Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ଜାତୀୟ ଖବର

ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 24, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

ନୂଆଦିଲ୍ଲୀ: ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଲୋଚନା ହୋଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଏବଂ ମହାକାଶ ଷ୍ଟାର୍ଟଅପ୍‌ ସିଇଓମାନଙ୍କ ମଧ୍ୟରେ କ’ଣ ସବୁ ଆଲୋଚନା ହୋଇଥିଲା, ଆସନ୍ତୁ ଜାଣିବା….

ପ୍ରଧାନମନ୍ତ୍ରୀ: ଆପଣ ଏକ ନୂଆ କ୍ଷେତ୍ରରେ ସାହସ ଦେଖାଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଆପଣ ସରକାରଙ୍କ କଥା ଉପରେ ବିଶ୍ୱାସ ରଖିଛନ୍ତି। ମୋର ସର୍ବଦା ଏହି ମତ ରହିଆସିଛି ଯେ, ଆମେ ଯେଉଁ ନିଷ୍ପତ୍ତି ନେଉ, ଆମକୁ ସେଥିରେ କାଏମ ରହିବାକୁ ପଡ଼ିବ; ଆମକୁ ବାରମ୍ବାର ନିଷ୍ପତ୍ତି ବଦଳାଇବା ଉଚିତ ନୁହେଁ। ଯାହାଦ୍ୱାରା ଯିଏ ବି କୌଣସି ରିସ୍କ ନେବାକୁ ଚାହୁଁଥିବ, ତା’ର ଏହି ବିଶ୍ୱାସ ରହିବ ଯେ, “ଠିକ୍ ଅଛି, ଯଦି କିଛି ଭୁଲ୍ ହୁଏ ତେବେ ତାହା ମୋର ନିଜ ଭୁଲ୍ ଯୋଗୁଁ ହେବ, କିନ୍ତୁ କେହି ମୋତେ ମଝି ରାସ୍ତାରେ ଛାଡ଼ିଦେବେ ନାହିଁ।” ଏବଂ ସେହି ବିଶ୍ୱାସ ସୃଷ୍ଟି କରିବା ଆମର ପ୍ରୟାସ ଥିଲା।

ସିଇଓ: ଆମେ ହେଉଛୁ ଭାରତର ପ୍ରଥମ ସ୍ପେସ୍ ଟେକ୍ ୟୁନିକର୍ଣ୍ଣ । ଜୁଲାଇ ୧୮ ରେ ଆମେ ସଫଳତାର ସହ ଭାରତର ପ୍ରଥମ ବେସରକାରୀ ରକେଟ୍ ଉତକ୍ଷେପଣ କରି ସାଟେଲାଇଟ୍ ପ୍ରେରଣ କରିଥିଲୁ। କିନ୍ତୁ ଏହା କେବଳ ଆରମ୍ଭ। ଏହା ସ୍କାଏରୁଟ୍ ପାଇଁ କେବଳ ଏକ ୱାର୍ମ-ଅପ୍ ଥିଲା, ଏହା କେବଳ ଶୁଭାରମ୍ଭ। ଆସନ୍ତା ବର୍ଷ ମଧ୍ୟଭାଗ ସୁଦ୍ଧା ଆମେ ମାସକୁ ଗୋଟିଏ ଲେଖାଏଁ ଲଞ୍ଚ୍ (ଉତକ୍ଷେପଣ) କରିବୁ। ଏହି କ୍ଷେତ୍ରକୁ ଖୋଲିଦେଇଥିବାରୁ ଆପଣଙ୍କୁ ବହୁତ ବହୁତ ଧନ୍ୟବାଦ ସାର୍। ତିନୋଟି କାରଖାନା ନିର୍ମାଣ ହୋଇସାରିଛି। ମାସକୁ ଗୋଟିଏ ରକେଟ୍ ତିଆରି କରିବାର କ୍ଷମତା ଆମର ଅଛି। ଏବଂ ଏହା କେବଳ ଆରମ୍ଭ। ସପ୍ତାହକୁ ଗୋଟିଏ, ଏପରିକି ଦିନକୁ ଏକାଧିକ ଉତ୍‌କ୍ଷେପଣ କରିବା ଆମର ଭବିଷ୍ୟତର ସ୍ୱପ୍ନ।

