ଲକ୍ଷ୍ନୌ: ଆଜି ଲକ୍ଷ୍ନୌର ଆଲିଗଞ୍ଜରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ସୂଚନା ମୁତବକ, ଏହି ଅଗ୍ନିକାଣ୍ଡରେ ପ୍ରାୟ ୧୪ ଜଣାଙ୍କର ମୃତ୍ୟୁ ହୋଇଛି। ପ୍ରଧାନମନ୍ତ୍ରୀ ମୋଦୀ ଏହି ଦୁଃଖଦ ଘଟଣା ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦,୦୦୦ ଟଙ୍କା ସହାୟତା ରାଶି ଘୋଷଣା କରାଯାଇଛି।
ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଦ୍ୱାରା ଜାରି ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, “ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନିରେ ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା। ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ଅଧିକାରୀମାନେ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇ ଦେଉଛନ୍ତି।”
ପ୍ରଧାନମନ୍ତ୍ରୀ ଦୁର୍ଘଟଣାର ପୀଡିତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା ମଧ୍ୟ କରିଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (PMNRF) ରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ମିଳିବ।
ଲକ୍ଷ୍ନୌର ଏକ କୋଚିଂ ଇନଷ୍ଟିଚ୍ୟୁଟରେ ଭୟଙ୍କର ଅଗ୍ନିକାଣ୍ଡକୁ ନେଇ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଭାବପ୍ରବଣ ହୋଇଛନ୍ତି। ଗଣମାଧ୍ୟମ ସହିତ କଥାବାର୍ତ୍ତା କରିବା ସମୟରେ ତାଙ୍କ ଆଖି ଲୁହରେ ଭରିଯାଇଛି। ସେ କହିଛନ୍ତି ଯେ, “ମୁଁ ମୋ ଆଖିରେ ୧୪ଟି ମୃତଦେହ ଦେଖିଛି।” ଏହି ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି।


