Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ
ଜାତୀୟ ଖବର

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
କେଳୁଚରଣ କୀର୍ତ୍ତି ଶତକମ୍
କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

କେଳୁଚରଣ କୀର୍ତ୍ତି ଶତକମ୍: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସୃଜନ ଅନୁଷ୍ଠାନର ମିଳିତ ସହଯୋଗରେ ଜାନୁଆରୀ ୮ ତାରିଖରୁ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ କରାଯିବ।

“କେଳୁଚରଣ କୀର୍ତ୍ତି ଶତକମ୍” ଶୀର୍ଷକରେ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜୀବନୀକୁ ନେଇ ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ରବୀନ୍ଦ୍ର ମଣ୍ଡପ ଠାରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆୟୋଜିତ ହେବାକୁ ଥିବା ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ତିନିଦିନ ଧରି ହେବାକୁ ଥିବା କାର୍ଯ୍ୟକ୍ରମରେ ଗୁରୁ କେଳୁଚରଣ ମହାପାତ୍ରଙ୍କ ସ୍ମୃତି ଚାରଣ କରାଯିବା ସହିତ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁ କେଳୁଚରଣଙ୍କ ଜୀବନୀକୁ ନେଇ ଏକ ଫଟୋଚିତ୍ର ପ୍ରଦର୍ଶନୀର ଆୟୋଜନ କରାଯିବ।

ଏଥିସହିତ ଗୁରୁଜୀଙ୍କ ଜୀବନୀ, ଓଡ଼ିଶୀ ନୃତ୍ୟ ପ୍ରତି ରହିଥିବା ତାଙ୍କର ଅବଦାନ ଏବଂ ଓଡ଼ିଶୀ ଗବେଷଣା କେନ୍ଦ୍ରକୁ ନେଇ ନିର୍ମିତ ହୋଇଥିବା ଏକ କ୍ଷୁଦ୍ର ଚଳଚ୍ଚିତ୍ରର ଲୋକାର୍ପଣ କରାଯିବ। ଗୁରୁଜୀଙ୍କ ଜନ୍ମ ଶତବାର୍ଷିକୀ ଅବସରରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ୱେବସାଇଟ ଉନ୍ମୋଚନ କରାଯିବ।

ଏଥିସହ ତିନିଦିନ ଧରି ରବୀନ୍ଦ୍ର ମଣ୍ଡପରେ ଗୁରୁଜୀଙ୍କ ଜୀବନୀକୁ ନେଇ ଆଲୋଚନା ଚକ୍ର ଏବଂ ସାଂସ୍କୃତିକ ସନ୍ଧ୍ୟା କାର୍ଯ୍ୟକ୍ରମର ଆୟୋଜନ କରାଯିବ। କାର୍ଯ୍ୟକ୍ରମରେ ଗୁରୁ କେଳୁଚରଣ ମହାପାତ୍ରଙ୍କ ଶିଷ୍ୟମାନେ ଗୁରୁଜୀଙ୍କ ସହ ରହିଥିବା ନିଜ ଅନୁଭୂତିକୁ ବାଣ୍ଟିବା ସହ ଓଡ଼ିଶୀ ନୃତ୍ୟର ମୌଳିକତା, ଓଡ଼ିଆ ସଂସ୍କୃତିରେ ଶାସ୍ତ୍ରୀୟ ନୃତ୍ୟର ଭୂମିକା ଏବଂ ଓଡ଼ିଶୀ ନୃତ୍ୟର ପ୍ରଚାର ଓ ପ୍ରସାର ସମ୍ବନ୍ଧରେ ଆଲୋଚନା କରିବେ।

ଗୁରୁଜୀଙ୍କ ଜନ୍ମ ଶତବାର୍ଷିକୀ କାର୍ଯ୍ୟକ୍ରମରେ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ରତିକାନ୍ତ ମହାପାତ୍ର, ପଦ୍ମଶ୍ରୀ କୁମ୍‌କୁମ୍ ମହାନ୍ତି, ପଦ୍ମଶ୍ରୀ ମାଧବୀ ମୁଦ୍‌ଗଲ, ପଦ୍ମଶ୍ରୀ ପ୍ରିୟମ୍ବଦା ମହାନ୍ତି ହେଜ୍‌ମାଦୀ ଏବଂ ଅନେକ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଯୋଗଦେବେ।

ଓଡ଼ିଶୀ ନୃତ୍ୟ ଗୁରୁ କେଳୁଚରଣ କୀର୍ତ୍ତି ଶତକମ ଗୁରୁ କେଳୁଚରଣ ମହାପାତ୍ର ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026
Latest News

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

February 22, 2026

ଇଣ୍ଡିଆ ଏଆଇ ଷ୍ଟାକ୍: ପ୍ରଯୁକ୍ତିରେ ସଶକ୍ତ ଭବିଷ୍ୟତ

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.