Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ଆର୍ଟିକାଲ ୩୭୦’ ଶ୍ରେଷ୍ଠ ଫିଚର ଫିଲ୍ମ, ୟମୀ ଗୌତମ ଶ୍ରେଷ୍ଠ ଅଭିନେତ୍ରୀ
ଜାତୀୟ ଖବର

୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ‘ଆର୍ଟିକାଲ ୩୭୦’ ଶ୍ରେଷ୍ଠ ଫିଚର ଫିଲ୍ମ, ୟମୀ ଗୌତମ ଶ୍ରେଷ୍ଠ ଅଭିନେତ୍ରୀ

July 19, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
'ଆର୍ଟିକାଲ ୩୭୦'
୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 'ଆର୍ଟିକାଲ ୩୭୦' ଶ୍ରେଷ୍ଠ ଫିଚର ଫିଲ୍ମ, ୟମୀ ଗୌତମ ଶ୍ରେଷ୍ଠ ଅଭିନେତ୍ରୀ

ନୂଆଦିଲ୍ଲୀ: ୨୦୨୪ ମସିହା ପାଇଁ ଶନିବାର ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି। ଭାରତୀୟ ଚଳଚ୍ଚିତ୍ର କ୍ଷେତ୍ରରେ ଫିଚର ଫିଲ୍ମ, ଅଣ-ଫିଚର ଫିଲ୍ମ ଏବଂ ସିନେମା ଉପରେ ଲେଖା ଆଦି ବର୍ଗରେ ଏହି ସମ୍ମାନ ଘୋଷଣା କରାଯାଇଛି। “ଆର୍ଟିକାଲ ୩୭୦” ଶ୍ରେଷ୍ଠ ଫିଚର ଫିଲ୍ମ ପୁରସ୍କାର ଜିତିଥିବା ବେଳେ ‘ଭଙ୍ଗାର’କୁ ଶ୍ରେଷ୍ଠ ଅଣ-ଫିଚର ଫିଲ୍ମ ଏବଂ ‘ରାମ-ନାମୀ’କୁ ଶ୍ରେଷ୍ଠ ପ୍ରାମାଣିକ ଚଳଚ୍ଚିତ୍ର ପୁରସ୍କାର ପାଇଁ ମନୋନିତ କରାଯାଇଛି।

‘ଆର୍ଟିକିଲ୍ ୩୭୦’ ପାଇଁ ୟମୀ ଗୌତମଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇବାକୁ ମନୋନିତ ହୋଇଛନ୍ତି। ‘ଚନ୍ଦୁ ଚାମ୍ପିଅନ୍’ ପାଇଁ କାର୍ତ୍ତିକ୍ ଆର୍ଯ୍ୟନ୍ ଏବଂ ‘ବ୍ରମାୟୁଗମ୍’ ଲାଗି ମାମୁଟି ଶ୍ରେଷ୍ଠ ଅଭିନେତା ପୁରସ୍କାର ପାଇବେ। ‘ସ୍ୱାତନ୍ତ୍ର୍ୟ ବୀର ସାଭରକର’ ଚଳଚ୍ଚିତ୍ର ପାଇଁ ରଣଦୀପ ହୁଡା ଶ୍ରେଷ୍ଠ ପଦାର୍ପଣକାରୀ ନିର୍ଦ୍ଦେଶକ ପୁରସ୍କାର ପାଇବେ।

ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ଓଡ଼ିଆ ଚଳଚ୍ଚିତ୍ର ‘ଲହରୀ’କୁ ୨୦୨୪ ବର୍ଷ ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ନିମନ୍ତେ ଚୟନ କରାଯାଇଛି। ପୁରସ୍କାର ବାବଦରେ ଚଳଚ୍ଚିତ୍ରର ପ୍ରଯୋଜକ ଓ ନିର୍ଦ୍ଦେଶକଙ୍କୁ ୨ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଏବଂ ରଜତ କମଳ ପ୍ରଦାନ କରାଯିବ।

