Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ
ଜାତୀୟ ଖବର

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ
ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ

ନୂଆଦିଲ୍ଲୀ: ବିହାରର ବୈଶାଳୀ ଜିଲ୍ଲାରେ ଏକ ଅଭାବନୀୟ ନୌକା ଦୁର୍ଘଟଣା ଘଟିଛି। ଗଙ୍ଗାନଦୀରେ ଏକ ଯାତ୍ରୀ ବୋଝେଇ ନୌକା ଓଲଟି ପଡ଼ିବାରୁ ୧୩ ଜଣ ଶିଶୁଙ୍କର ମୃତ୍ୟୁ ଘଟିଛି। ଏହି ହୃଦୟବିଦାରକ ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିଛନ୍ତି।

ବୈଶାଳୀ ଜିଲ୍ଲାର ରାଘୋପୁର ନିର୍ବାଚନ ମଣ୍ଡଳୀାନ୍ତର୍ଗତ ରାମପୁର ଶ୍ୟାମଚନ୍ଦ ଗ୍ରାମ ନିକଟସ୍ଥ ଗଙ୍ଗାନଦୀରେ ଏହି ଦୁର୍ଘଟଣା ଘଟିଥିଲା। ପ୍ରାୟ ୨୦ ଜଣ ଶିଶୁ (ବୟସ ୧୫ ବର୍ଷ କିମ୍ବା ତା’ଠାରୁ କମ୍‌) ଏକ ପଡ଼ୋଶୀ ଗ୍ରାମକୁ ଭୋଜି ଖାଇବାକୁ ଯାଉଥିବା ସମୟରେ ନୌକାଟି ଭାରସାମ୍ୟ ହରାଇବା ହେତୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଘଟଣା ସୂଚନା ପାଇବା ପରେ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ ପକ୍ଷରୁ ଗଙ୍ଗାନଦୀରେ ଜୋରଦାର ଉଦ୍ଧାର ଏବଂ ସର୍ଚ୍ଚ ଅପରେସନ୍‌ ଜାରି ରହିଛି।

ବୈଶାଳୀ ଜିଲ୍ଲାପାଳ ବର୍ଷା ସିଂହଙ୍କ ସୂଚନା ମୁତାବକ, ଘଟଣାସ୍ଥଳରୁ ୭ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ନାଳନ୍ଦା ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଏବଂ ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ଏକ୍ସ (X) ମାଧ୍ୟମରେ ଶୋକ ପ୍ରକାଶ କରି ରାଷ୍ଟ୍ରପତି ମୁର୍ମୁ ଲେଖିଛନ୍ତି ଯେ ବିହାରର ବୈଶାଳୀ ଜିଲ୍ଲାରେ ନୌକା ଦୁର୍ଘଟଣାରେ ଶିଶୁମାନଙ୍କର ମୃତ୍ୟୁ ଖବର ଅତ୍ୟନ୍ତ ମର୍ମନ୍ତୁଦ ଏବଂ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କର ଆଶୁଆରୋଗ୍ୟ କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଏହି ଦୁର୍ଘଟଣାରେ ଗଭୀର ଶୋକପ୍ରକାଶ କରିବା ସହ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ଫଣ୍ଡ (PMNRF)ରୁ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଏହାସହିତ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ।

ବିହାର ନୌକା ଦୁର୍ଘଟଣା ଶିଶୁ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ନବରାତ୍ରୀ ସମୟରେ ଆପଣ ଏହି ସବୁ ସ୍ଵପ୍ନ ଦେଖୁଛନ୍ତି କି?: ତେବେ ମାତା ଦୂର୍ଗାଙ୍କ ପାଇବେ ଆଶୀର୍ବାଦ

October 14, 2026

ମମତା ବାନାର୍ଜୀଙ୍କୁ ଛୁରୀରେ ଆକ୍ରମଣ ଉଦ୍ୟମ: ମହିଳା ଅଟକ

October 14, 2026
Latest News

ବିହାର ନୌକା ଦୁର୍ଘଟଣା: ୧୩ ଶିଶୁ ମୃତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

October 14, 2026

‘ଯଦି ଅମ୍ପାୟାର ନିରପେକ୍ଷ ନୁହଁନ୍ତି, ତେବେ…’: ECI କୁ ଏଭଳି ପରାମର୍ଶ ଦେଲେ ପୂର୍ବତନ ନିର୍ବାଚନ କମିଶନର

October 14, 2026

୫ ଦିନିଆ ନ୍ୟାୟିକ ହେପାଜତକୁ ଗଲେ ଆଶୁତୋଷ ରାଙ୍କା ଏବଂ ସୌରଭ ଦାସ

October 14, 2026

ଭାରତ ଗସ୍ତରେ ଆସିବେ ଆମେରିକା ବୈଦେଶିକ ସଚିବ ମାର୍କୋ ରୁବିଓ

October 14, 2026

ଦିଲ୍ଲୀ କ୍ୟାପିଟାଲ୍ସର ଆସିଷ୍ଟାଣ୍ଟ୍ ଓ ବ୍ୟାଟିଂ କୋଚ୍ ହେଲେ ଯୁବରାଜ ସିଂହ

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.