ସିଇଓ : ଆମେ ଏପରି ଏକ ଇଞ୍ଜିନ୍ ତିଆରି କରିଛୁ ଯାହା ବିଶ୍ୱର ଆଧୁନିକତମ ଇଞ୍ଜିନ୍‌ଗୁଡ଼ିକ ମଧ୍ୟରୁ ଅନ୍ୟତମ। ସାର୍, ଆମେ ଏହାକୁ ପ୍ରସ୍ତୁତ କରିସାରିଛୁ ଏବଂ ଏହାର ପରୀକ୍ଷଣ ଚାଲିଛି।

ପ୍ରଧାନମନ୍ତ୍ରୀ : ନିବେଶକମାନଙ୍କର ବିଶ୍ୱାସ ଅଛି ତ?

ସିଇଓ: ସାର୍, ସ୍କାଏରୁଟ୍‌ର ପ୍ରଥମ ଲଞ୍ଚ୍ ପରେ ସେମାନଙ୍କର ବିଶ୍ୱାସ ବହୁତ ବଢ଼ିଯାଇଛି।

ପ୍ରଧାନମନ୍ତ୍ରୀ : ଭଲ, ସେହି ରାସ୍ତା ଆପଣଙ୍କୁ ସାହାଯ୍ୟ କରୁଛି?

ସିଇଓ : ଏହା ବହୁତ ସାହାଯ୍ୟ କରୁଛି।

ପ୍ରଧାନମନ୍ତ୍ରୀ: ଏବେ ସାରା ବିଶ୍ୱ ଭାରତର ଷ୍ଟାର୍ଟଅପ୍‌ଗୁଡ଼ିକୁ ଖୋଜୁଥିବ ଏବଂ ଭାବୁଥିବ ଯେ ଏହା ପଛରେ କିଏ ଅଛନ୍ତି। କାରଣ ଯେତେବେଳେ କୌଣସି ବଡ଼ ସଫଳତା ମିଳେ, ସାଙ୍ଗେ ସାଙ୍ଗେ ଲୋକଙ୍କ ଧ୍ୟାନ ସେଆଡ଼କୁ ଯାଏ।

ସିଇଓ : ମୋର ମନେହୁଏ, ମହାକାଶ କ୍ଷେତ୍ର ଖୋଲିବା ପରେ ଆମେ ଏକ ବହୁତ ଭଲ ଟ୍ରେଣ୍ଡ୍ ଦେଖିବାକୁ ପାଇଛୁ। ଆମର ଯେଉଁ ନାଗରିକମାନେ ଆମେରିକା ଏବଂ ୟୁରୋପରେ ଅଛନ୍ତି, ସେମାନେ ଫେରିଆସି ଆମ ସହିତ କାମ କରିବାକୁ ଚାହୁଁଛନ୍ତି।

ପ୍ରଧାନମନ୍ତ୍ରୀ: ଆମକୁ ଅନେକ ଲୋକଙ୍କୁ ଯୋଡ଼ିବାକୁ ହେବ, ଏବଂ ମେହେଟ୍ଟା ଯେପରି କହିଲେ, ଏବେ ଯେଉଁ ଲୋକମାନେ ବିଦେଶକୁ ଚାଲିଯାଇଥିଲେ ସେମାନେ ଫେରୁଛନ୍ତି। ମୋର ବିଶ୍ୱାସ ଯେ ଆମକୁ ଏପରି ଏକ ପରିବେଶ ଓ ବାତାବରଣ ସୃଷ୍ଟି କରିବାକୁ ହେବ ଯେପରି ସାରା ବିଶ୍ୱର ଲୋକମାନେ ଅନୁଭବ କରିବେ ଯେ ଯଦି ସେମାନେ ନିଜ ଜୀବନରେ କିଛି କରିବାକୁ ଚାହୁଁଛନ୍ତି ତେବେ ସେମାନଙ୍କୁ ହିନ୍ଦୁସ୍ତାନ ଆସିବାକୁ ପଡ଼ିବ, କୌଣସି ଭାରତୀୟ ଷ୍ଟାର୍ଟଅପ୍‌ରେ ଯୋଗ ଦେବାକୁ ହେବ, କୌଣସି ଭାରତୀୟ ସ୍ପେସ୍ ଏଜେନ୍ସିରେ ଯୋଗ ଦେବାକୁ ହେବ। ମୋର ଦୃଢ଼ ବିଶ୍ୱାସ ଯେ ଆପଣମାନଙ୍କ ଯୋଗୁଁ ଆମେ ଏକ ଚୁମ୍ବକ ଭଳି ସମ୍ପୂର୍ଣ୍ଣ ପ୍ରତିଭାବାନ୍ ବ୍ୟକ୍ତିମାନଙ୍କୁ ଆକର୍ଷିତ କରିପାରିବା, ଏବଂ ତାହା ଆମ ପାଇଁ ଏକ ବହୁତ ବଡ଼ ଶକ୍ତି ପାଲଟିପାରିବ।

