Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 
ଜାତୀୟ ଖବର

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ସିିଜିମାଳି ବିସ୍ଥାପିତ
ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

ଭୁବନେଶ୍ୱର: ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ସିଜିମାଳି ବିସ୍ଥାପିତ ଓ ପ୍ରଭାବିତ ମାନଙ୍କୁ ନ୍ୟାୟ ଦେବା ପାଇଁ ଏକ ପଦଯାତ୍ରା ରାୟଗଡା ଜିଲ୍ଲାର କାଶିପୁର କଣ୍ଟାମାଳ ଗ୍ରାମରୁ ଦିନ ୧୧ ବେଳେ ଆରମ୍ଭ ହୋଇଥିଲା। ଏହି ପଦଯାତ୍ରାରେ ଅଖିଳ ଭାରତ ଯୁବ କଂଗ୍ରେସର ରାଷ୍ଟ୍ରୀୟ ସଭାପତି ଶ୍ରୀ ଉଦୟଭାନୁ ଚିବ୍ ଯୋଗ ଦେଇଥିଲେ। ସେ ବିସ୍ଥାପିତମାନଙ୍କ ସହିତ ଆଲୋଚନା କରିଥିଲେ। ମାତ୍ର ମୋହନ ସରକାରର ନିର୍ଦ୍ଦେଶରେ ଜିଲ୍ଲା ପ୍ରଶାସନ ଏହି ପଦଯାତ୍ରାକୁ ଆଗକୁ ଯିବାକୁ ଦେଲା ନାହିଁ । ପଦଯାତ୍ରା ସଂପୂର୍ଣ୍ଣ ବନ୍ଦ କରିବା ପାଇଁ ଜିଦି ଧରିବା ସହ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ଦେଇଥିଲା।

ଏହି ଅବସରରେ ଅଖିଳ ଭାରତ ଯୁବ କଂଗ୍ରେସର ରାଷ୍ଟ୍ରୀୟ ସଭାପତି କହିଛନ୍ତି ଯେ ଆଦିବାସୀମାନଙ୍କର ଜମି, ଜଳ ଓ ଜଙ୍ଗଲ ସୁରକ୍ଷା ପାଇଁ ଯୁବ କଂଗ୍ରେସ ଲଢ଼େଇ କରୁଥିଲା। ପରିବେଶ ସୁରକ୍ଷା ଠାରୁ ଆରମ୍ଭ କରି ସେ ଅଂଚଳରେ ବେଆଇନ ଖଣି ଖନନକୁ ଯୁବ କଂଗ୍ରେସ ବିରୋଧ କରୁଥିଲା। ବିନା ଗ୍ରାମ ସଭାରେ ଖଣି ଖନନ କରିବା ଏବଂ ନିରୀହ ଆଦିବାସୀ, ଦଳିତ ଓ ବନବାସୀମାନଙ୍କୁ ତାଙ୍କ ସାତ ପୁରୁଷର ଜାଗାରୁ ହଟାଇ ବକ୍ସସାଇଟ୍ ଲୁଟ୍ କରିବା ପାଇଁ ମୋହନ ସରକାର ଦୃଢ଼ ନିଷ୍ପତ୍ତି ନେଇଛନ୍ତି। ମୋହନ ସରକାର ଏକ ଆଦିବାସୀ ବିରୋଧ ସରକାର।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଆଦିବାସୀ କିନ୍ତୁ ତାଙ୍କ ଆଚରଣ, ଉଚ୍ଚାରଣ ଓ କାର୍ଯ୍ୟକ୍ରମ ସଂପୂର୍ଣ୍ଣ ଆଦିବାସୀ ବିରୋଧି। ଯେଉଁଭଳି ଭାବରେ ଏଠାରେ ପୁଲିସ ଲଗାଇ ଆଦିବାସୀଙ୍କୁ ମରଣାନ୍ତକ ଆକ୍ରମଣ କରାଯାଉଛି ତାହା ଅସହ୍ୟ। ପ୍ରଶାସନର ବାରଣ ସତ୍ତ୍ୱେ ଆଜି ଯୁବ କଂଗ୍ରେସ ପଦଯାତ୍ରା ଆରମ୍ଭ କରିଥିଲା। ଯୁବ କଂଗ୍ରେସ ଆଦିବାସୀଙ୍କ ସ୍ୱାର୍ଥ ପାଇଁ ଲଢ଼େଇ ଜାରି ରଖିବ। ପ୍ରଦେଶ ଯୁବ କଂଗ୍ରେସ ସଭାପତି ଶ୍ରୀ ରଞ୍ଜିତ ପାତ୍ର କହିଛନ୍ତି ଯେ ପ୍ରଶାସନର ଧମକକୁ ଆମେ ଖାତିର କରିନାହୁଁ। ଆଦିବାସୀଙ୍କ ପାଇଁ ଲଢ଼େଇରେ ଯେତେ ପ୍ରତିବନ୍ଧକ ଆସୁ କିନ୍ତୁ ଆମ ଲକ୍ଷ୍ୟ ପଥରୁ ହଟିବୁ ନାହିଁ।

ଆଜିର କାର୍ଯ୍ୟକ୍ରମରେ ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପ୍ରଭାରୀ ମହେଶ ଦେଶମୁଖ, ଖୁସି ଟିଗା, ସାଧାରଣ ସମ୍ପାଦକ ସୁଦୀପ ସାମଲ, ରାଜଗାଙ୍ଗପୁର ବିଧାୟକ ସି.ଏସ୍‌.ରାଜ ଏକ୍କା, ଆଲୋକ ଦାସ, ମୋହନ ନାୟକ, ସୁରଜ ବେହେରା, ପବିତ୍ର ସେଠୀ, ଲକ୍ଷ୍ମୀପ୍ରିୟା ନାୟକ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ।

Sijimali Vedanta Vedanta Lanjigarh ବେଦାନ୍ତ ସିଜିମାଳି
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026
Latest News

ରେଳ ଯାତ୍ରୀଙ୍କ ପାଇଁ ସହଜ ହେବ ଯାତ୍ରା: ଗୋଟିଏ ଆପ୍ ରେ ପାଇବେ ସବୁ ପ୍ରକାର ସୁବିଧା

July 31, 2026

SCO ଶିଖର ସମ୍ମିଳନୀ ପାଇଁ ପାକିସ୍ତାନ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ମୋଦି?: ଇସଲାମାବାଦ କରୁଛି ପ୍ରସ୍ତୁତି!

July 31, 2026

CJP ପ୍ରତିବାଦ ସମୟରେ ହିଂସା ମାମଲା: ଦୁଃଖ ବଖାଣିଲେ ଆହତ ପୋଲିସ ଅଧିକାରୀଙ୍କ ପରିବାର

July 31, 2026

CWG 2026: ଆଜି ସେମିଫାଇନାଲରେ ଖେଳିବେ ୧୦ ଭାରତୀୟ ବକ୍ସର, ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.