Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ଓଡିଶାର ଚାଷୀଙ୍କ ପାଇଁ ଉଦଘାଟିତ ହେଲା କୃଷକ ନିବାସ
ରାଜ୍ୟ ଖବର

ଓଡିଶାର ଚାଷୀଙ୍କ ପାଇଁ ଉଦଘାଟିତ ହେଲା କୃଷକ ନିବାସ

April 24, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଡିଶାର ଚାଷୀଙ୍କ ପାଇଁ ଉଦଘାଟିତ ହେଲା କୃଷକ ନିବାସ

ଭୁବନେଶ୍ବର: ଅଧିକ ଅମଳ ଓ ଉତ୍ପାଦିକତା ବୃଦ୍ଧି ଦିଗରେ ଉନ୍ନତ ମାନର ପରୀକ୍ଷିତ ବିହନର ଆବଶ୍ୟକତା ଦୃଷ୍ଟିରୁ ରାଜ୍ୟର ଚାଷୀମାନଙ୍କୁ ଠିକ୍‌ ସମୟରେ ଉନ୍ନତ ମାନର ପ୍ରାମାଣିକ ବିହନ ଯୋଗାଇଦେବା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରୁଛନ୍ତି ।

ଏହି ପରିପ୍ରେକ୍ଷୀରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଭୁବନେଶ୍ୱରସ୍ଥିତ ରାଜ୍ୟ ବିହନ ପରୀକ୍ଷାଗାରର ସଂପ୍ରସାରଣ ସହିତ ଚାଷୀମାନଙ୍କ ସୁବିଧା ପାଇଁ ନୂତନ କୃଷକନିବାସ ନିର୍ମାଣ କରାଯାଇଛି ବୋଲି କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ଆଜି ପୂର୍ବାହ୍ନରେ କୃଷିଭିତ୍ତିକ ମହାନ ପର୍ବ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ମନ୍ତ୍ରୀ ଶ୍ରୀ ସ୍ୱାଇଁ ବିଜ୍ଞାନ ଓ ପ୍ରଯୁକ୍ତି, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ୱର ମହାନଗର ନିଗମର ମେୟର ଶ୍ରୀମତୀ ସୁଲୋଚନା ଦାସ ଓ ଅନ୍ୟାନ୍ୟ ପଦାଧିକାରୀଙ୍କ ଉପସ୍ଥିତିରେ ସଂପ୍ରସାରିତ ରାଜ୍ୟ ବିହନ ପରୀକ୍ଷାଗାର ଓ ନୂତନ କୃଷକନିବାସକୁ ଉଦ୍‌ଘାଟନ କରିଛନ୍ତି ।

ରାଜ୍ୟ ବିହନ ପରୀକ୍ଷଣ କେନ୍ଦ୍ରକୁ ଅନ୍ତର୍ଜାତୀୟ ମାନକୁ ଉନ୍ନୀତ କରିବା ଓ ଏଠାରେ ଚାଷୀ ଏବଂ ବିଭାଗୀୟ କର୍ମକର୍ତ୍ତାଙ୍କ ସମେତ କୃଷି ବିଜ୍ଞାନୀ ଛାତ୍ରଛାତ୍ରୀଙ୍କୁ ବିହନ ପରୀକ୍ଷଣ ଦିଗରେ ଆଧୁନିକ ପ୍ରଶିକ୍ଷଣ ଦେବାର ଲକ୍ଷ୍ୟ ରଖାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।

୧୯୬୬ ମସିହାରେ ପ୍ରତିଷ୍ଠା କରାଯାଇଥିବା ଏହି ପରୀକ୍ଷାଗାର ଚାଷୀମାନଙ୍କୁ ଉନ୍ନତ ମାନର ବିହନ ଯୋଗାଇଦେବା ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଆସୁଛି ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି । ପରୀକ୍ଷାଗାରରେ ବର୍ଷକୁ ଚାଷୀମାନଙ୍କ ଦ୍ୱାରା ସଂରକ୍ଷିତ ୧୨ ହଜାରରୁ ୧୬ ହଜାର ବିହନ ନମୁନାର ଗୁଣାତ୍ମକ ମାନ ଯାଞ୍ଚ କରାଯାଉଛି । ଏଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ଜିନ୍‌ ବ୍ୟାଙ୍କ୍‌ ପ୍ରତିଷ୍ଠା କରାଯାଇଛି, ଯାହା ସମଗ୍ର ଦେଶରେ ଏକ ନିଆରା ଜିନ୍‌ ବ୍ୟାଙ୍କ୍‌ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ କହିଛନ୍ତି ।

