Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଜାତୀୟ ଖବର

ବୋମା ଧମକ ମିଛ: ଏସଓପି ଜାରି କରିବାକୁ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

January 9, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବୋମା ଧମକ ମିଛ
ବୋମା ଧମକ ମିଛ: ସମୀକ୍ଷା ବୈଠକରେ ପୋଲିସ ପକ୍ଷରୁ ଏକ ଏସଓପି ଜାରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ବୋମା ଧମକ ମିଛ: ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଦେଖା ଦେଇଥିବା ମିଛ ବୋମା ଭୟ ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ପରିସ୍ଥିତିର ସମୀକ୍ଷା କରିଛନ୍ତି।

ବୈଠକରୁ ଜଣାଯାଇଛି ଯେ, ସମସ୍ତ ବୋମା ଧମକ ମିଛ ଥିଲା । ପୋଲିସର ବମ୍ ଡିଟେକ୍‌ସନ୍ ସ୍କ୍ୱାଡ୍‌, କ୍ୟୁଇକ୍‌ ରିଆକ୍ସନ୍‌ ଟିମ୍, ସ୍ପେସିଆଲ ଟାକ୍ଟିକାଲ୍‌ ୟୁନିଟ୍‌, ଗୁଇନ୍ଦା ଅଧିକାରୀ ଓ ଅନ୍ୟାନ୍ୟ ସଂସ୍ଥାମାନେ ତୁରନ୍ତ ସଂପୃକ୍ତ ସ୍ଥାନକୁ ଯାଇ ପରିସ୍ଥିତିର ଅନୁସନ୍ଧାନ କରିଥିଲେ । ତେଣୁ ଭୟଭୀତ ହେବାର କୌଣସି କାରଣ ନାହିଁ ବୋଲି ବୈଠକରୁ ଜଣାଯାଇଛି ।

ତେବେ ଏହିଭଳି ଧମକ ବାରମ୍ୱାର ଆସିବାର ସମ୍ଭାବନା ଥିବାରୁ ଏଥିପାଇଁ ପ୍ରସ୍ତୁତ ହୋଇ ରହିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏଥିପାଇଁ ପୋଲିସ ପକ୍ଷରୁ ଏକ Standard Operating Procedure (SOP) ଜାରି କରିବାକୁ ଏବଂ ପ୍ରତ୍ୟେକ ମୁହୂର୍ତ୍ତରେ ଆଲର୍ଟ ହୋଇ ରହିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ରାଜ୍ୟର ବିଭିନ୍ନ ବମ୍ ସ୍କ୍ୱାଡ୍‌ କୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ବୋମାକୁ ଚିହ୍ନଟ କରିବା ଏବଂ ନିଷ୍କ୍ରିୟ କରିବା, ଏହି ଉଭୟ କାମରେ ଆମର ଦକ୍ଷ ବାହିନୀ ଅଛନ୍ତି ତେବେ ସେମାନଙ୍କୁ ଆହୁରି ଦକ୍ଷ କରିବା ପାଇଁ ଅତ୍ୟାଧୁନିକ ଟ୍ରେନିଂ ପ୍ରଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିଥିଲେ ।

ସୂଚନାଯୋଗ୍ୟ ଯେ, ଆଜି ସକାଳେ ବୋମା ଭୟ ଖବର ପାଇବା ମାତ୍ରେ ମୁଖ୍ୟମନ୍ତ୍ରୀ ତୁରନ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଓ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଆଲୋଚନା କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଥିଲେ ।

ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂ ଦେଓ, ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି. ଖୁରାନିଆ, ଗୁଇନ୍ଦା ନିର୍ଦ୍ଦେଶକ ଶ୍ରୀ ଆର୍‌.ପି. କୋଚେ ପ୍ରମୁଖ ଉପସ୍ଥିତ ଥିଲେ ।

Invest Odisha 2026: CM Clears ₹55,783 Crore Investments, 14,500 Jobs Expected ( To Read More Click Here)

Bomb Threat Odisha Home Department Mohan Majhi ବୋମା ଧମକ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Latest News

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.