Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବର୍ଷାଙ୍କ ଭଳି ଦୀପାଳିଙ୍କୁ ମଧ୍ୟ ବ୍ୟକ୍ତିଗତ ଆକ୍ଷେପ କରୁଛି ବିଜେପି, ବିଜେଡି କଲା ଅଭିଯୋଗ
ରାଜ୍ୟ ଖବର

ବର୍ଷାଙ୍କ ଭଳି ଦୀପାଳିଙ୍କୁ ମଧ୍ୟ ବ୍ୟକ୍ତିଗତ ଆକ୍ଷେପ କରୁଛି ବିଜେପି, ବିଜେଡି କଲା ଅଭିଯୋଗ

April 22, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବର୍ଷାଙ୍କ ଭଳି ଦୀପାଳିଙ୍କୁ ମଧ୍ୟ ବ୍ୟକ୍ତିଗତ ଆକ୍ଷେପ କରୁଛି ବିଜେପି, ବିଜେଡି କଲା ଅଭିଯୋଗ

ଭୁବନେଶ୍ୱର : ପଦ୍ମପୁର ଉପନିର୍ବାଚନବେଳେ ବି‌ଜେପି ନେତାମାନେ ବିଜେଡିର ମହିଳା ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିବା ସହ ଅତ୍ୟନ୍ତ ତଳ ସ୍ତରକୁ ଯାଇ କୁତ୍ସା ରଟନା କରିବାକୁ ପଛାଇ ନ ଥିଲେ। ଏବେ ଝାରସୁଗୁଡ଼ା ଉପନିର୍ବାଚନରେ ମଧ୍ୟ ବିଜେପି ନେତାମାନେ ସମାନ ରଣନୀତି ଆପଣାଇ ଦୀପାଳି ଦାସଙ୍କୁ ବ୍ୟକ୍ତିଗତ ଆକ୍ଷେପ ଓ ଅଶାଳୀନ ମନ୍ତବ୍ୟ ଦେଉଛନ୍ତି। ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ବିରୋଧୀ ବିଜେପିର ଏଭଳି ହୀନ ରାଜନୀତିକୁ ବିଜୁ ଜନତା ଦଳ କଡ଼ା ନିନ୍ଦା କରିଛି।

ଆଜି ଏହି ପ୍ରସଙ୍ଗରେ ଗଣମାଧ୍ୟମରେ ନିଜ ମତ ରଖି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି ଯେ ଯେ‌ତେବେ‌ଳେ ପଦ୍ମପୁରର ଲୋକପ୍ରିୟ ବିଧାୟକ ବିଜୟ ରଂଜନ ସିଂ ବରିହା ପ୍ରାଣ ହରାଇଲେ, ପଦ୍ମପୁରବାସୀ ଚାହିଁଲେ ତାଙ୍କ ଝିଅ ବର୍ଷା ସିଂ ବରିହା ରାଜନୀତିରେ ପ୍ରବେଶ କରନ୍ତୁ ଏବଂ ପଦ୍ମପୁର ପାଇଁ ତାଙ୍କ ବାପା ଦେଖିଥିବା ସ୍ୱପ୍ନକୁ ପୂରଣ କରନ୍ତୁ। ଆଉ ପଦ୍ମପୁରରେ ଉପନିର୍ବାଚନ ଘୋଷଣା ହେବା ପରେ ବର୍ଷା ରାଜନୀତିରେ ପ୍ରବେଶ କରି ଲୋକଙ୍କ ସେବା କରିବାକୁ ସ୍ଥିର କଲେ।

ମାତ୍ର ଓଡ଼ିଶା ବିଜେପିର ନେତାମାନେ ବର୍ଷାଙ୍କୁ ରାଜନୈତିକ ଭାବେ ସମାଲୋଚନା କରିବା ପରିବର୍ତ୍ତେ ବ୍ୟକ୍ତିଗତ ସ୍ତର‌କୁ ଯାଇ ତାଙ୍କୁ କଟୁ ଆକ୍ଷେପ ଓ ଆକ୍ରମଣ କଲେ। ତାଙ୍କ ବିରୋଧରେ ଅତ୍ୟନ୍ତ ନିମ୍ନ ରୁଚିର ଅଶାଳୀନ ଶବ୍ଦ ବ୍ୟବହାର କଲେ, ଯାହାକି ଆମ ଓଡ଼ିଶାର ସଂସ୍କୃତି ଓ ପରମ୍ପରା ନୁହେଁ। କେବଳ ସେତିକି ନୁହେଁ, ତାଙ୍କୁ ଟାର୍ଗେଟ କରି ସେମାନେ ଏମିତି କିଛି ମହିଳା ବିରୋଧୀ ମନ୍ତବ୍ୟ ମଧ୍ୟ ଦେଲେ, ଯାହାକି ଅଧିକ ଯନ୍ତ୍ରଣାଦାୟକ ଥିଲା।