ଜିନ୍‌ ବ୍ୟାଙ୍କ୍‌ରେ ୧୦୭୮ କିସମର ସ୍ଥାନୀୟ ଧାନ ବିହନ ଓ ୨୮୩ଟି ଅଣଧାନ ବିହନ ସଂରକ୍ଷିତ କରି ରଖାଯାଇଛି । ଏଥି ମଧ୍ୟରୁ ୭୪୫ଟି ଧାନ ବିହନ ଭାରତ ସରକାରଙ୍କ ଦ୍ୱାରା ପ୍ରୋଟେକ୍‌ସନ୍‌ ଅଫ୍‌ ପ୍ଲାଣ୍ଟ ଭେରାଇଟିଜ୍‌ ରେଜିଷ୍ଟ୍ରେସନ୍‌ କର୍ତ୍ତୃପକ୍ଷଙ୍କ ଦ୍ୱାରା ପଂଜୀକୃତ ହୋଇଛି ଓ ରାଜ୍ୟ ସରକାରଙ୍କ ଏହି ଉଦ୍ୟମ ଜାତୀୟ ସ୍ତରରେ ପ୍ରଶଂସିତ ହୋଇଛି । ଜିନ୍‌ ବ୍ୟାଙ୍କ୍‌ରେ ୯୭ଟି ସ୍ଥାନୀୟ କିସମର ମିଲେଟ୍‌ ବିହନ ସଂରକ୍ଷିତ ହୋଇ ରହିଛି ।

ବିହନ ପରୀକ୍ଷାଗାରରେ ବିହନର ଶୁଦ୍ଧତା, ଆଦ୍ରତା, ବିହନର ସ୍ୱାସ୍ଥ୍ୟ, ଅଙ୍କୁରୋଦ୍‌ଗମ କ୍ଷମତା ଓ କୀଟପୋକ ପ୍ରତିରୋଧି କ୍ଷମତା ଆଦିକୁ କଡ଼ାକଡ଼ି ଭାବରେ ପରୀକ୍ଷା କରାଯାଇ ବିହନର ମାନ ନିର୍ଣ୍ଣୟ କରାଯାଇଥାଏ । ପରୀକ୍ଷାଗାରର ସଂପ୍ରସାରଣ ଫଳରେ ଏଠାରେ ଅନ୍ତର୍ଜାତୀୟ ମାନର ବିହନ ପରୀକ୍ଷଣର ସୁବିଧା ମିିଳିବ ବୋଲି ମନ୍ତ୍ରୀ ଶ୍ରୀ ସ୍ୱାଇଁ ଆଶାପ୍ରକାଶ
କରିଛନ୍ତି ।

ଉଦ୍‌ଘାଟନୀ ଉତ୍ସବରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ଶ୍ରୀ ପ୍ରେମଚନ୍ଦ୍ର ଚୌଧାରୀଙ୍କ ସମେତ ଓଡ଼ିଶା ରାଜ୍ୟ ବିହନ ନିଗମର ପରିଚାଳନା ନିର୍ଦ୍ଦେଶକ, ବିହନ ପରୀକ୍ଷାଗାରର ଯୁଗ୍ମ ନିର୍ଦ୍ଦେଶକ, ସ୍ଥାନୀୟ କର୍ପୋରେଟର ଓ ବହୁ ବରିଷ୍ଠ ପଦାଧିକାରୀ ଏବଂ କୃଷକ ଭାଇ ଓ ଭଉଣୀମାନେ ଉପସ୍ଥିତ ଥିଲେ ।

ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୁଲୋଚନା ଦାସ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.