Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା
ଜାତୀୟ ଖବର

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା
କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା
ନୂଆଦିଲ୍ଲୀ/ ଭୁବନେଶ୍ୱର: ଆଜି ନୂଆଦିଲ୍ଲୀଠାରେ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ସି. ଆର. ପାଟିଲଙ୍କ ଅଧ୍ୟକ୍ଷତାରେ ମହାନଦୀ ଜଳ ବିବାଦ ସମ୍ପର୍କରେ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଛନ୍ତି। ଏଥିରେ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେବ ସାଏ, ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଜଳଶକ୍ତି ମନ୍ତ୍ରାଳୟର ସଚିବ ଏବଂ ଉଚ୍ଚ ପଦାଧିକାରୀମାନେ ଯୋଗଦେଇଥିଲେ।
ବୈଠକରେ ଓଡିଶାର ଅଧିକାର, ଜନସାଧାରଣଙ୍କ ସ୍ୱାର୍ଥ ଓ ଚାଷୀକୂଳର ହିତ ଏବଂ ପରିବେଶର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ସମାଧାନର ପନ୍ଥା ନିର୍ଦ୍ଧାରଣ କରିବା ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ୱ ଆରୋପ କରିଥିଲେ।
ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ଭିତରେ ଉଭୟ ରାଜ୍ୟ ମଧ୍ୟରେ ସହଯୋଗ, ସମନ୍ୱୟ ଓ ଗଠନମୂଳକ ଆଲୋଚନା ଜରିଆରେ ମହାନଦୀ ଜଳ ସମସ୍ୟାର ଏକ ସ୍ଥାୟୀ ଓ ସନ୍ତୋଷଜନକ ସମାଧାନ କରିବା ପାଇଁ ଏହି ବୈଠକରେ ଉଭୟ ମୁଖ୍ୟମନ୍ତ୍ରୀ ମତ ପ୍ରକାଶ କରିଛନ୍ତି।
କେନ୍ଦ୍ର ଜଳ କମିଶନ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଗଠିତ ଏକ କମିଟି ୩ ମାସ ମଧ୍ୟରେ ଏହାର ରିପୋର୍ଟ ମହାନଦୀ ଟ୍ରିବ୍ୟୁନାଲକୁ ପ୍ରଦାନ କରିବ।
ଓଡିଶାର ଜନସାଧାରଣଙ୍କ ସ୍ୱାର୍ଥର ସୁରକ୍ଷା ସହିତ ସମସ୍ତଙ୍କ ସହଯୋଗରେ ଏହାର ସମାଧାନ ଖୁବ୍ ଶୀଘ୍ର ହେବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆଶା ପ୍ରକାଶ କରିଛନ୍ତି।
କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ କେନ୍ଦ୍ରୀୟ ଜଳ କମିଶନ ଛତିଶଗଡ ମୁଖ୍ୟମନ୍ତ୍ରୀ ମହାନଦୀ ଟ୍ରିବ୍ୟୁନାଲ ମୋହନ ଚରଣ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026
Latest News

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

July 30, 2026

ଓଡ଼ିଶାରେ ପର୍ଯ୍ୟଟନର ବିକାଶ ପାଇଁ ୩୧୮ କୋଟିରୁ ଅଧିକ ଟଙ୍କା ମଞ୍ଜୁର: କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ

July 30, 2026

ବାଙ୍କିପୁର ଉପନିର୍ବାଚନ: ବିଜେପି ନା ପ୍ରଶାନ୍ତ କିଶୋର?, ଆଶ୍ଚର୍ଯ୍ୟ କଲା ସର୍ଭେ

July 30, 2026

ପ୍ରିୟଙ୍କା ଗାନ୍ଧୀଙ୍କୁ ଖୋଲା ଚିଠି ଲେଖିଲେ ୨୧୫ ଭାଇସ-ଚାନ୍ସେଲର: ଜାଣନ୍ତୁ କାରଣ

July 30, 2026

ଲୋକସଭାରେ ପାରିତ ହେଲା ବନ୍ଦେ ମାତରମ୍ ବିଲ୍

July 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.