ସିଇଓ : ଆମର ଲକ୍ଷ୍ୟ ହେଉଛି ଯେ ଆସନ୍ତା ୧୮ ମାସ ମଧ୍ୟରେ ଆମେ ଏକ ଅନ୍ତର୍ଜାତୀୟ ଗ୍ରାଉଣ୍ଡ ଷ୍ଟେସନ୍ ନେଟୱାର୍କ ସ୍ଥାପନ କରିବା।

ସିଇଓ : ସାଟେଲାଇଟ୍‌ଗୁଡ଼ିକ ମହାକାଶରେ ୫ ବର୍ଷ କିମ୍ବା ୧୫ ବର୍ଷ ପର୍ଯ୍ୟନ୍ତ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବା ଆସିବା ପାଇଁ ଯେଉଁ ଇଞ୍ଜିନ୍ ବ୍ୟବହାର କରନ୍ତି, ଆମେ ତାହା ତିଆରି କରୁ। ବିଶ୍ୱସ୍ତରରେ ଆମକୁ ବହୁତ ଭଲ ପ୍ରତିକ୍ରିୟା ଓ ସଫଳତା ମିଳିଛି, ଏବଂ ସାର୍, ଏଥିରେ ଆପଣଙ୍କର ପ୍ରଚେଷ୍ଟା ମଧ୍ୟ ବହୁତ ଗୁରୁତ୍ୱପୂର୍ଣ୍ଣ ରହିଛି, କାରଣ ଏବେ ଭାରତୀୟ କମ୍ପାନୀଗୁଡ଼ିକୁ ରପ୍ତାନି କରିବା ପାଇଁ ସରକାରୀ ସାହାଯ୍ୟ ମିଳୁଛି।

ପ୍ରଧାନମନ୍ତ୍ରୀ: ଖର୍ଚ୍ଚ ମାମଲାରେ ଆମେ ବହୁତ ପ୍ରତିଯୋଗିତାମୂଳକ, ପ୍ରତିଭା କ୍ଷେତ୍ରରେ ତ କୌଣସି ପ୍ରଶ୍ନ ହିଁ ଉଠୁନାହିଁ, ଏବଂ ଆମ ଲୋକଙ୍କର ରିସ୍କ ନେବାର କ୍ଷମତା ସଦାବେଳେ ଅଧିକ। ଏବଂ ସେଥିପାଇଁ ଆମେ ବହୁତ ଶୀଘ୍ର ଆମର ସ୍ବତନ୍ତ୍ର ସ୍ଥାନ ତିଆରି କରିପାରିବା।

ସିଇଓ : ଏହି ରୋବୋଟିକ୍ ସ୍ପେସକ୍ରାଫ୍ଟ ମହାକାଶକୁ ଯିବ, ଅକାମୀ ହୋଇପଡ଼ିଥିବା ସାଟେଲାଇଟକୁ ସିଧାସଳଖ ଧରିବ ଏବଂ ତାହାକୁ କକ୍ଷପଥରୁ ହଟାଇଦେବ।

