Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ
ଜାତୀୟ ଖବର

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ
ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ରେଳ ଭିତ୍ତିଭୂମିର ଆଧୁନିକୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶର ୭୫ଟି ପୁନନିର୍ମିତ ରେଳ ଷ୍ଟେସନର ଉଦ୍‌ଘାଟନ କରିବେ। ଏହି ମେଗା ପ୍ରକଳ୍ପରେ ଓଡ଼ିଶାର ୭ଟି ପ୍ରମୁଖ ଷ୍ଟେସନ ଯଥା— ବଲାଙ୍ଗୀର, ବରପାଲି, ପାରଳାଖେମୁଣ୍ଡି, ତାଳଚେର, କେସିଙ୍ଗା, ବାରିପଦା ଏବଂ ବିମଳଗଡ଼ ସାମିଲ ରହିଛି, ଯାହାର ନବକଳେବର ହୋଇଛି।

କେନ୍ଦ୍ର ସରକାରଙ୍କ ‘ଅମୃତ ଭାରତ ଷ୍ଟେସନ ଯୋଜନା’ ଅଧୀନରେ ଏହି ଷ୍ଟେସନ ଗୁଡ଼ିକୁ ବିଶ୍ୱସ୍ତରୀୟ, ସମାବେଶୀ ଏବଂ ଭବିଷ୍ୟତର ଆବଶ୍ୟକତାକୁ ଚାହିଁ ବିକଶିତ କରାଯାଇଛି। ଓଡ଼ିଶାର ଏହି ୭ଟି ଷ୍ଟେସନର ନବୀକରଣ ପାଇଁ ପ୍ରାୟ ୧୦୯ କୋଟି ଟଙ୍କା ବ୍ୟୟ କରାଯାଇଛି। ସ୍ଥାନୀୟ ଐତିହ୍ୟକୁ ବଜାୟ ରଖିବା ସହ ଯାତ୍ରୀମାନଙ୍କୁ ଆଧୁନିକ ସେବା ଯୋଗାଇଦେବା ଏହି ଯୋଜନାର ମୂଳ ଲକ୍ଷ୍ୟ।

ଯାତ୍ରୀଙ୍କ ସୁବିଧା ପାଇଁ ଆକର୍ଷଣୀୟ ନୂଆ ଷ୍ଟେସନ ଭବନ ନିର୍ମାଣ କରାଯିବା ସହ ଗାଡ଼ି ଚଳାଚଳ ନିୟନ୍ତ୍ରଣ ପାଇଁ ପ୍ରବେଶ ପଥକୁ ପ୍ରଶସ୍ତ କରାଯାଇଛି। ଷ୍ଟେସନ ଗୁଡ଼ିକରେ ଲିଫ୍ଟ ସୁବିଧା ସହ ୧୨ ମିଟର ଚଉଡ଼ାର ପାଦଚଲା ପୋଲ ନିର୍ମାଣ କରାଯାଇଛି, ଯାହା ଦ୍ୱାରା ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକମାନେ ସହଜରେ ଯାତାୟାତ କରିପାରିବେ।
ଯାତ୍ରୀଙ୍କ ଆରାମଦାୟକ ଯାତ୍ରା ପାଇଁ ପ୍ଲାଟଫର୍ମଗୁଡ଼ିକରେ ଉନ୍ନତ ଆଶ୍ରୟସ୍ଥଳୀ, ଅତ୍ୟାଧୁନିକ ଅପେକ୍ଷା ଗୃହ, ସ୍ୱଚ୍ଛ ଶୌଚାଳୟ ଏବଂ ଡିଜିଟାଲ୍ ଯାତ୍ରୀ ସୂଚନା ଫଳକ ଲଗାଯାଇଛି। ଏହାସହ ଷ୍ଟେସନ ବାହାରେ ଗହଳି ନିୟନ୍ତ୍ରଣ କରିବା ପାଇଁ ପାର୍କିଂ ଜାଗାକୁ ଅଧିକ ପ୍ରଶସ୍ତ ଓ ବ୍ୟବସ୍ଥିତ କରାଯାଇଛି।

