କୋଲକାତା: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସିପିଆଇ(ଏମ୍) ନେତା ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଆଜି ଅପରାହ୍ନରେ କୋଲକାତାର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ନିଃଶ୍ୱାସ ପ୍ରଶ୍ୱାସରେ ଅସୁବିଧା ଅନୁଭବ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ‘ଫ୍ଲୁ କ୍ଲିନିକ୍’ରେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟଙ୍କୁ ଭର୍ତ୍ତି କରାଯାଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଦ୍ଧଦେବଙ୍କ ଆରୋଗ୍ୟ କାମନା କରିଛନ୍ତି।
ସୂଚନାଯୋଗ୍ୟ, 2000 ମସିହାରୁ 2011 ପର୍ଯ୍ୟନ୍ତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ । 2018 ମସିହାରେ ସ୍ବାସ୍ଥ୍ୟଗତ ସମସ୍ୟା କାରଣରୁ ସିପିଏମର ପଲ୍ଟିବ୍ୟୁରୋ, କେନ୍ଦ୍ରୀୟ ସମିତିରୁ ଓହରିଯାଇଛନ୍ତି ।


