Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ରାଜ୍ୟ ଖବର»ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ରହିଛି ହତ୍ୟା ଉଦ୍ୟମ ସହ ୧୨ଟି ମାମଲା: ବିଜେଡି
ରାଜ୍ୟ ଖବର

ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ରହିଛି ହତ୍ୟା ଉଦ୍ୟମ ସହ ୧୨ଟି ମାମଲା: ବିଜେଡି

May 5, 2023No Comments3 Mins Read
Share Facebook Twitter LinkedIn Email WhatsApp Copy Link
ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ରହିଛି ହତ୍ୟା ଉଦ୍ୟମ ସହ ୧୨ଟି ମାମଲା: ବିଜେଡି

ଭୁବନେଶ୍ୱର: ଓଡିଶା ଏକ ଶାନ୍ତିପୂର୍ଣ୍ଣ ରାଜ୍ୟ ଏବଂ ୪.୫ କୋଟି ଓଡିଆ ହେଉଛନ୍ତି ଅତ୍ୟନ୍ତ ଶାନ୍ତିପ୍ରିୟ ଲୋକ। ସେମାନେ ଉଭୟ ଅପରାଧ ଓ ଅପରାଧୀଙ୍କୁ ଘୃଣା କରନ୍ତି। ଓଡିଶାର ସଂସ୍କୃତି ଏବଂ ପରମ୍ପରାରେ ଶାନ୍ତି ଓ ସୌହାର୍ଦ୍ଦ୍ୟକୁ ଗୁରୁତ୍ୱ ଦିଆଯାଏ ଏବଂ ଅପରାଧିକ ପୃଷ୍ଠଭୂମି ଥିବା ଲୋକଙ୍କୁ ଘୃଣା ଚକ୍ଷୁରେ ଦେଖାଯାଇଥାଏ।

ତେବେ ଓଡ଼ିଶା ବିଜେପି ରାଜନୀତିରେ ଅପରାଧିକ ପୃଷ୍ଠଭୂମି ଥିବା ଲୋକଙ୍କୁ ଉତ୍ସାହିତ କରୁଥିବା ବେଳେ ଓଡ଼ିଶାକୁ ଆଇନହୀନ ବୋଲି ଦର୍ଶାଇବାକୁ ଚେଷ୍ଟା କରୁଛି ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି।

ଆଜି ଏଠାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଶ୍ରୀ ମହାନ୍ତି କହିଛନ୍ତି ଯେ ଝାରସୁଗୁଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହୋଇଥିବା ଶ୍ରୀ ଟଙ୍କଧର ତ୍ରିପାଠୀଙ୍କ ନାମରେ ହତ୍ୟା ଉଦ୍ୟମ ସମେତ ୧୨ ଟି ମାମଲା ରହିଛି। ଏହା ଏକମାତ୍ର ଉଦାହରଣ ନୁହେଁ, ଓଡିଶା ବିଜେପି ସବୁବେଳେ ଅପରାଧିକ ପୃଷ୍ଟଭୂମି ଥିବା ପ୍ରାର୍ଥୀଙ୍କୁ ହିଁ ସ୍ଥାନ ଦେଇଥାଏ। ପଦମପୁର ଉପନିର୍ବାଚନରେ ଓଡିଶା ବିଜେପି ପ୍ରାର୍ଥୀ କରିଥିବା ଶ୍ରୀ ପ୍ରଦୀପ ପୁରୋହିତଙ୍କ ବିରୋଧରେ ୧୩ ଟି ଅପରାଧିକ ମାମଲା ବିଚାରାଧୀନ ଅଛି।

ଅଭ୍ୟାସଗତ ଅପରାଧୀ ଏବଂ ହତ୍ୟା ଅଭିଯୁକ୍ତ ଶ୍ରୀ ଇରାସିସ୍ ଆଚାର୍ଯ୍ୟଙ୍କ କଥା ସମସ୍ତଙ୍କୁ ଜଣା ଏବଂ ହତ୍ୟା ମାମଲା ସମେତ ତାଙ୍କ ବିରୋଧରେ ୧୪ ଟି ମାମଲା ବିଚାରାଧୀନ ଅଛି। ସେହିଭଳି ଓଡିଶା ବିଜେପିର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ରଙ୍କ ଟ୍ରାକ୍ ରେକର୍ଡ ବି ସମସ୍ତଙ୍କୁ ଜଣା। ତାଙ୍କ ବିରୋଧରେ ହତ୍ୟା ମାମଲା ସମେତ ୧୬ ଟି ଅପରାଧିକ ମାମଲା ରହିଛି।

