Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ସ୍ନାନମଣ୍ଡପରେ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି, ‘ଜୟ ଜଗନ୍ନାଥ’ ଧ୍ୱନିରେ କମ୍ପିଲା ବଡ଼ଦାଣ୍ଡ
ଜାତୀୟ ଖବର

ସ୍ନାନମଣ୍ଡପରେ ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି, ‘ଜୟ ଜଗନ୍ନାଥ’ ଧ୍ୱନିରେ କମ୍ପିଲା ବଡ଼ଦାଣ୍ଡ

June 29, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link

ପୁରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ସଫଳତାର ସହ ସମ୍ପନ୍ନ ହୋଇଛି ପବିତ୍ର ପହଣ୍ଡି ବିଜେ ନୀତି। ରତ୍ନବେଦି ଛାଡ଼ି ସ୍ନାନମଣ୍ଡପକୁ ବିଜେ କରିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଠାକୁର ବଳଭଦ୍ର ଓ ଦେବୀ ସୁଭଦ୍ରା। ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦିବ୍ୟ ଦର୍ଶନ ପାଇ ଭକ୍ତମାନଙ୍କ ମଧ୍ୟରେ ଦେଖାଦେଇଛି ଅପାର ଉତ୍ସାହ ଓ ଭକ୍ତିଭାବ।

ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମରେ ବଡ଼ଦାଣ୍ଡ ଭକ୍ତିର ସାଗରରେ ପରିଣତ ହୋଇଛି। କାହାରି ଆଖିରେ ଆନନ୍ଦାଶ୍ରୁ, କାହାରି କଣ୍ଠରେ ଗୁଞ୍ଜରିତ ହେଉଛି “ଜୟ ଜଗନ୍ନାଥ” ଧ୍ୱନି। ସ୍ନାନମଣ୍ଡପରେ ପ୍ରଭୁଙ୍କ ଦର୍ଶନ ପାଇ ଭାବବିହ୍ବଳ ଭକ୍ତମାନେ ପ୍ରାର୍ଥନା କରୁଛନ୍ତି—”ହେ ଜଗତନାଥ, ସଦା ଆମ ଉପରେ ତୁମର କୃପାଦୃଷ୍ଟି ରହୁ।”

ଦୂରଦୂରାନ୍ତରୁ ଆସିଥିବା ଶ୍ରଦ୍ଧାଳୁଙ୍କ ବିଶ୍ୱାସ, ମହାପ୍ରଭୁଙ୍କ ଏକ ଝଲକ ଦର୍ଶନ ମାତ୍ରରେ ମନକୁ ମିଳେ ଅପାର ଶାନ୍ତି ଏବଂ ଜୀବନ ପାଏ ନୂଆ ଆଶୀର୍ବାଦ। ସ୍ନାନଯାତ୍ରା ଅବସରରେ ପୁରୀ ବଡ଼ଦାଣ୍ଡ ଏବେ ଭକ୍ତି, ଆସ୍ଥା ଓ ଆଧ୍ୟାତ୍ମିକ ଉଲ୍ଲାସରେ ସମ୍ପୂର୍ଣ୍ଣ ମୁଖରିତ।

