖ୍ୟମନ୍ତ୍ରୀ ଏ ସମସ୍ତ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ ଏବଂ ଭକ୍ତ ଓ ପର୍ଯ୍ୟଟକଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରି ମାଆଙ୍କର ଏହି କାର୍ଯ୍ୟ ଯଥା ଶୀଘ୍ର ସାରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।

ଉପସ୍ଥିତ ସେବାୟତ ଓ ବାଣପୁର ବାସୀଙ୍କୁ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଡିପିଆର ପ୍ରସ୍ତୁତ ହୋଇ କାମ ଆରମ୍ଭ ହୋଇଛି, ମାଆଙ୍କ ମନ୍ଦିର ପାଇଁ ଯାହା ଅର୍ଥ ଆବଶ୍ୟକ ହେବ ଯୋଗାଇ ଦିଆଯିବ ଏବଂ ମାଆଙ୍କ ଆଶୀର୍ବାଦରୁ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହେବ। ମା’ଙ୍କ ମନ୍ଦିରର ଉନ୍ନତି ପାଇଁ ଅର୍ଥର ଅଭାବ ରହିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ, ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

Maa Bhagabati OBCC ବାଣପୁରରେ ମୁଖ୍ୟମନ୍ତ୍ରୀ ବାଣପୁରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମା’ ଭଗବତୀ ମନ୍ଦିର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026
Latest News

ବାରାଣସୀ ଠାରେ ଆୟୋଜିତ ‘ଓଡ଼ିଶା ପରବ’ କାର୍ଯ୍ୟକ୍ରମରେ ସାମିଲ୍ ହେଲେ ପ୍ରଭାତୀ ପରିଡା

August 24, 2026

ଦେଶବ୍ୟାପୀ ଏଆଇ ଏବଂ କ୍ଲାଉଡ୍ ତାଲିମ ଅଭିଯାନ ଆରମ୍ଭ

August 24, 2026

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026

ରାଜରାସ୍ତାରେ ନ୍ୟାୟ ମାଗୁଛି ଶିକ୍ଷକ ସମାଜ, ନିରବଦ୍ରଷ୍ଟା ସାଜିଛି ସରକାର: ସମନ୍ୱୟ ସମିତି

August 24, 2026

ଅଗଷ୍ଟ ୨୪ ତାରିଖ ରାଶିଫଳ: ସାତୋଟି ରାଶିର ବ୍ୟକ୍ତିଙ୍କ ଖୋଲିଲା ଭାଗ୍ୟ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.