Budget 2026: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ 2026 ଉପସ୍ଥାପନ କରିବାକୁ ଯାଉଛନ୍ତି। ଉପସ୍ଥାପନା ପୂର୍ବରୁ ଅର୍ଥମନ୍ତ୍ରୀ ଏବଂ ତାଙ୍କ ଅଧିକାରୀମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ସେଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁଭେଚ୍ଛା ଜଣାଇ ଅର୍ଥମନ୍ତ୍ରୀଙ୍କୁ ଦହି ଏବଂ ଚିନି ଖୁଆଇ ଥିଲେ।
ସାଧାରଣତଃ କୌଣସି ଶୁଭ କାମ କରିବାକୁ ଯିବା ବେଳେ ଘରର ମୁରବୀ ମହିଳା ତାଙ୍କୁ ଦହି ଚିନି ଖାଇବାକୁ ଦିଅନ୍ତି। ବିଶ୍ବାସ ରହିଛି ଦହିଚିନି ଖାଇବାକୁ ଦେଲେ ସମସ୍ତ କାର୍ଯ୍ୟ ସଫଳ ବା ଶୁଭ ହୋଇଥାଏ। ଦହି ସ୍ବଚ୍ଛତା ଏବଂ ଚିନି ମଧୁରତାର ପ୍ରତୀକ ଭାବେ ବିବେଚନା କରାଯାଏ। ପିଲାମାନେ ପରୀକ୍ଷା ଦେବାକୁ ଯିବା ବେଳେ ଘରର ବୟସ୍କ ମହିଳା ଏହିପରି ଦହିଚିନି ଖାଇବାକୁ ଦେଇ ଆର୍ଶିବାଦ କରିଥାନ୍ତି।
ଠିକ ସେହିପରି ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିବା ପୂର୍ବରୁ ରାଷ୍ଟ୍ରପତି ତାଙ୍କୁ ଦହି ଚିନି ଖାଇବାକୁ ଦେଇ ଶୁଭେଚ୍ଛା ଜଣାଇଛନ୍ତି। ସୀତାରମଣଙ୍କୁ ଦହି ଖୁଆଥିବା ଫଟୋ ରାଷ୍ଟ୍ରପତି ତାଙ୍କ ସାମାଜିକ ଗଣମାଧ୍ୟମରେ ମଧ୍ୟ ପୋଷ୍ଟ କରିଛନ୍ତି। ଗତଥର ମଧ୍ୟ ରାଷ୍ଟ୍ରପତି ନିର୍ମଳାଙ୍କୁ ଦହି ଖୁଆଇଥିଲେ।