ଯେତେବେଳେ ଏହାର ନେତାଙ୍କ ବିରୋଧରେ ଏତେଗୁଡ଼ିଏ ଅପରାଧିକ ମାମଲା ରହିଛି, ସେତେବେଳେ ଓଡ଼ିଶା ବିଜେପି କିନ୍ତୁ ଓଡିଶାବାସୀଙ୍କ ସମ୍ମାନହାନୀ କରିବା ପାଇଁ ସେମାନଙ୍କୁ ଆଇନହୀନ ବୋଲି କହିବା ଜାରି ରଖିଛି। କିଏ ବେଆଇନ୍‍ କାର୍ଯ୍ୟ କରୁଛି ଏବଂ ଅପରାଧୀଙ୍କୁ କିଏ ସମର୍ଥନ କରୁଛି ତାହା ଓଡିଶାର ଲୋକମାନେ ଦେଖୁଛନ୍ତି। ସେମାନେ ଏହାର ଉପଯୁକ୍ତ ଉତ୍ତର ଦେଉଛନ୍ତି ଏବଂ ଭବିଷ୍ୟତରେ ମଧ୍ୟ ଉପଯୁକ୍ତ ଉତ୍ତର ଦେବା ଜାରି ରଖିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ଶ୍ରୀ ମହାନ୍ତି କହିଛନ୍ତି ଏହା ଆଶ୍ଚର୍ଯ୍ୟଜନକ ନୁହେଁ ଯେ ଝାରସୁଗୁଡା ଉପନିର୍ବାଚନରେ ଓଡିଶା ବିଜେପି ନିଜର ଆସନ୍ନ ପରାଜୟକୁ ଦେଖି ବିଜୁ ଜନତା ଦଳର ନେତା ତଥା କର୍ମୀଙ୍କ ଉପରେ ନିର୍ବାଚନ ହିଂସା ଆରମ୍ଭ କରିଦେଇଛି। ଆମେ ଦେଖିଲୁ ଯେ ପଦମପୁର ଏବଂ ବିଜେପୁର ଉପନିର୍ବାଚନରେ ଏବଂ ବର୍ତ୍ତମାନ ଝାରସୁଗୁଡା ଉପନିର୍ବାଚନରେ ପରାଜୟକୁ ଭୟ କରି ସେମାନେ ପୁଣି ଏଭଳି କାଣ୍ଡ ଆରମ୍ଭ କରିଛନ୍ତି।

ମଇ ୨ତାରିଖରେ ଓଡିଶା ବିଜେପି କର୍ମୀ ବିପ୍ର ବାଞ୍ଚୋରଙ୍କ ସମେତ ଓଡିଶା ବିଜେପିର ବହୁ ସମର୍ଥକ ବିଜେଡି କର୍ମୀ ଶ୍ରୀ ଗୋବିନ୍ଦ ଝରାଙ୍କ ଉପରେ ମରଣାତ୍ମକ ଆକ୍ରମଣ କରିଥିଲେ। ଝାରସୁଗୁଡା ବିଧାନସଭା ନିର୍ବାଚନୀ କ୍ଷେତ୍ରର ଗୌରପଡା, ଧୁବେନବୁଡା, କୁଲିହାମଲ, କୋଲାବିରା ବ୍ଲକରେ ବିଜେଡି କର୍ମୀଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ବିଜେଡି କର୍ମୀ ଶ୍ରୀ ଗୋବିନ୍ଦ ଝରା ଗୁରୁତର ଭାବେ ଆହତ ହୋଇଛନ୍ତି।

ମଇ ୩ ତାରିଖ ସନ୍ଧ୍ୟାରେ ବିଜେପି ବିଧାୟିକା ଶ୍ରୀମତୀ କୁସୁମ ଟେଟେଙ୍କ ସମେତ ଝାରସୁଗୁଡା ଉପନିର୍ବାଚନରେ ପ୍ରାର୍ଥୀ ହୋଇଥିବା ଓଡିଶା ବିଜେପିର ଶ୍ରୀ ଟଙ୍କଧର ତ୍ରିପାଠୀ ତାଙ୍କର ଦଳ ବଳ ସହିତ ଲୋଇକେରା ବ୍ଲକର ନିକିଟିମାଳ ଠାରେ ପହଞ୍ଚିଥିଲେ ଯେଉଁଠାରେ ଉପନିର୍ବାଚନ ପାଇଁ ପ୍ରଚାର ଚାଲିଥିଲା।

ଯେତେବେଳେ ସେମାନେ ବିଜେଡି କର୍ମୀମାନେ ପ୍ରଚାର କରୁଥିବା ଦେଖିଲେ, ସେମାନେ ବିଜୁ ଜନତା ଦଳ କର୍ମୀଙ୍କୁ ପ୍ରଚାର ବନ୍ଦ କରିବାକୁ ଏବଂ ସେମାନଙ୍କ ସହ ଯିବାକୁ କହିଥିଲେ । ଯେତେବେଳେ ବିଜେଡି କର୍ମୀମାନେ ତାହା କରିନଥିଲେ, ସେତେବେଳେ ଓଡିଶା ବିଜେପିର ଜଣେ କର୍ମୀ ଲାଇକେରା ବ୍ଲକ ନିକିଟିମାଳର ସ୍ୱର୍ଗତ କାଲୋ ପ୍ରଧାନଙ୍କ ପୁଅ ଶ୍ରୀ ଦିଲ୍ଲୀପ ପ୍ରଧାନଙ୍କ ମୋଟରସାଇକେଲକୁ ଗୋଇଠା ମାରି ଭାଙ୍ଗି ଦେଇଥିଲେ।