ସିଇଓ : ଆମେ ପ୍ରଥମ ଭାରତୀୟ କମ୍ପାନୀ ଯିଏ ଡକିଂ ଏବଂ ରିଫୁଏଲିଂ ପ୍ରଯୁକ୍ତିବିଦ୍ୟା ଉପରେ କାମ କରୁଛୁ, ମହାକାଶରେ ଏକ ଇନ୍ଧନ ଷ୍ଟେସନ୍ ସ୍ଥାପନ କରିବା ଆମର ଲକ୍ଷ୍ୟ।

ସିଇଓ : ମୋ ନାଁ ଅନ୍ତରୀକ୍ଷ, ମୋର ସହ-ସଂସ୍ଥାପକ ମୋନିକା ମଧ୍ୟ ଏଠାରେ ଅଛନ୍ତି। ସାର୍, ଆମେ ଭାରତର ପ୍ରଥମ ସ୍ପେସ୍ ଫାର୍ମା ଷ୍ଟାର୍ଟଅପ୍। ଆମେ ଏପରି ସାଟେଲାଇଟ୍ ତିଆରି କରୁଛୁ ଯାହା ମହାକାଶକୁ ଯାଇପାରିବ, ସେଠାରେ ଔଷଧ ପ୍ରସ୍ତୁତ କରିପାରିବ ଏବଂ ସେଗୁଡ଼ିକୁ ମହାକାଶରୁ ଫେରାଇ ଆଣିପାରିବ।

ପ୍ରଧାନମନ୍ତ୍ରୀ : ଆପଣଙ୍କ ନାମ ଅନ୍ତରୀକ୍ଷ, ଆପଣଙ୍କ ପରିବାର ଆଗରୁ ଏହି କ୍ଷେତ୍ରରେ ଥିଲେ କି?

ସିଇଓ : ନା ସାର୍, ମୋ ମାଆ ମୋତେ ଏହି ନାମ ଦେଇଥିଲେ।

ସିଇଓ : ଗୋଟିଏ ଲଞ୍ଚ୍ ପରେ, ବିଗତ ଗୋଟିଏ ମାସ ମଧ୍ୟରେ ଆମକୁ ଆଠଟି ଉତ୍‌କ୍ଷେପଣ ଲାଗି କଣ୍ଟ୍ରାକ୍ଟ ମିଳିସାରିଛି।

ପ୍ରଧାନମନ୍ତ୍ରୀ : ବହୁତ ବଢ଼ିଆ, ବହୁତ ବଢ଼ିଆ।

ସିଇଓ : ଏବଂ ସେଥିମଧ୍ୟରୁ ଅଧିକାଂଶ ଅନ୍ତର୍ଜାତୀୟ ଅଟନ୍ତି।

ସିଇଓ : ସାର୍, ବର୍ତ୍ତମାନ ଆମେ ୧ ନିୟୁତ କୃଷକଙ୍କ ସହ ଏହି ନବସୃଜନର ଶୁଭାରମ୍ଭ କରିବାକୁ ଯୋଜନା କରିଛୁ।

ସିଇଓ : ସାର୍, ଏହା ଆପଣଙ୍କ ପାଇଁ, ଯେପରି ଏକ ସ୍ମୃତି ହୋଇ ରହିବ।

ପ୍ରଧାନମନ୍ତ୍ରୀ: ଚମତ୍କାର।

ସିଇଓ : ଆପଣ ଘରୋଇ କ୍ଷେତ୍ର ପାଇଁ ଯେଉଁ ଦ୍ୱାର ଖୋଲିଦେଲେ, ତାହା ମାଧ୍ୟମରେ ଏବେ ବେସରକାରୀ ସାଟେଲାଇଟ୍‌ଗୁଡ଼ିକ ଭାରତର ସୌନ୍ଦର୍ଯ୍ୟକୁ ଦେଖାଉଛନ୍ତି।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ମହାକାଶ ଷ୍ଟାର୍ଟଅପ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Latest News

ରାଶିଫଳ: ସେପ୍ଟେମ୍ବର ୧୪ ତାରିଖରେ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ବିପଦ

September 14, 2026

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.