ଏହି ନବୀକରଣର ସବୁଠାରୁ ଆକର୍ଷଣୀୟ ଦିଗ ହେଉଛି ଷ୍ଟେସନ ଗୁଡ଼ିକର ସୁନ୍ଦର କଳାକୃତି। ପ୍ରତ୍ୟେକ ଷ୍ଟେସନର ନିର୍ମାଣ ଶୈଳୀରେ ଓଡ଼ିଶାର ସମୃଦ୍ଧ ସଂସ୍କୃତି ଦେଖିବାକୁ ମିଳିବ। ଏଥିରେ ସ୍ଥାନୀୟ ହସ୍ତତନ୍ତ, ପାରମ୍ପରିକ ଶିଳ୍ପ ଏବଂ ଆଦିବାସୀ କଳାର ଚିତ୍ର ସ୍ଥାନ ପାଇଛି, ଯାହା ଓଡ଼ିଶାର ଗୌରବମୟ ପରିଚୟକୁ ପ୍ରଦର୍ଶିତ କରିବ।

ଏହି ସାତଟି ଷ୍ଟେସନର ପୁନଃବିକାଶ ଭାରତୀୟ ରେଳବାଇର ଓଡ଼ିଶାର ସାମଗ୍ରିକ ସାମାଜିକ-ଅର୍ଥନୈତିକ ବିକାଶରେ ଯୋଗଦାନ ଦେବା ସହିତ ନିରାପଦ, ଆଧୁନିକ, ଅନ୍ତର୍ଭୁକ୍ତ ଏବଂ ଆରାମଦାୟକ ଯାତ୍ରା ସୁବିଧା ଯୋଗାଇବା ପାଇଁ ଚାଲିଥିବା ପ୍ରୟାସରେ ଆଉ ଏକ ମାଇଲଖୁଣ୍ଟ।

ଅମୃତ ଭାରତ ଷ୍ଟେସନ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ କେସିଙ୍ଗା ତାଳଚେର ପାରଳାଖେମୁଣ୍ଡି ବରପାଲି ବଲାଙ୍ଗୀର ବାରିପଦା ବିମଳଗଡ଼
Share. Facebook Twitter LinkedIn Email WhatsApp Copy Link

Related Posts

CWC ବୈଠକ: ବନ୍ଦେ ମାତରମ୍ ଉପରେ ଗୃହୀତ ପ୍ରସ୍ତାବ 

August 19, 2026

ବିଶ୍ଵସ୍ତରୀୟ ଏସସିବି ମେଗା ପ୍ରକଳ୍ପର ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 19, 2026

ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

August 19, 2026

E10 ପେଟ୍ରୋଲ ଫେରାଇ ଆଣିବାକୁ ବିଚାର କରୁଛନ୍ତି ସରକାର: ଜାଣନ୍ତୁ ଲାଭ

August 19, 2026
Latest News

ଚତୁର୍ଥ ଦିବସରେ ଅହୋରାତ୍ର ଧାରଣା: ରାଜରାସ୍ତାରେ ହଜାର ହଜାର ଅଧ୍ୟାପକ, ଶିକ୍ଷକ ଓ ଶିକ୍ଷାକର୍ମଚାରୀ

August 19, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶାମୁକ୍ତି ମହାଅଭିଯାନ

August 19, 2026

CWC ବୈଠକ: ବନ୍ଦେ ମାତରମ୍ ଉପରେ ଗୃହୀତ ପ୍ରସ୍ତାବ 

August 19, 2026

ବିଶ୍ଵସ୍ତରୀୟ ଏସସିବି ମେଗା ପ୍ରକଳ୍ପର ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 19, 2026

ଅଟୋକୁ ବଞ୍ଚେଇବାକୁ ଯାଇ ଗଛକୁ ପିଟିଲା ପୋଲିସ୍ ଗାଡ଼ି

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.