Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

June 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି
ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି, ରାଇରଙ୍ଗପୁରରେ ହେବ ଉତ୍ସବ, ଯୋଗ ଦେବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଠାରେ ଆୟୋଜିତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଯୋଗଦେବା ପାଇଁ ସ୍ୱୀକୃତି ଦେଇଛନ୍ତି। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି।

ବୈଠକରେ ମୁଖ୍ୟମନ୍ତ୍ରୀ କାର୍ଯ୍ୟକ୍ରମ ସ୍ଥଳୀରେ ସୁରକ୍ଷା ବ୍ୟବସ୍ଥା, ସଭାରେ ଯୋଗଦେଉଥିବା ସାଧାରଣ ଲୋକଙ୍କ ପାଇଁ ସୁବିଧା, ପର୍ଯ୍ୟାପ୍ତ ପାର୍କିଂ ବ୍ୟବସ୍ଥା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଯେହେତୁ ଉଭୟ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗଦେଉଛନ୍ତି ତେଣୁ ଏହି କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ଆୟୋଜନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ପ୍ରକାଶ କରି ସେଥିପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ବୈଠକରୁ ଜଣାଯାଇଛି ଯେ, ମାନ୍ୟବର ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଏହି ଅବସରରେ ଓଡିଶା ପାଇଁ ଅନେକ ଗୁଡିଏ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପର ଉଦ୍‍ଘାଟନ ଓ ଶିଳାନ୍ୟାସ କରାଯିବାର କାର୍ଯ୍ୟକ୍ରମ ରହିଛି। ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ, ଉନ୍ନୟନ କମିଶନର ଶ୍ରୀ ଡି.କେ. ସିଂହ, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର ପ୍ରମୁଖ ଯୋଗଦେଇଥିଲେ।

ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ପ୍ରଧାନ ମନ୍ତ୍ରୀ ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Latest News

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.