ଅନ୍ୟ କେହି ନୁହନ୍ତି, ଜୟନାରାୟଣ ମିଶ୍ର, ପ୍ରଦୀପ ପୁରୋହିତଙ୍କ ଭଳି ଓଡ଼ିଶା ବିଜେପିର ବରିଷ୍ଠ ନେତାମାନେ ତଳ ସ୍ତରକୁ ଯାଇ ଏଭଳି ମନ୍ତବ୍ୟ ଦେଉଥିଲେ। ସ୍ୱାଭାବିକ ଭାବେ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଏଭଳି କହିବାକୁ ସେମାନଙ୍କୁ ଉସୁକାଉଥିଲେ। ସେମାନଙ୍କର ଏଭଳି ଆଚରଣ ଓ ଉଚ୍ଚାରଣ ବ୍ୟକ୍ତିଗତ ଭାବେ ବର୍ଷା ଏବଂ ତାଙ୍କ ପରିବାର ପାଇଁ ଅତ୍ୟନ୍ତ କଷ୍ଟଦାୟକ ଥିଲା। ଆମେ କେହି ବିଶ୍ୱାସ କରିପାରୁ ନ ଥିଲୁ ଯେ ଓଡ଼ିଶା ବିଜେପିର ନେତାମାନେ ଏତେ ତଳ ସ୍ତରକୁ ଖସି ଯାଇ ପାରନ୍ତି। ମାତ୍ର ନିର୍ବାଚନରେ ଲଢ଼େଇ ପାଇଁ ଏହା ବର୍ଷାଙ୍କୁ ଅଧିକ ସଶକ୍ତ କରିଥିଲା।

ଶ୍ରୀମତୀ ମିଶ୍ର ଆହୁରି କହିଛନ୍ତି ଯେ ପଦ୍ମପୁର ଉପନିର୍ବାଚନରେ କରିଥିବା ତ୍ରୁଟିରୁ ବିଜେପି ନେତାମାନେ କିଛି ଶିକ୍ଷା ଲାଭ କରିପାରିଲେନି। ଏବେ ପ୍ରଦୀପ ପୁରୋହିତଙ୍କ ଭଳି ବିଜେପି ନେତାମାନେ ଝାରସୁଗୁଡ଼ାରେ ଉପନିର୍ବାଚନ ଲଢ଼ୁଥିବା ଦୀପାଳି ଦାସଙ୍କ ବିରୋଧରେ ଅନୁରୂପ ଭାବେ ବ୍ୟକ୍ତିଗତ ଆକ୍ଷେପମୂଳକ ଏବଂ ବିଦ୍ୱେଷପୂର୍ଣ୍ଣ ମନ୍ତବ୍ୟ ଦେଉଛନ୍ତି।

ଦୀପାଳି ଓ ତାଙ୍କ ପରିବାର ଏହାକୁ ନେଇ କେତେ ମାନସିକ ଯନ୍ତ୍ରଣା ପାଉଥିବେ, ତାହା ସହଜରେ ଅନୁମେୟ। ଆମେ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଓଡ଼ିଶା ବିଜେପିର ଅନ୍ୟ ନେତାମାନଙ୍କୁ ପଚାରିବାକୁ ଚାହୁଁ, ସେମାନଙ୍କର ମଧ୍ୟ ଝିଅ, ଭଉଣୀ ଏବଂ ପରିବାରରେ ଅନ୍ୟ ମହିଳାମାନେ ଅଛନ୍ତି। ଯଦି କେହି ସେମାନଙ୍କ ବିରୋଧରେ ଏଭଳି ମନ୍ତବ୍ୟ ଦିଏ, ସେମାନଙ୍କୁ କେମିତି ଲାଗିବ ?

ବିଜେପି ନେତାମାନଙ୍କୁ ଚେତାବନୀ ଦେଇ ଶ୍ରୀମତୀ ମିଶ୍ର କହିଛନ୍ତି ଯେ ଏସବୁ ଓଡ଼ିଶାର ସଂସ୍କୃତି ଓ ପରମ୍ପରାର ବିରୋଧୀ। ଦୟାକରି ଏଭଳି କୁକର୍ମ ବନ୍ଦ କରନ୍ତୁ। ଓଡ଼ିଶାର ମହିଳାମାନଙ୍କୁ ଏମିତି ଲାଞ୍ଛିତ କରିବା ଏବଂ କୁତ୍ସା ରଟନା କରୁଥିବା ଓଡ଼ିଶା ବିଜେପି ଏବଂ ଏହାର ନେତାମାନଙ୍କୁ ଓଡ଼ିଶାବାସୀ କେବେ ବି କ୍ଷମା ଦେବେ ନାହିଁ।

ଝାରସୁଗୁଡା ଝାରସୁଗୁଡା ଉପନିର୍ବାଚନ ଦୀପାଳି ଦାସ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଏସଆଇ ଓ ଦୁଇ କନେଷ୍ଟବଳ ସସପେଣ୍ଡ

April 30, 2026

ଯୁକ୍ତ ତିନି ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟ ସମ୍ବର୍ଦ୍ଧନା..

April 29, 2026

ସୋଆରେ ସାଇବର ସୁରକ୍ଷା ନେଇ ଦୁଇଦିନିଆ ଜାତୀୟ ସମ୍ମିଳନୀ

April 29, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ସ୍ଥିତି ସମ୍ପର୍କରେ ଆନ୍ତଃ-ମନ୍ତ୍ରଣାଳୟ ବିବୃତି

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026

୧୦ ବର୍ଷ ପରେ କେରଳରେ କ୍ଷମତା ପରିବର୍ତ୍ତନର ସଙ୍କେତ, କଂଗ୍ରେସକୁ ବହୁମତ!

April 30, 2026

ଜୀ ସାର୍ଥକରେ ମେ ୩ ତାରିଖ ସନ୍ଧ୍ୟା ୬:୩୦ ମିନିଟରେ ପ୍ରଥମ ଥର ପାଇଁ ସୁପରହିଟ ଚଳଚିତ୍ର ଦେଖନ୍ତୁ ‘ଚକ୍ରାନ୍ତ’

April 30, 2026

ଆଜି ଏପ୍ରିଲ ୩୦ ତାରିଖ ଗୁରୁବାରରେ ଏହି ସାତୋଟି ରାଶି ପାଇଁ ରହିଛି ଶୁଭ ଖବର, ଜାଣନ୍ତୁ ରାଶିଫଳ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.