ବିଜେଡି କର୍ମୀମାନେ ସେଠାରେ ଥିବା ଓଡିଶା ବିଜେପି ନେତା ଓ କର୍ମୀମାନଙ୍କ ଏହି ଗୁଣ୍ଡାଗର୍ଦ୍ଦିକୁ ବିରୋଧ କରିବାରୁ ଓଡିଶା ବିଜେପି ନେତାମାନେ ବିଜେଡି କର୍ମୀଙ୍କୁ ଦୁର୍ବ୍ୟବହାର ଆରମ୍ଭ କରିଦେଇଥିଲେ। ଯେତେବେଳେ ଓଡିଶା ବିଜେପି ନେତାଙ୍କ ଏପରି ଆଚରଣରେ ଗ୍ରାମବାସୀ ଅଶ୍ଚର୍ଯ୍ୟ ପ୍ରକଟ କରିଥିଲେ ସେତେବେଳେ ଓଡିଶା ବିଜେପିର ନେତା ଓ କର୍ମୀମାନେ ଗାଁ ଛାଡି ପଳାଇଥିଲେ।

ଓଡିଶା ବିଜେପି ନେତାଙ୍କ ଅପରାଧିକ ମାମଲା ତଥା ଝାରସୁଗୁଡା ଉପନିର୍ବାଚନରେ ନିର୍ବାଚନୀ ହିଂସା ତଥା ପଦମପୁର ଏବଂ ବିଜେପୁର ଉପନିର୍ବାଚନର ସମସ୍ତ ଉଦାହରଣ ଦର୍ଶାଉଛି ଯେ ଅପରାଧିକ ରେକର୍ଡ ଥିବା ଲୋକଙ୍କୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଓଡିଶା ବିଜେପି କିପରି ଉତ୍ସାହିତ କରୁଛି ଏବଂ ଯେତେବେଳେ ନିର୍ବାଚନରେ ନିଶ୍ଚିତ ପରାଜୟ ଦେଖୁଛି ମୁଖଲଜା ବଞ୍ଚାଇବାକୁ ଏଭଳି ହିଂସାକାଣ୍ଡ ଭିଆଉଛି।

ଏଥିପାଇଁ ଓଡିଶାର ଲୋକମାନେ ଓଡିଶା ବିଜେପିକୁ ବାରମ୍ବାର ପ୍ରତ୍ୟାଖ୍ୟାନ କରୁଛନ୍ତି ଏବଂ ଝାରସୁଗୁଡା ଉପର୍ନିବାଚନରେ ମଧ୍ୟ ଓଡିଶା ବିଜେପିକୁ ଅନୁରୂପ ଭାବେ ପ୍ରତ୍ୟାଖ୍ୟାନ କରିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ଶ୍ରୀମତୀ ଲୋରା ମହାପାତ୍ର ଏବଂ ମଧୁସ୍ମିତା ସାହୁ ଉପସ୍ଥିତ ଥିଲେ।

ଝାରସୁଗୁଡା ଉପନିର୍ବାଚନ ଟଙ୍କଧର ତ୍ରିପାଠୀ ବିଜେଡି ବିଜେପି
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ରେକର୍ଡ, ଶାସନ କ୍ଷମତା ଶୀର୍ଷରେ ରହିବାର ହେଲା ୮,୯୩୧ ଦିନ

March 22, 2026
Latest News

ଆଜି ମାର୍ଚ୍ଚ ୨୩ ତାରିଖ: ଏହି ଆଠଟି ରାଶି ପାଇଁ ଖୁସି ଖବର, ବଢିବ ଧନ

March 23, 2026

ଆଇଆଇଟି ବମ୍ବେରେ ‘ଭାରତ ଇନୋଭେଟ୍ସ ଡିପ୍-ଟେକ୍ ପ୍ରି-ସମିଟରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

March 22, 2026

ଭାରତୀୟ ରେଳବାଇ ଲୋକୋ ଓ ଟ୍ରାଫିକ୍ କର୍ମଚାରୀଙ୍କ ବର୍ଦ୍ଧିତ ଭତ୍ତାରେ ହେଲା ସଂଶୋଧନ

March 22, 2026

ଅହମ୍ମଦାବାଦରେ ଓଡ଼ିଆ ପ୍ରବାସୀ ସମ୍ମିଳନୀ ‘ଓଡ଼ିଶା ପର୍ବ’ର ଦ୍ବିତୀୟ ଦିନ,ଯୋଗ ଦେଲେ ଉପମୁଖ୍ୟମନ୍ତ୍ରୀ

March 22, 2026

ଦେଶରେ ତୈଳ, ଗ୍ୟାସ ବିଦ୍ୟୁତ ଶକ୍ତିର ସ୍ଥିତି ସଂପର୍କରେ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ମୋଦି

March 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.