‘କଳକି ୨୮୯୮ ଏଡି’ (ତେଲୁଗୁ)କୁ ସାମଗ୍ରିକ ଭାବେ ସର୍ବଶ୍ରେଷ୍ଠ ମନୋରଞ୍ଜନଧର୍ମୀ ଚଳଚ୍ଚିତ୍ର ଭାବେ ଜାତୀୟ ସମ୍ମାନ ମିଳିବ । ଜାତୀୟ, ସାମାଜିକ ଓ ପରିବେଶଗତ ଆଦର୍ଶର ପ୍ରୋତ୍ସାହନ ଲାଗି ‘କ୍ୟାପ୍ଟେନ୍‌ ମିଲର’ (ତାମିଲ)କୁ ଶ୍ରେଷ୍ଠ ଫିଚର ଫିଲ୍ମ ପୁରସ୍କାର ମିଳିବ । ସମ୍ପାଦନା ବର୍ଗରେ ମଧ୍ୟ ଏହି ଚଳଚ୍ଚିତ୍ର ଶ୍ରେଷ୍ଠ ପୁରସ୍କାର ପାଇବ । ତେଲୁଗୁ ଭାଷୀ ଚଳଚ୍ଚିତ୍ର ‘ଚିନ୍ନା କତା କାଦୁ’ ଶ୍ରେଷ୍ଠ ଶିଶୁ ଚଳଚ୍ଚିତ୍ର ପୁରସ୍କାର ଲାଗି ଚୟନ କରାଯାଇଛି । ତାମିଲ ଚଳଚ୍ଚିତ୍ର ‘ଅମରନ’ ପାଇଁ ରାଜକୁମାର ପେରିସାମୀଙ୍କୁ ଶ୍ରେଷ୍ଠ ନିର୍ଦ୍ଦେଶନା ପୁରସ୍କାର ମିଳିବ । ସେହିପରି ସଞ୍ଜୟ ମିଶ୍ରା ‘ଭକ୍ଷକ’ ଚଳଚ୍ଚିତ୍ର ପାଇଁ ଶ୍ରେଷ୍ଠ ସହ ଅଭିନେତା ପୁରସ୍କାର ପାଇବେ।  ‘ପୁଷ୍ପା: ଦି ରୁଲ୍ ପାର୍ଟ-୨’କୁ ଶ୍ରେଷ୍ଠ ସ୍କ୍ରିନ୍‌ପ୍ଲେ, ‘ସ୍ତ୍ରୀ-୨’ ଚଳଚ୍ଚିତ୍ରର ‘ଆଜ୍‌ କି ରାତ୍‌’ ଗୀତକୁ ଶ୍ରେଷ୍ଠ ନୃତ୍ୟ ନିର୍ଦ୍ଦେଶନା, ହିନ୍ଦୀ ଚଳଚ୍ଚିତ୍ର ‘ଭୁଲ୍‌ ଭୁଲୈୟା-୩’କୁ ଶ୍ରେଷ୍ଠ ସାଉଣ୍ଡ ଡିଜାଇନ୍‌ ପୁରସ୍କାର ପାଇଁ ମନୋନିତ କରାଯାଇଛି।

ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଭାରତୀୟ ଚଳଚ୍ଚିତ୍ର ୟମୀ ଗୌତମ ଶ୍ରେଷ୍ଠ ଅଭିନେତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଅର୍ଥ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ପୁଞ୍ଜିବ୍ୟୟ ଆହୁରି ବୃଦ୍ଧି କରିବାକୁ ଦେଲେ ପରାମର୍ଶ

August 11, 2026

‘ୱକଫ ବୋର୍ଡରେ ୧୦୦୦ କୋଟିର ଦୁର୍ନୀତି’: ପୂର୍ବତନ ଅଧ୍ୟକ୍ଷଙ୍କ ଗୁରୁତର ଅଭିଯୋଗ

August 11, 2026
Latest News

ଓଡିଶା ବିଧାନସଭାର ବିଭାଗୀୟ ସ୍ଥାୟୀ କମିଟି – ୭ ର ସଦସ୍ୟମାନଙ୍କ ତାମିଲନାଡ଼ୁ ଗସ୍ତ

August 12, 2026

ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

August 12, 2026

ରାଶିଫଳ: ସେପ୍ଟେମ୍ବର ୧୨ ତାରିଖରେ ସାତୋଟି ରାଶିର ଲୋକଙ୍କ ପାଇଁ ରହିଛି ବିପଦ

August 12, 2026

ଜିଲ୍ଲାପାଳଙ୍କ ଅଫିସ୍‌ରେ କୀଟନାଶକ ପିଇଲେ ବ୍ୟକ୍ତି

August 12, 2026

ପିକ୍‌ଅପ୍‌ ଭ୍ୟାନ୍‌ ଓଲଟି ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଶ୍ରମିକ ଆହତ

August 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.