ଦେବସ୍ନାନ ପୂର୍ଣ୍ଣିମାର ପୂର୍ବ ଦିନ ମହାପ୍ରଭୁଙ୍କ ପାଇଁ ଶ୍ରୀମନ୍ଦିରର ଦେବଯାନ ମାର୍ଗରେ ଅବା ସୁନା କୂଅରୁ ୧୦୮ କଳସ ଜଳ ସଂଗ୍ରହ କରାଯାଏ । ଏହି ସୁନା କୂଅଟି ଶୀତଳା ଠାକୁରାଣୀ ଓ ତାଙ୍କ ବାହାନ ସିଂହଙ୍କ ମଧ୍ୟରେ ଅବସ୍ଥିତ । କୂଅର ବ୍ୟବହାର ବର୍ଷସାରା ନଥବାରୁ ଜନପଦୀୟ ତାନ୍ତ୍ରିକ ପରମ୍ପରାରେ ଏହି ଜଳକୁ ଅଣତୁଠ ପାଣି ବୋଲି ଗ୍ରହଣ କରାଯାଏ । ସ୍ନାନଲୀଳାରେ ବୈଦିକ ବିଧିରେ ସ୍ନାନ ଜଳ ଅଭିମନ୍ତ୍ରିତ ହେଉଥବା ବେଳେ ସ୍ଥାନ କାଳରେ ତାନ୍ତ୍ରିକ ବିଧିରେ ତେରଟି ପଦାର୍ଥ ମିଶ୍ରଣ କରାଯାଏ । ଯଜ୍ଞ ପରମ୍ପରାରେ ଏହି କୂଅକୁ ‘ପ୍ରଣୀତାକୂପ’ ବୋଲି କୁହାଯାଏ । ପ୍ରାଚୀନ କାଳରେ ମଧ୍ୟ ଓଡ଼ିଶାରେ ଛୁଆଟିଏ ଜନ୍ମ ହେଲେ ତାହାକୁ ଅଣତୁଠ ପାଣି ମିଶ୍ରଣ କରାଯାଇ ସ୍ନାନ କରିବାର ପରମ୍ପରା ରହିଥଲା । ଏହାଦ୍ୱାରା ଦୁଷ୍ଟ ଶକ୍ତିଙ୍କ ପ୍ରଭାବ କଅଁଳା ପିଲାଙ୍କ ଉପରେ ପଡ଼େନାହିଁ । ଅଭିମନ୍ତ୍ରିତ ହୋଇଥିବା ଜଳରେ ୧୦୮ କଳସରେ ଅଷ୍ଟବନ୍ଧ, କୃଷ୍ଣ-ଅଗୁରୁ, ଉଶୀର, ଗୋରଚନା, ଦେବଦାରୁ, ମୁଥା, ହରିତାଳ, ବାହାଡ଼ା, ଆମଳକୀ, ସଞ୍ଚିଷ୍ଠା, ତାମ୍ରପର୍ଣ୍ଣୀ, ସୋମପର୍ଣ୍ଣୀ ଓ ଲୋଧା ମିଶ୍ରତ କରାଯାଏ । ଏହି ମହୌଷଧି ମିଶ୍ରଣ କରାଯିବା ପରେ ଜଳକୁ ଅଭିମନ୍ତ୍ରିତ କରାଯାଏ । ସେହି ଗନ୍ଧଯୁକ୍ତ ଅଭିମନ୍ତ୍ରିତ ଜଳରେ ଦାରୁବ୍ରହଙ୍କୁ ଶ୍ରୀଜୀଉମାନଙ୍କୁ ୧୦୮ ଗରା ଜଳରେ ସ୍ନାନ କରାଯାଏ ।  ଏହି ଜଳରୁ ୩୫ ଗରା ଜଗନ୍ନାଥଙ୍କୁ, ୩୩ ଗରା ବଳଭଦ୍ରଙ୍କୁ, ୨୨ ଗରା ସୁଭଦ୍ରାଙ୍କୁ ଓ ୧୮ ଗରା ସୁଦର୍ଶନଙ୍କୁ ସ୍ନାନ କରାଯାଏ ।ଏହାକୁ “ପ୍ରତ୍ୟେକ୍ଷ ଅବକାଶ” କହନ୍ତି । ପ୍ରଭୁଙ୍କୁ ଏହି ଦିନ ଗଜାନନ ବେଶ କରାଯାଏ । ଏହି ଦିନ ରାଘବଦାସ ମଠ ପକ୍ଷରୁ ଦେବୀ ସୁଭଦ୍ରାଙ୍କୁ ଫୁଲଚୂଳ, ଚନ୍ଦ୍ରିକା ଓ ଛତ୍ରି ନାଗି କରାଯାଇ ବେଶ କରାଯାଏ । ଗୋପାଳତୀର୍ଥ ମଠଦ୍ୱାରା ପ୍ରଦତ୍ତ ଶ୍ରୀବଳଭଦ୍ରଙ୍କୁ ଗଜାନନ ବେଶ ଓ ଶୁଦର୍ଶନଙ୍କୁ ଚକ୍ର ଲାଗି କରାଯାଏ । ଏହି ଦିନ ତିନି ଧୂପ ବଦଳରେ ଗୋଟିଏ ଧୂପ ଦିଆଯାଏ ।

ଲୀଳାମୟଙ୍କ ମାନବୀୟ ଲୀଳା ଅତ୍ୟନ୍ତ ମନୋରବ । ଆଜି ୧୦୮ କଳସୀ ଜଳରେ ସ୍ନାନ କରିବା ପରେ ଶ୍ରୀଜୀଉ ନେତ୍ରୋତ୍ସବ ପର୍ଯ୍ୟନ୍ତ ଦିର୍ଘ ୧୫ ଦିନ ଯାଏଁ ଅଣସର ଘରେ ରହିବେ ।

ଗଜାନନ ବେଶ ଜୟ ଜଗନ୍ନାଥ ଦେବସ୍ନାନ ପୂର୍ଣ୍ଣିମା
Share. Facebook Twitter LinkedIn Email WhatsApp Copy Link

Related Posts

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026
Latest News

ବାୟୁସେନା ମୁଖ୍ୟ ଏପି ସିଂହଙ୍କ ‘ତେଜସ୍’ରେ ସରିଲା ଶେଷ ଉଡ଼ାଣ

October 13, 2026

JNU ଯୌନ ନିର୍ଯାତନା ମାମଲା: କଂଗ୍ରେସ ସାଂସଦଙ୍କୁ ନିଲମ୍ବନ ଦାବି, ରାଷ୍ଟ୍ରପତିଙ୍କୁ ଭେଟିବେ ବିଜେପି ସାଂସଦ

October 13, 2026

ପାକିସ୍ତାନରେ ଟ୍ରେନ୍ ଦୁର୍ଘଟଣା: ୫ ମୃତ, ଏକାଧିକ ଆହତ

October 13, 2026

ନିଶାଦ୍ରବ୍ୟ ବିରୁଦ୍ଧରେ ଅଭିଯାନ ଚଳାଇଥିବା ପରମିନ୍ଦର ସିଂହଙ୍କୁ ଗୁଳି କରି ହତ୍ୟା

October 13, 2026

Truecallerରୁ ହଟାନ୍ତୁ ନିଜ ନମ୍ବର ଓ ବ୍ୟକ୍ତିଗତ ତଥ୍ୟ, ଏହି ସହଜ ଟ୍ରିକ୍‌ ଜାଣି ରଖନ୍ତୁ

October 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.